ରାଜ୍ୟ ବାହାରର ୮ ଶ୍ରମିକଙ୍କୁ କରୋନା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଟକଣା କୋହଳ ହେବା ପଠାରୁ ରାଜଧାନୀ ଭୁବନେଶ୍ୱରକୁ ବାହାର ରାଜ୍ୟରୁ ଦଳଦଳ ହୋଇ ଶ୍ରମିକ ଆସୁଛନ୍ତି। ସବୁ ନିୟମକୁ ଜଳାଞ୍ଜଳି ଦେଇ ଅମାନିଆ କଣ୍ଟ୍ରାକ୍ଟର ସେମାନଙ୍କୁ କାମରେ ଲଗାଉଛନ୍ତି। ବିଶେଷକରି କରୋନା ହଟ୍‌ସ୍ପଟ ରାଜ୍ୟ ପଶ୍ଚିମବଙ୍ଗରୁ ଅଧିକ ଶ୍ରମିକ ଆସିଥିବାବେଳେ ଉତ୍ତରପ୍ରଦେଶ, ଛତିଶଗଡ଼ ଓ ଅନ୍ୟ ରାଜ୍ୟରୁ ମଧ୍ୟ ଶ୍ରମିକଙ୍କୁ ଭୁବନେଶ୍ୱର ଅଣାଯାଉଛି। ଏମାନଙ୍କ ପାଇଁ ସହରର ସଂକ୍ରମଣ ବଢ଼ିବା ସହ ସ୍ଥିତି ବିଗିଡିଯିବ ବୋଲି ଯେଉଁ ଆଶଙ୍କା କରାଯାଉଥିଲା ତାହା ଏବେ ସତ ହେବାରେ ଲାଗିଛି। ସୋମବାର ଭୁବନେଶ୍ୱରରୁ ଚିହ୍ନଟ ୧୧ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮ଜଣ ବାହାର ରାଜ୍ୟର ଶ୍ରମିକ ଥିବା ଜଣାପଡିଛି। ସେମାନେ ଅନ୍ୟକେତେଜଣଙ୍କ ସହ ଭୁବନେଶ୍ୱର ଆସି ଏକ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ। ଏନେଇ ଧରିତ୍ରୀରେ ଖବର ପ୍ରକାଶନ ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବିଭିନ୍ନ ସ୍ଥାନରେ ଚଢ଼ାଉ କରି ନିର୍ମାଣ କାର୍ଯ୍ୟ ବନ୍ଦ କରିବା ସହ ଶ୍ରମିକମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଥିଲା। ଏବେ ନମୁନା ପଜିଟିଭ୍‌ ଆସିଥିବାରୁ ସହରରେ ଆହୁରି ବହୁ ସଂକ୍ରମିତ ଶ୍ରମିକ ଥିବା ଅନୁମାନ କରାଯାଉଛି। ତେବେ ଚିହ୍ନଟ ହୋଇଥିବା ୧୧ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ଶ୍ରମିକ ମଞ୍ଚେଶ୍ୱରରୁ ଓ ଜଣେ ବାଣୀବିହାରରୁ ଚିହ୍ନଟ ହୋଇଥିବାବେଳେ ୩ଜଣ ରେଳ କର୍ମଚାରୀ ଥିବା ବିଏମ୍‌ସି ଟୁଇଟ୍‌ ଯୋଗେ ଜଣାଇଛି। ମଞ୍ଚେଶ୍ୱରରୁ ଚିହ୍ନଟଙ୍କ ମଧ୍ୟରେ ୬ଜଣ ପୁରୁଷ ଓ ସେମାନଙ୍କ ଘର ଉତ୍ତରପ୍ରେଦେଶ। ଅନ୍ୟଜଣେ ଆକ୍ରାନ୍ତ ଶ୍ରମିକଙ୍କ ଘର ପଶ୍ଚିମବଙ୍ଗ। ସମସ୍ତେ ମଞ୍ଚେଶ୍ୱରସ୍ଥିତ ଏକ ଖବରକାଗଜ କାର୍ଯ୍ୟାଳୟ ନିକଟରେ କାମ କରୁଥିଲେ। ଅଷ୍ଟମ କରୋନା ଆକ୍ରାନ୍ତ ପଶ୍ଚିମବଙ୍ଗର ଓ ସେ ନିକଟରେ ଭୁବନେଶ୍ୱର ଆସି ବାଣୀବିହାର ଅଞ୍ଚଳରେ କାମ କରୁଥିଲେ। ଅନ୍ୟ ୩ ଆକ୍ରାନ୍ତ ରେଳ କର୍ମଚାରୀ ହୋଇଥିବାବେଳେ ନିକଟରେ ଦିଲ୍ଲୀରୁ ଫେରିଥିଲେ। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri