ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ସୂଚନା ଦେଇଛନ୍ତି। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତିକୁ ନେଇ କେନ୍ଦ୍ର ସରକାରଙ୍କୁ ସୁପାରିଶ କରାଯାଇଥିବା ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ତା ପରଠାରୁ ଆଜି ଭିତରେ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏସବୁ ଭିତରେ ଓଡ଼ିଶାର ଜନସାଧାରଣଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଶକ୍ତି ଦେଇଛି। ଇତିମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳି ଦେଶ ଆମେରିକାରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ସେଠାରେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ ଘୋଷଣା କରାଯାଇନାହିଁ। ଆମକୁ କିନ୍ତୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ଏହି କଠିନ ପରିସ୍ଥିତିରେ ରାଜ୍ୟ କ୍ୟାବିନେଟ ଗୁରୁବାର ମଣିଷ ଜୀବନକୁ ଅଧିକ ଗୁରୁତ୍ୱ ଦେଇ ଆବଶ୍ୟକ ନିଷ୍ପତ୍ତି ନେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ସମୟ ସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ମଧ୍ୟ ଏପ୍ରିଲ ୩୦ ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କ ସୁପାରିଶ କରିଛି। ସେହିଭଳି ଏହି ପର୍ଯ୍ୟନ୍ତ ଟ୍ରେନ୍‌, ବିମାନ ସେବା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri