Posted inଭଦ୍ରକ

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ

ଭଦ୍ରକ ଅଫିସ, ୧୯।୧୨- ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଭଦ୍ରକ ନେହେରୁ ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ରାଜ୍ୟ ଉଚ୍ଚଶିକ୍ଷା, କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଡ. ଅରୁଣ ସାହୁ ଯୋଗଦେଇ ମଶାଲ ପ୍ରଜ୍ୱଳନ କରି ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଯୁବବର୍ଗ ସମୟର ସ୍ବର। ଯୁବ ପ୍ରତିଭା ବିକଶିତ କରାଇବା ଏହି ଉତ୍ସବର ମୂଳଲକ୍ଷ୍ୟ ବୋଲି ମନ୍ତ୍ରୀ ସାହୁ କହିଥିଲେ। ଏହାସହ ରାଜ୍ୟ ସରକାର ପ୍ରତିଭା ବିକଶିତ କରାଇବା ଲାଗି ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ବଣମଲ୍ଲୀ ବଣରେ ଫୁଟି ଯେଭଳି ମଉଳି ନ ଯିବ ସେଥିପ୍ରତି ସରକାର ଅଧିକ ଯତ୍ନବାନ ଥିବା ସେ ବକ୍ତବ୍ୟ ରଖିଥିଲେ।
ଜିଲାପାଳ ଜ୍ଞାନରଞ୍ଜନ ଦାସ ଉତ୍ସବରେ ସଭାପତିତ୍ୱ କରିଥିଲେ। ବରେଣ୍ୟ ଅତିଥି ଭାବେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ଓ ଜିଲାପରିଷଦ ଅଧ୍ୟକ୍ଷ ଦ୍ୱିଜବର ରାଉତ ପ୍ରମୁଖ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଭଦ୍ରକରେ ଆୟୋଜିତ ହେଉଥିବାରୁ ବିଧାୟକ ମଲ୍ଲିକ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଥିଲେ। ଗୁରୁବାରଠାରୁ ୩ ଦିନ ଧରି ବିଭିନ୍ନ ପ୍ରତିଯୋଗିତା କରାଯାଇ ଶନିବାର ସନ୍ଧ୍ୟାରେ ମହୋତ୍ସବ ଉଦ୍‌ଯାପିତ ହେବ। ଉଦ୍‌ଯାପନୀ ଦିବସରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରହିଛି। ୩୦ଟି ଜିଲାରୁ ପ୍ରାୟ ୧୪୭୧ ଜଣ ପ୍ରତିଯୋଗୀ, ୫୭ ଗାଇଡ୍‌ ଟିଚର ଓ ୧୫୯ ଜଣ ସହଯୋଗୀ କଳାକାର ଅଂଶଗ୍ରହଣ କରିଛନ୍ତି। ମହୋତ୍ସବରେ ୧୮ ପ୍ରକାର ପ୍ରତିଯୋଗତା ଅନୁଷ୍ଠିତ ହେବ। ଏଥିପାଇଁ ୨୭ ଜଣ ରାଜ୍ୟସ୍ତରୀୟ ବିଚାରକଙ୍କୁ ମନୋନୀତ କରଯାଇଛି। ନୋଡାଲ ଅଫିସର ଭାବେ ଏପିଡି ରାଜେନ୍ଦ୍ର ପଣ୍ଡା ଓ ଆସିଷ୍ଟାଣ୍ଟ କଲେକ୍ଟର କାର୍ତ୍ତିକ ନାଥ ମଣ୍ଡଳ ଦାୟିତ୍ୱ ତୁଲାଉଛନ୍ତି। ଭାଗ ନେଇଥିବା ପୁରୁଷ ଓ ମହିଳା ପ୍ରତିଯୋଗୀଙ୍କ ଲାଗି ସ୍ବତନ୍ତ୍ର ଭାବେ ଗ୍ରୀନରୁମ୍‌ ବ୍ୟବସ୍ଥା ହୋଇଛି। ପୋଲିସ ପ୍ରଶାସନ ପକ୍ଷରୁ ଷ୍ଟାଡିୟମ ପରିସରରେ ଏକ ଅସ୍ଥାୟୀ ଫାଣ୍ଡି ପ୍ରତିଷ୍ଠା କରାଯିବା ସହ ଟ୍ରାଫିକ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri