ରାଜ୍ୟ ସରକାରଙ୍କ ଐତିହାସିକ ପଦକ୍ଷେପ: ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା

ଭୁବନେଶ୍ୱର,୧୯ା୪(ବ୍ୟୁରୋ) : ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ବିଶ୍ୱ ତଥା ଜାତୀୟସ୍ତରରେ କରୋନା ସଂକ୍ରମିତଙ୍କ ଦେଖିଲେ ରାଜ୍ୟରେ ଏହା ନିିୟନ୍ତ୍ରଣରେ ଅଛି। ହେଲେ କରୋନା ସହ ଲଢ଼େଇ ଲମ୍ବା ଲଢ଼େଇ। ଏଥିପାଇଁ ଆମକୁ ଆହୁରି ସାବଧାନ ହେବାକୁ ପଡ଼ିବ। ଓଡ଼ିଶାରେ କରୋନା ନିୟନ୍ତ୍ରଣ କରିବାକୁ ବାଧ୍ୟତାମୂଳକ ଭାବେ ରେଜିଷ୍ଟ୍ରେଶନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଦେଶାଗତଙ୍କୁ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ ଭାବେ କ୍ୱାରାଣ୍ଟାଇନ୍‌ରେ ରଖିବା ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରଖିବାରେ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ରାଜ୍ୟବାସୀଙ୍କୁ କହିଛନ୍ତି।

ଆଗାମୀ ଦିନରେ ପଞ୍ଚାୟତ ଏବଂ ପୌରାଞ୍ଚଳକୁ ସାଥୀରେ ନେଇ କାମ କରିବାକୁ ପଡ଼ିବ। ପ୍ରତି ପଞ୍ଚାୟତରେ ରେଜିଷ୍ଟ୍ରେଶନ ସୁବିଧା କରାଯିବ। ଅନ୍ୟ ରାଜ୍ୟରୁ ଗାଁକୁ ଫେରୁଥିବା ଲୋକେ ବାଧ୍ୟତାମୂଳକ ରେଜିଷ୍ଟ୍ରେଶନ କରିବେ। ସେମାନଙ୍କ ପରିବାର ଓ ବନ୍ଧୁମାନେ ହିଁ ପଞ୍ଚାୟତରେ ରେଜିଷ୍ଟ୍ରେଶନ କରିବେ। ପରେ ସେମାନଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ସେମାନଙ୍କ ରହିବା, ଖାଇବା, ଚିକିତ୍ସା ଆଦିର ବ୍ୟବସ୍ଥା ମାଗଣାରେ ଯୋଗାଇ ଦିଆଯିବ। କ୍ୱାରାଣ୍ଟାଇନ୍‌ ଅବଧି ସରିବା ପରେ ସେମାନଙ୍କୁ ୨୦୦୦ ଟଙ୍କା ଲେଖାଏ ସହାୟତା ରାଶି ମିଳିବ। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେଶନ ଏବଂ କ୍ୱାରାଣ୍ଟାଇନ୍‌ ସେମାନଙ୍କର ତଥା ସେମାନଙ୍କ ପରିବାର, ସମାଜ ଏବଂ ରାଜ୍ୟ ପାଇଁ ମଙ୍ଗଳକର। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। କୋଭିଡ୍‌-୧୯ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏଥିପାଇଁ ଆବଶ୍ୟକ ଆଇନଗତ ପଦକ୍ଷେପ ମଧ୍ୟ ନିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଜିର ପରିସ୍ଥିତି ଅସାଧାରଣ। ଏଣୁ ଅସାଧାରଣ ସମାଧାନ ମଧ୍ୟ ଆବଶ୍ୟକ କରେ। ପଞ୍ଚାୟତ ଏବଂ ପୌରାଞ୍ଚଳର ସଶକ୍ତିକରଣ ଦ୍ୱାରା ପରିସ୍ଥିତିକୁ ସଠିକ୍‌ ଭାବେ ମୁକାବିଲା କରାଯାଇପାରିବ। ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ ଉଚିତ୍‌ ସେବା ଯୋଗାଇ ଦେବା ଫଳରେ କୋଭିଡ୍‌-୧୯ ବିରୋଧରେ ଲଢ଼େଇକୁ ଆହୁରି ମଜଭୁତ କରିପାରିବା। ମୋ’ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସମ୍ମାନଜନକ ଭାବରେ ପ୍ରତି ଜୀବନର ସୁରକ୍ଷା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ପଞ୍ଚାୟତିରାଜ ଅନୁଷ୍ଠାନ ତୃଣମୂଳସ୍ତରରେ ଲୋକମାନଙ୍କର ନିଜ ଅନୁଷ୍ଠାନ। ତେଣୁ କୋଭିଡ୍‌-୧୯ ଲଢ଼େଇରେ ହିଁ ପଞ୍ଚାୟତ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?