Posted inଜାତୀୟ

ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର

ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଲଦାଖ ରାଜଧାନୀ ଲେହରେ ରାଧାକୃଷ୍ଣ ମାଥୁର ଓ ଶ୍ରୀନଗରରେ ଗିରୀଶ ଚନ୍ଦ୍ର ମୁର୍ମୁ ଉପରାଜ୍ୟପାଳ(ଏଲ୍‌ଜି) ଭାବେ ଶପଥ ନେଇଛନ୍ତି।
ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଲେହସ୍ଥିତ ସିନ୍ଧୁ ସଂସ୍କୃତି ଅଡିଟୋରିୟମରେ ୧୯୭୭ ବ୍ୟାଚ୍‌ର ତ୍ରିପୁରା କ୍ୟାଡର ଆଇଏଏସ୍‌ ଅଫିସର ତଥା ପୂର୍ବତନ ପ୍ରତିରକ୍ଷା ସଚିବ ମାଥୁରଙ୍କୁ ଉପରାଜ୍ୟପାଳ ଭାବେ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଲେହ ଓ କାର୍‌ଗିଲ ପାର୍ବତ୍ୟାଞ୍ଚଳ ପରିଷଦର ଅଫିସର, ସେନା ଓ ଅର୍ଦ୍ଧସାମରିକ ବାହିନୀ, ଧାର୍ମିକ ନେତା ଓ ସାଧାରଣ ଜନତା ଉପସ୍ଥିତ ଥିଲେ। ପରେ ମୁଖ୍ୟ ବିଚାରପତି ଶ୍ରୀନଗର ଯାଇ ରାଜ ଭବନରେ ମୁର୍ମୁଙ୍କୁ ଶପଥ ପାଠ କରାଇଥିଲେ। ଓଡ଼ିଶା ଜନ୍ମିତ ଗିରୀଶ ମୁର୍ମୁ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର। ପ୍ରଶାସନିକ ଅଧିକାରୀ ଭାବେ କାର୍ଯ୍ୟରତ ଥାଇ ଉପରାଜ୍ୟପାଳ ନିଯୁକ୍ତି ପାଇବାରେ ସେ ହେଉଛନ୍ତି ସମ୍ଭବତଃ ପ୍ରଥମ ଅଫିସର। ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ ସଚିବ ଥିବା ମୁର୍ମୁଙ୍କର ଚଳିତ ମାସ ଶେଷରେ କାର୍ଯ୍ୟକାଳ ସମ୍ପୂର୍ଣ୍ଣ ହେବା ପୂର୍ବରୁ ତାଙ୍କୁ ଉପରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା। ମୁଖ୍ୟ ସଚିବ ବି.ଭି.ଆର୍‌. ସୁବ୍ରମଣ୍ୟମ୍‌ ମୁର୍ମୁଙ୍କ ନିଯୁକ୍ତି ସମ୍ପର୍କରେ ଘୋଷଣା କରିଥିଲେ। ଶପଥ ଗ୍ରହଣ ଉତ୍ସବରେ ଭାଜପା ଲୋକ ସଭା ସଦସ୍ୟ ଯୁଗଳ କିଶୋର ଓ ରାଜ୍ୟ ସଭା ସଦସ୍ୟ ତଥା ପିଡିପି ସଭ୍ୟ ନାଜିର ଲଓ୍ବେଙ୍କ ସମେତ ୨୫୦ରୁ ଊର୍ଦ୍ଧ୍ୱ ଅତିଥି ଯୋଗଦେଇଥିଲେ। ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିବା ଗିରୀଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଅତି ଘନିଷ୍ଠ ଭାବେ ଜଣାଶୁଣା। ମୋଦି ଗୁଜରାଟ ମୁଖ୍ୟମନ୍ତ୍ରୀ ଥିଲାବେଳେ ଗିରୀଶ ତାଙ୍କର ଅତିରିକ୍ତ ପ୍ରମୁଖ ସଚିବ ଥିଲେ।
ଜମ୍ମୁ-କଶ୍ମୀର ରାଷ୍ଟ୍ରପତି ଶାସନାଧୀନ ଥିବାରୁ ଦୁଇ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ଉପରାଜ୍ୟପାଳଙ୍କ ଜରିଆରେ କେନ୍ଦ୍ରର ପ୍ରତ୍ୟକ୍ଷ ଶାସନାଧୀନ ରହିବ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏନେଇ ଗୁରୁବାର ସକାଳେ ଦୁଇଟି ଅଲଗା ବିଜ୍ଞପ୍ତି ଜାରି କରିଛନ୍ତି। ପ୍ରଥମ ଥର ଲାଗି ଗୋଟିଏ ରାଜ୍ୟ ଦୁଇଭାଗ ହୋଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ ହୋଇଛି। ଫଳରେ ରାଜ୍ୟ ସଂଖ୍ୟା ୨୮କୁ ହ୍ରାସ ପାଇବା ସହ କେନ୍ଦ୍ରଶାସିତ ଅଞ୍ଚଳ ସଂଖ୍ୟା ୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri