Posted inଜାତୀୟ

ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ୧୭ ବିରୋଧୀ ଦଳର ଚିଠି : ବିନା ଯାଞ୍ଚରେ ଗୃହୀତ ହେଉଛି ବିଲ୍‌

ନୂଆଦିଲ୍ଲୀ,୨୭ା୭(ପି.ଟି.): ପାର୍ଲାମେଣ୍ଟରେ ସରକାର ତରବରିଆ ଭାବେ ବିଲ୍‌ ଗୃହୀତ କରାଇ ନେଉଥିବାରୁ ଏହା ଉପରେ ଚିନ୍ତା ପ୍ରକଟ କରି ୧୭ଟି ବିରୋଧୀ ଦଳ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁଙ୍କୁ ପତ୍ର ଲେଖିଛନ୍ତି। ଗୃହର ପ୍ରତିଷ୍ଠିତ ପରମ୍ପରାରୁ ଦୂରେଇଯାଇ ବିନା ଯାଞ୍ଚରେ ବିଲ୍‌ ଗୃହୀତ କରାଯାଉଛି। ଆଇନ ପ୍ରଣୟନର ଏହା ସୁସ୍ଥ ପରମ୍ପରା ନୁହେଁ ବୋଲି ସେମାନେ ଦର୍ଶାଇଛନ୍ତି।
କଂଗ୍ରେସ ସମେତ ସମାଜବାଦୀ ପାର୍ଟି, ତୃଣମୂଳ କଂଗ୍ରେସ, ବହୁଜନ ସମାଜ ପାର୍ଟି, ରାଷ୍ଟ୍ରୀୟ ଜନତା ଦଳ, ତେଲୁଗୁଦେଶମ୍‌ ପାର୍ଟି, ସିପିଆଇ, ସିପିଆଇ(ଏମ୍‌) ପ୍ରମୁଖ ଦଳ ପକ୍ଷରୁ ଏହି ଚିଠି ଲେଖାଯାଇଛି। ଗୃହର ଷ୍ଟାଣ୍ଡିଂ କମିଟି ଏବଂ ସିଲେକ୍ଟ କମିଟିରେ ବିଲ୍‌ଗୁଡ଼ିକର ଯାଞ୍ଚ ହେଉ ନ ଥିବାରୁ ସେମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଚତୁର୍ଦ୍ଦଶ ଲୋକ ସଭାରେ ୬୦ ପ୍ରତିଶତ ବିଲ୍‌ ସଂସଦୀୟ କମିଟିଗୁଡ଼ିକୁ ଯାଞ୍ଚ ପାଇଁ ପଠାଯାଇଥିଲା। ପଞ୍ଚଦଶ ଲୋକ ସଭାରେ ୭୧ ପ୍ରତିଶତ ବିଲ୍‌ ଯାଇଥିବାବେଳେ ଷୋଡଶ ଲୋକ ସଭାରେ ମାତ୍ର ୨୬ ପ୍ରତିଶତ ବିଲ୍‌ ଯାଞ୍ଚ ପାଇଁ ଯାଇଥିଲା। ବର୍ତ୍ତମାନ ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନରେ ୧୪ ବିଲ୍‌ ଗୃହୀତ ହୋଇସାରିଲାଣି। ସେଥିରୁ ଗୋଟିଏ ହେଲେ ବିଲ୍‌ ଯାଞ୍ଚ ପାଇଁ ସଂସଦୀୟ କମିଟିକୁ ପଠାଯାଇନାହିଁ। ରାଜ୍ୟ ସଭା ଅଧ୍ୟକ୍ଷ ଏଥିରେ ହସ୍ତକ୍ଷେପ କରିବାକୁ ବିରୋଧୀ ଦଳଗୁଡ଼ିକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri