ରାଜ୍ୟ ଫିଲ୍ମ ପୁରସ୍କାର ଘୋଷିତ: ମିହିର ଦାସ, ଅର୍ଚ୍ଚିତା ଶ୍ରେଷ୍ଠ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ତମ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଶ୍ରେଷ୍ଠ ଅଭିନେତ୍ରୀ ଏବଂ ମିହିର ଦାସଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଭିଜା ମାଟିର ସ୍ବର୍ଗ ଫିଲ୍ମ ପାଇଁ ଶ୍ରେଷ୍ଟ ନିର୍ଦ୍ଦେଶକ ପୁରସ୍କାର ମନମୋହନ ମହାପାତ୍ରଙ୍କୁ ମିଳିବ। ସେହିପରି ଫିଲ୍ମ ଭିଜା ମାଟିର ସ୍ବର୍ଗ ପାଇଁ ଅକ୍ଷୟ ପରିଜାଙ୍କୁ ମୋହନ ସୁନ୍ଦର ଦେବ ଗୋସ୍ବାମୀ ପୁରସ୍କାର ମିଳିବ। ଏଥର ଜୀବନବ୍ୟାପୀ ସାଧନା ନିମନ୍ତେ ମର୍ଯ୍ୟାଦାଜନକ ଜୟଦେବ ପୁରସ୍କାର ବିଶିଷ୍ଠ ସଂଳାପକାର ବିଜୟ ମିଶ୍ରଙ୍କୁ ମିଳିବ। ଶ୍ରେଷ୍ଠ ଗୀତିକାର ବସନ୍ତରାଜ ସାମଲ, ଶ୍ରେଷ୍ଠ ସଙ୍ଗୀତକାର ଶାନ୍ତିରାଜ ଖୋସଲା, ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ କରୁଣାକର ଏବଂ ଶ୍ରେଷ୍ଠ ଗାୟିକା ଭାବେ ଅନ୍ତରା ଚକ୍ରବର୍ତ୍ତୀ ସମ୍ମାନୀତ ହେବେ। ସୂଚନାଯୋଗ୍ୟ, ରାଜ୍ୟରେ ଚଳଚ୍ଚିତ୍ର ଓ ଟେଲି ଧାରାବାହିକକୁ ପ୍ରୋତ୍ସାହନ ଦେବା ନିମନ୍ତେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ପ୍ରତିବର୍ଷ ଏହି ପୁରସ୍କାର ଦିଆଯାଇଥାଏ। ୨୭ ଭିନ୍ନ ଭିନ୍ନ ବିଭାଗରେ ଯୋଗ୍ୟ ବିବେଚିତ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ, ସ୍କ୍ରିପ୍ଟ ରାଇଟର, ଟେକ୍ନିସିଆନ୍‌ ପ୍ରମୁୁଖଙ୍କୁ ୨୦୧୮ ମସିହା ଲାଗି ଏହି ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୮ ମସିହା ଲାଗି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଚୟନ କରିବାକୁ ଚଳିତବର୍ଷ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଫିଲ୍ମ ପୁରସ୍କାର ଚୟନ ପାଇଁ ସ୍ବତନ୍ତ୍ର ଜୁରି କମିଟି ଗଠନ କରାଯାଇଥିଲା। ଏଥିପାଇଁ ନଭେମ୍ବର ୨୫ରୁ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥର ପ୍ରାମାଣିକ ଚଳଚ୍ଚିତ୍ରକୁ ମିଶାଇ ୨୦ରୁ ଊର୍ଦ୍ଧ୍ୱ ଚଳଚ୍ଚିତ୍ର ଆବେଦନ କରିଥିବା ଚର୍ଚ୍ଚା ହେଉଥିବାବେଳେ ମୁଖ୍ୟସ୍ରୋତ ଫିଲ୍ମ ବ୍ୟତୀତ କିଛି ଡକ୍ୟୁମେଣ୍ଟାରି, ଶର୍ଟ ଫିଲ୍ମ ଓ ଶିଶୁ ଚଳଚ୍ଚିତ୍ର ମଧ୍ୟ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଦୌଡ଼ରେ ସାମିଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri