ରାଜ୍ୟସ୍ତରୀୟ ନୌଚାଳନା ପ୍ରତିଯୋଗିତା: ଅଭି-କିଶୋର ଯୋଡି ପ୍ରଥମ

ସୋନପୁର,୧୩।୧୧(ନି.ପ୍ର.)-କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ସୋନପୁର ସହର ନିକଟସ୍ଥ ମହାନଦୀର ଲଙ୍କେଶ୍ୱରୀ ଗଣ୍ଡ ନିକଟରେ ରାଜ୍ୟସ୍ତରୀୟ ନୌକାଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୪୮ଟି ଦଳ ଭାଗ ନେଇଥିଲେ। ଗୋଟିଏ ଡଙ୍ଗାରେ ଦୁଇଜଣ ଲେଖାଏ ପ୍ରତିଯୋଗୀ ରହିଥିଲେ। ଭାଗବତ ପାଠାଗାର ତେନ୍ତୁଳିଘାଟ ପକ୍ଷରୁ ମଙ୍ଗଳବାର ଅପରାହ୍ନ ଅଢେଇଟାରୁ ସାଢେ ୪ଟା ପର୍ଯ୍ୟନ୍ତ ଆୟୋଜିତ ଏହି ପ୍ରତିଯୋଗିତା ବେଶ ଚିତ୍ତାକର୍ଷକ ହୋଇଥିଲା । ଏଥିରେ ସୋନପୁର ତେନ୍ତୁଳିଘାଟର ଅଭି ବେହେରା ଓ କିଶୋର ନାଏକ ପ୍ରଥମ, ସମ୍ବଲପୁର ସହର ଦଳେଇପଡାର ବିଶ୍ୱନାଥ ଦଣ୍ଡସେନା ଓ ବିକାଶ ସାହୁ ଦ୍ୱିତୀୟ ଏବଂ ବରଗଡ ଜିଲା ଗଣ୍ଡତୁରୁମର ସଦାନନ୍ଦ ପାଣ୍ଡେ ଓ ମହେନ୍ଦ୍ର ବାଗ ତୃତୀୟ ସ୍ଥାନ ଅଧିକାର କରିଥିଲେ। ପରେ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ହୋଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବରେ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡିଶାର ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ତଥା ଦୀର୍ଘ ୫୬ବର୍ଷ ଧରି ମହାନଦୀରେ ପାରମ୍ପରିକ ନୌକାଚାଳନା ପ୍ରତିଯୋଗିତା ଆୟୋଜନ କରି ଆସୁଥିବାରୁ ଆୟୋଜକଙ୍କୁ ପ୍ରଶଂସା କରିଥିଲେ। ସମ୍ମାନିତ ଅତିଥିଭାବେ ଓଡିଶା ଗାନ୍ଧୀବାଦୀ ଫୋରମର ଡ. ରୀନା ରାଉତରାୟ, ବରିଷ୍ଠ ଆଇନଜୀବୀ ବିଥିକା ମହାନ୍ତି, ଅଭିମନ୍ୟୁ କୁଶଳ, କଇରୁ ସ୍ବାଇଁ, ପ୍ରକାଶ ସାହୁ, ଶ୍ରୀବତ୍ସ ମଲ୍ଳିକ, ଓଡିଶା ଅଣଗେଜେଟେଡ କର୍ମଚାରୀ ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ପଟ୍ଟନାୟକ, ପୁରୁଷୋତ୍ତମ ପାଣିଗ୍ରାହୀ ଓ ଚକ୍ରାୟୁଧ ନାଏକ ଅତିଥିଭାବେ ଯୋଗ ଦେଇଥିଲେ । ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପୁରସ୍କାର ଭାବରେ ଯଥାକ୍ରମେ ୫ ହଜାର, ୨ ହଜାର ଓ ଦେଢ ହଜାର ଟଙ୍କା ପ୍ରଦାନ କରା ଯାଇଥିଲା। ଓଡିଶାର ସମ୍ବଲପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର ଓ ଅନୁଗୋଳ ଜିଲାର ପ୍ରତିଯୋଗୀମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri