Posted inଜାତୀୟ

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚେତାବନୀ: ଟ୍ରାଫିକ୍‌ ଆଇନ ବିରୋଧରେ ଗଲେ ଜାରି ହେବ ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ, ୭।୧: ନୂଆ ଟ୍ରାଫିକ୍‌ ନିୟମ ନେଇ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯେଉଁ ରାଜ୍ୟ ଟ୍ରାଫିକ୍‌ ଆଇନ ବିରୋଧ ଯିବେ ସେଠାରେ ରାଷ୍ଟ୍ରପତି ଶାସନ ଜାରି ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟ ସରକାର ଟ୍ରାଫିକ ନିୟମର ଉଲ୍ଲଂଘନ କରି ଜରିମାନା ପରିମାଣ କମାଇଲେ ଏଭଳି ପଦକ୍ଷେପ ଗ୍ରହଣ କରାଯିବ। ରାଜ୍ୟ ସରକାରଙ୍କ ଏପରି କରିବା ପାଇଁ ଅଧିକାର ନାହିଁ ବୋଲି କେନ୍ଦ୍ରୀୟ ସଡ଼କ ପରିବହନ ଏବଂ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଦ୍ୱାରା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ ହେବ। ଏହି ସଂଶୋଧିତ ଆଇନ ସଂସଦରେ ପାରିତ ହୋଇଥିବା ଏକ ଆଇନ। ଏନେଇ ରାଷ୍ଟ୍ରପତିଙ୍କ ସ୍ବୀକୃତି ରହିଛି। ତେଣୁ ଏହାର ଉଲ୍ଲଂଘନ କରାଯିବା ଅନୁଚିତ ବୋଲି ସଡ଼କ ପରିବହନ ଏବଂ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟରେ କଂଗ୍ରେସ

ନୂଆଦିଲ୍ଲୀ, ୨୧।୨: ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏହି ଦଳରେ ଆର୍ଥିକ ସମସ୍ୟା ଦେଖାଦେଇଥିଲା। ଏବେ ଦେଶର ଏହି ସର୍ବପୁରାତନ ଦଳ...

ମୋଦି କ୍ୟାବିନେଟରେ ସାମିଲ ହୋଇପାରନ୍ତି କାମାଥ, ଦାସଗୁପ୍ତା

ନୂଆଦିଲ୍ଲୀ,୧୮ା୧(ଆଇଏଏନ୍‌ଏସ୍‌): ବ୍ରିକ୍ସ ବ୍ୟାଙ୍କ ଅଧ୍ୟକ୍ଷ କେ.ଭି. କାମାଥ ଏବଂ ଭାଜପାର ରାଜ୍ୟ ସଭା ସଦସ୍ୟ ସ୍ବପନ ଦାସଗୁପ୍ତାଙ୍କୁ ଖୁବ୍‌ଶୀଘ୍ର କେନ୍ଦ୍ର କ୍ୟାବିନେଟରେ ସାମିଲ କରାଯାଇପାରେ। ଏହି...

ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ପାଇଁ ୫୦ ହଜାର ଟପିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଭାବରେ ଜୋ ବାଇଡେନ୍‌ ଶପଥ ନେବା ପରେ ଭାରତୀୟ ଶେୟାର ବଜାରରେ ଏହାର ପ୍ରଭାବ ଦେଖାଯାଇଛି। ଗୁରୁବାର ଶେୟାର ବଜାର ରେକର୍ଡ...

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ...

ପୁଣ୍ୟତିଥିରେ ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୬।୮: ଭାଜପାର ପ୍ରତିଷ୍ଠାତା ସଦସ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ରବିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ...

ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲେ କରେ ଜ୍ୟୋତିରାଦିତ୍ୟ

ଭୋପାଳ,୧୩।୩: କଂଗ୍ରେସ ଛାଡି ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ଶୁକ୍ରବାର ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି...

ଝିଅଙ୍କ ମୃତଦେହକୁ କାନ୍ଧରେ ବୋହି ୧୦ କିମି ଚାଲିଲେ ବାପା

ଅମ୍ବିକାପୁର,୨୬।୩: ଛତିଶଗଡ଼ରେ ଓଡ଼ିଶାର ଦାନ ମାଝୀ ଭଳି ଘଟଣାର ପୁନରାବୃତ୍ତି। ଫରକ କେବଳ ସମ୍ପର୍କର। ଛତିଶଗଡର ଅମ୍ବିକାପୁର ଗାଁରୁ ଆସିଥିବା ଏଭଳି ଚିତ୍ର ଏବେ ସମସ୍ତଙ୍କୁ...

Advertisement
Archives

Model This Week