Posted inଜାତୀୟ

‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’

ନୂଆଦିଲ୍ଲୀ,୧୬ା୭: ଏନ୍‌ଆଇଏ (ସଂଶୋଧନ) ବିଲ୍‌କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ, ରାଜ୍ୟ ପୋଲିସର ବିନା ପରାମର୍ଶରେ ସମ୍ପୃକ୍ତ ରାଜ୍ୟରେ ତଦନ୍ତ ପ୍ରସ୍ତାବ ଉପରେ କେନ୍ଦ୍ର ସରକାର ସ୍ପଷ୍ଟ କରିବା ଆବଶ୍ୟକ। ରାଜ୍ୟ ପୋଲିସକୁ ସୂଚନା ନ ଦେଇ ଏନ୍‌ଆଇଏ ଦ୍ୱାରା ତଦନ୍ତକୁ ଭର୍ତ୍ତୃହରି ବିରୋଧ କରିଥିଲେ। ଏଥିସହିତ ସ୍ବତନ୍ତ୍ର ଏନ୍‌ଆଇଏ ଅଦାଲତ କେନ୍ଦ୍ର ନା ରାଜ୍ୟ ସରକାର କିଏ ନିଯୁକ୍ତ କରିବ ବୋଲି ସେ ଜାଣିବାକୁ ଚାହିଁଥିଲେ।
ଭର୍ତ୍ତୃହରି କହିଥିଲେ, ଏନ୍‌ଆଇଏର ତଦନ୍ତ ପରିସର ବୃଦ୍ଧି ପାଇବା ଆବଶ୍ୟକ। ରାଜ୍ୟ ପୋଲିସର ବିନା ପରାମର୍ଶରେ ଏନ୍‌ଆଇଏ ତଦନ୍ତ କରିପାରିବ ବୋଲି ବିଲ୍‌ରେ ବ୍ୟବସ୍ଥା ରହିଛି। ସଂଘୀୟ ଶାସନ ବ୍ୟବସ୍ଥାରେ ସର୍ବୋଚ୍ଚ ପୋଲିସ ଅଧିକାରୀ ମଧ୍ୟ ଦେଶର ସେବକ। କୌଣସି ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଲେ ଡିଜିପିଙ୍କୁ ସୂଚନା ଦିଆଯିବ ବୋଲି ବିଲ୍‌ରେ କୁହାଯାଇଛି। କୋଲକାତା ପୋଲିସ କମିଶନରଙ୍କ ମାମଲାର ଉଦାହରଣ ଦେଇ ଭର୍ତ୍ତୃହରି କହିଥିଲେ, ସେଠାରେ ସିବିଆଇ ଏବଂ ରାଜ୍ୟ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ରାଜ୍ୟ ଓ କେନ୍ଦ୍ର ବାହିନୀ ମଧ୍ୟରେ ସେଭଳି ପରିସ୍ଥିତି ସୃଷ୍ଟି ନ ହେବା ଉଚିତ। ବିଦେଶରେ ତଦନ୍ତ କଲାବେଳେ ସମ୍ପୃକ୍ତ ରାଷ୍ଟ୍ର କର୍ତ୍ତୃପକ୍ଷଙ୍କ ସହ ପରାମର୍ଶ କରିବା ବ୍ୟବସ୍ଥା ବିଲ୍‌ରେ ରହିଛି। ତେବେ ନିଜ ଦେଶରେ ଅନ୍ତତଃପକ୍ଷେ ରାଜ୍ୟର ସର୍ବୋଚ୍ଚ ପୋଲିସ ଅଧିକାରୀଙ୍କ ସହ କ’ଣ ପାଇଁ ପରାମର୍ଶ କରାଯିବ ନାହିଁ ବୋଲି ଭର୍ତ୍ତୃହରି ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri