ରାଜ୍ୟସ୍ତରୀୟ ରଗ୍‌ବୀ ଫୁଟବଲ୍‌: ମୟୂରଭଞ୍ଜକୁ ସଫଳତା

ବାରିପଦା ଅଫିସ,୨୭ା୧୨- ରାଜ୍ୟସ୍ତରୀୟ ୧୪ ଓ ୧୭ ବର୍ଷରୁ କମ୍‌ ବାଳିକା ଓ ବାଳକ ବର୍ଗର ରଗ୍‌ବୀ ଫୁଟବଲ୍‌ ପ୍ରତିଯୋଗିତା ଚଳିତ ମାସ ୨୨ ଓ ୨୩ ତାରିଖରେ ଭୁବନେଶ୍ୱରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। ୧୭ ବର୍ଷରୁ କମ୍‌ ବାଳକ ବିଭାଗରେ ମୟୂରଭଞ୍ଜ ଦଳ ଭୁବନେଶ୍ୱର ଦଳ ସହିତ ଫାଇନାଲ ମ୍ୟାଚ ଖେଳି ରନର୍ସଅପ ହୋଇଛି। ସେହିପରି ୧୭ ବର୍ଷରୁ କମ୍‌ ବାଳିକା ଦଳ ମଧ୍ୟ ଭୁବନେଶ୍ୱର ଦଳ ସହିତ ଫାଇନାଲ ମ୍ୟାଚ ଖେଳି ରନର୍ସଅପ ହୋଇଛି। ୧୪ ବର୍ଷରୁ କମ୍‌ ବାଳିକା ବିଭାଗରେ ବରଗଡ଼ ସହିତ ଫାଇନାଲ ମ୍ୟାଚରେ ଖେଳି ରନର୍ସଅପ ହୋଇଛି। ୩ଟି ବର୍ଗରେ ଦଳ ଖେଳି ରାଜ୍ୟସ୍ତରରେ ରନର୍ସ ଅପ ହୋଇଥିବାରୁ ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରିରୀକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?