ରାଜ୍ୟ ଓ ଦେଶ ବାହାରୁ ଫେରିଛନ୍ତି ୩ହଜାର ୭ଶହ ଲୋକ: ଜିଲାରେ ଖୋଲିଲା ୧୮ ସଙ୍ଗରୋଧ ଗୃହ, ୨୪୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ଜୟପୁର,୩୦ା୩(ନି.ପ୍ର.): ଭାଇରସ୍‌କୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର  ତତ୍ପରତା ପ୍ରକାଶ କରିଛନ୍ତି। ସେହିପରି ସଂକ୍ରମଣକୁ ରୋକିବା ପାଇଁ ସବୁ ସ୍ତରରେ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର। ତେବେ ବାହାର ରାଜ୍ୟ ଓ ବିଦେଶରୁ ଅସୁଥିବା ଲୋକଙ୍କୁ ନେଇ ଚିନ୍ତା ବଢ଼ିଛି। ମାର୍ଚ୍ଚ ୨୯ ସୁଦ୍ଧା ରାଜ୍ୟ ବାହାରୁ ଓ ବିଦେଶରୁ ୩ହଜାର ୭ଶହ ଜଣ କୋରାପୁଟ ଜିଲାକୁ ଫେରିଛନ୍ତି। ଏମାନଙ୍କ ମଧ୍ୟରୁ ଚିହ୍ନଟ ସନ୍ଦିିଗ୍ଧ ମାନଙ୍କୁ ୧୪ ଦିନ ସଙ୍ଗରୋଧରେ ରଖି ଚିକିତ୍ସା ବ୍ୟବସ୍ଥା କରାଯାଇଛି । ଏମାନେ ଆନ୍ଧ୍ର ପ୍ରଦେଶ, ତୋଲଙ୍ଗାନା, ବାଙ୍ଗାଲୋର୍‌, ଦିଲ୍ଲୀ, ହାଇଦ୍ରାବାଦ, ଚେନ୍ନାଇ, ପୁଣେ, ମଧ୍ୟପ୍ରଦେଶ, ଆଣ୍ଡାମାନ୍‌, କର୍ନାଟକ ଏବଂ ନେପାଳରୁ ଫେରିଥିବା ଜଣାପଡ଼ିଛି । ଏଥିପାଇଁ ଜିଲାର କୋରାପୁଟ ସହରରେ ୬ଟି, ଜୟପୁରରେ ୩, କୋଟପାଡରେ ୩, ସୁନାବେଡ଼ାରେ ୬ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି ।ସେହିପରି କୋରାପୁଟ ଜିଲାର ୨୪୦ ପଞ୍ଚାୟତ, ୧ ପୌରାଞ୍ଚଳ ଏବଂ ୩ ଏନ୍‌ଏସିର ବିଭିନ୍ନ ବିଦ୍ୟାଳୟ ଓ ପଞ୍ଚାୟତ କାର୍ଯ୍ୟାଳୟରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଛି । ୨୪୪ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୫,୧୧୫ ବେଡ୍‌ର ବ୍ୟବସ୍ଥା କରାଯାଇଥିବାବେଳେ ବେଡ୍‌ଗୁଡ଼ିକ ମଧ୍ୟରେ ୧ ମିଟର ଦୂରତା ରଖାଯାଇଛି। କରୋନା ସନ୍ଦେହରେ ଡାକ୍ତରଖାନା ଆସୁଥିବା ଜିଲାର ବିଭିନ୍ନ ଅଞ୍ଚଳର ଲୋକଙ୍କୁ ଏଠାରେ ରଖି ଚିକିତ୍ସା କରାଯିବା ପାଇଁ ବ୍ୟବସ୍ଥା ହୋଇଛି। ଏଥିସହ ଭୂତାଣୁ ସଂକ୍ରମଣରୁ ସୁରକ୍ଷା ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଓ ସଙ୍ଗରୋଧ କେନ୍ଦ୍ରରେ ଇନଭର୍ଟର, ବିଦ୍ୟୁତ୍‌, ପାନୀୟ ଜଳ ଏବଂ ଔଷଧ ଆଦିର ସୁବିଧା ରହିଛି। ତେବେ ବାହାର ରାଜ୍ୟରୁ ବହୁ ଲୋକ ଆଜି କୋରାପୁଟ ଜିଲାରେ ରହିଥିବାବେଳେ ଏମାନଙ୍କୁ ଖୋଜି ବାହାର କରିବା ପାଇଁ ପ୍ରଶାସନକୁ ନାକେଦମ ହେବାକୁ ପଡ଼ୁଛି । ଅନ୍ୟ ରାଜ୍ୟରୁ ଫେରିବା ପରେ ଏମାନେ ପ୍ରଶାସନକୁ ନ ଜଣାଇ ଚୁପ୍‌ ରହୁଛନ୍ତି। ତେଣୁ ଏମାନଙ୍କୁ ଖୋଜି ବାହାର କରିବା ଜରୁରୀ ବୋଲି ବୁଦ୍ଧିଜୀବୀଙ୍କ ମଧ୍ୟରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri