ରାଜ୍ୟ ବାହାର ଲୋକ ଆସିଲେ ବଢ଼ିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ସରକାରଙ୍କୁ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ନୂଆ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୧୨୨ରେ ପହଞ୍ଚିନ୍ତି। ବିଶେଷକରି ଆଜିକାଲି ପଶ୍ଚିମବଙ୍ଗ ଫେରନ୍ତାମାନେ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ହେତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୧୦ ଦିନ ତଳେ ମୁଁ ଆପଣମାନଙ୍କ ସହିତ କଥା ହୋଇଥିଲି । ସେତେବେଳେ ଆମ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୬୧ ଥିଲା । ଏବେ ତାହା ଦୁଇ ଗୁଣ ବଢିଗଲାଣି। କିନ୍ତୁ କିଛି ନାହିଁ । ଆମେ ସତର୍କ ରହିଲେ ବିପଦକୁ ଏଡାଇ ପାରିବା। ପ୍ରଥମେ ବିଦେଶରୁ ଫେରୁଥିବା ଓଡିଆ ଭାଇଭଉଣୀଙ୍କ ଯତ୍ନ ନେବା ଆମ ପାଇଁ ଚ୍ୟାଲେଞ୍ଜ ଥିଲା। ଓଡିଶା ପ୍ରଥମ ରାଜ୍ୟ, ଯିଏ କି ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ କରିଥିଲା। ସେତେବେଳେ ସରକାରଙ୍କୁ ସହଯୋଗ କରିବା ପାଇଁ ମୁଁ ଆପଣମାନଙ୍କୁ ଅନୁରୋଧ କରିଥିଲି। ଆପଣମାନେ ସହଯୋଗ କରିଥିଲେ। ଫଳରେ ଆମେ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ।

ଏହା ପରେ ଚ୍ୟାଲେଞ୍ଜ ହେଲା ଦିଲ୍ଲୀ ନିଜାମୁଦ୍ଦିନ ଫେରୁଥିବା ବ୍ୟକ୍ତିଙ୍କ ଯତ୍ନ ନେବା। ମୁଁ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କରିଥିଲି। ଆପଣମାନେ ସହଯୋଗ କରିଥିଲେ। ଫଳରେ ପୁଣିଥରେ ଆମେ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଥିଲେ। ଏବେ ଆମର ତୃତୀୟ ଆହ୍ବାନ ହେଉଛି, ପଶ୍ଚିମବଙ୍ଗରୁ ଫେରୁଥିବା ଭାଇଭଉଣୀ ମାନଙ୍କର ଯତ୍ନ । ରାଜ୍ୟରେ ବର୍ତ୍ତମାନ କରୋନା ପଜିଟିଭମାନଙ୍କ ମଧ୍ୟରୁ କେବଳ ପଶ୍ଚିମବଙ୍ଗ ଫେରନ୍ତା ହେଉଛନ୍ତି ୫୦। ଆପଣମାନଙ୍କ ସହଯୋଗରେ ଆମେ ପରିସ୍ଥିତିକୁ ଭଲ ଭାବରେ ମୁକାବିଲା କରିପାରିଛୁ । ପରିସ୍ଥିତି ନିୟନ୍ତ୍ରଣରେ ଅଛି।

ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଦେଶର ସବୁଠାରୁ ଅଧିକ ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜୁରାଟ, ଦିଲ୍ଲୀ, ତାମିଲନାଡୁ, କର୍ଣ୍ଣାଟକ, ରାଜସ୍ଥାନ ତଥା ଆମ ପଡୋଶୀ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ। ସେମାନେ ଆମ ଘର ଲୋକ। ବିପଦ ସମୟରେ ମା ଓ ମାତୃଭୂମି ଆଗ ଆମ ମନକୁ ଆସିଥାଏ। ସେମାନେ ସମସ୍ତେ ଆମର ପିଲାଛୁଆ। ଆମ ଭାଇଭଉଣୀ। ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ୱ। ବାହାରୁ ଲୋକ ଆସିଲେ ପଜିଟିଭ୍‌ ସଂଖ୍ୟା ବଢିବ। କିନ୍ତୁ ଯଦି ଆପଣମାନେ ସରକାରକୁ ପୁରା ସହଯୋଗ ଯୋଗାଇ ଦେବେ ତେବେ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ।

ତେଣୁ ଆମେ ସାବଧାନ ରହିବା। ଧୌର୍ଯ୍ୟ ରଖିବା। ବାହାରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେଶନ କରିବା। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା। ଏହାଦ୍ବାରା ସେମାନେ ସୁସ୍ଥ ରହିବେ। ଆମ ପରିବାର ସୁସ୍ଥ ରହିବ। ଆମ ଗାଁ ଓ ଆମ ସମାଜ ମଧ୍ୟ ସୁସ୍ଥ ରହିବ। ଆପଣମାନଙ୍କର ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇ ପାରେ। ଏହା ହେଉଛି ଜୀବନ ଓ ମୃତ୍ୟୁର କଥା। ଏପରିକି ୧୦ ପ୍ରତିଶତ ଲୋକଙ୍କ ଭୁଲ ଦ୍ବାରା, ସମସ୍ୟା ୧୦୦ ଗୁଣ ବଢିଯିବ।

ଓଡିଶାର ପରିସ୍ଥିତି ଅନ୍ୟ ରାଜ୍ୟମାନଙ୍କଠାରୁ ବହୁତ ଭଲ ଅଛ। ଆମେ ଯଦି ସରକାରଙ୍କ ନିୟମ ମାନି ଚଳିବା, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବା, ତେବେ ଓଡିଶା କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri