ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ୬୦ ଲକ୍ଷ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ, ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବୀକରଣ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବହ୍ନରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଧାନ ଓ ଚାଉଳ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ ସହ ବରମୁଣ୍ଡା ବସ୍‌ଷ୍ଟାଣ୍ଡର ନବୀକରଣ ପ୍ରସ୍ତାବ କ୍ୟାବିନେଟ୍‌ରେ ଗୃହୀତ ହୋଇଛି।

ଗତବର୍ଷ ଧାନ ସଂଗ୍ରହ ଲକ୍ଷ୍ୟ ୫୫ଲକ୍ଷ ଟନ୍‌ ଥିବା ବେଳେ ଚଳିତ ବର୍ଷ ୬୦ଲକ୍ଷ ଟନ୍‌ ଧାର୍ଯ୍ୟ କରାଯାଇଛି। ସେହିପରି ୪୧ ଲକ୍ଷ ଟନ୍‌ ଚାଉଳ ସଂଗ୍ରହ ପାଇଁ ମଧ୍ୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଧାନ ସଂଗ୍ରହରେ ପାକ୍ସ, ଲାମ୍ପସ ସହ ଏସ୍‌ଏଚ୍‌ଜି ମହିଳାମାନେ ସାମିଲ ହେବେ। ପୂର୍ବରୁ ୪୮ରୁ ୭୨ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଟଙ୍କା ମିଳୁଥିବା ବେଳେ ଏବେ ଚାଷୀଙ୍କୁ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଧାନ ବିକ୍ରି ଟଙ୍କା ମିଳିବ।

ଅପରପକ୍ଷରେ ବରମୁଣ୍ଡା ବସ୍‌ଷ୍ଟାଣ୍ଡର ନବୀକରଣ ନେଇ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବସ୍‌ଷ୍ଟାଣ୍ଡର ନବୀକରଣ ପାଇଁ ଖର୍ଚ୍ଚ ହେବ ୧୬୦ କୋଟି ଟଙ୍କା । ଏଥିସହ ୨ ବର୍ଷରେ ବସ୍‌ଷ୍ଟାଣ୍ଡ ନବୀକରଣ କାର୍ଯ୍ୟ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri