Posted inଖେଳ

ରାଜ୍ୟ ଓପନ ଚେସ୍‌: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୭।୬(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ନବରଙ୍ଗପୁର ଜିଲାର ଉମରକୋଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ପବ୍ଲିକ୍‌ ସ୍କୁଲରେ ଅନୁଷ୍ଠିତ ପ୍ରଥମ ରାଜ୍ୟ ଓପନ ର଼୍ୟାପିଡ୍‌ ଚେସ୍‌ରେ ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର ଚାମ୍ପିୟନ ହୋଇଛନ୍ତି। ରବିବାର ଉଦ୍‌ଯାପିତ ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଭୁବନେଶ୍ୱରର ସୌମ୍ୟ ପୁରା ୬ ପଏଣ୍ଟ ହାସଲ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିସହିତ କ୍ୟାରିୟରର ୫୭ତମ ଓପନ ଚେସ୍‌ ଟାଇଟଲ ହାସଲ କରିଛନ୍ତି ସୌମ୍ୟରଞ୍ଜନ। ଭଦ୍ରକର ଧୀରେନ୍ଦ୍ର କୁମାର ଦାସ ଓ ନବରଙ୍ଗପୁରର ସପନ ମିସ୍ତ୍ରୀ ୫ ପଏଣ୍ଟ ଲେଖାଏ ପାଇ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଗେରେନ ମଣ୍ଡଳ, ବଂଶୀଧର ଭୋଇ, ସନ୍ତୋଷ ମୁଖାର୍ଜୀ, ପ୍ରଭାକର ରାଉତ, ଅମଲ ଚନ୍ଦ୍ର ଦାସ, ବିଷ୍ଣୁପଦ ଦାସ ଓ ବୀରେନ ବୈରାଗୀ (ସମସ୍ତେ ୪ ପଏଣ୍ଟ) ଟପ୍‌-୧୦ ଫିନିଶ୍‌ କରିଛନ୍ତି। ୨୧ ଜଣଙ୍କୁ ମୁଖ୍ୟ ପୁରସ୍କାର ବ୍ୟତୀତ ଭଲ ପ୍ରଦର୍ଶନ ଭିତ୍ତିରେ ୨ ଜଣ ସ୍କୁଲ ପିଲା ଏବଂ ୨ ଜଣ ଭେଟେରାନ ଖେଳାଳିଙ୍କୁ ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସ୍କୁଲର ପ୍ରତିଷ୍ଠାତା ଜୟଦେବ କୁମାର ପରିଡ଼ାଙ୍କ ଉଦ୍ୟମରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲର ପ୍ରିନ୍ସିପାଲ କବିତା ପାତ୍ର, ଗେମ୍ସ ଡାଇରେକ୍ଟର ଦେବାଶିଷ ପାଣିଗ୍ରାହୀ, ବିଜ୍ଞରାଜ ସାମନ୍ତରା, ରଶ୍ମିରଞ୍ଜନ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri