ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ବୋଲି ସ୍ପଷ୍ଟ ହୋଇଛି। ଖୋର୍ଦ୍ଧାକୁ ଛାଡ଼ି ବାକି ୮ଟି ଜିଲାରେ କୋଭିଡ ମାମଲା ବୃଦ୍ଧି ପାଉନାହିଁ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ପାଇଁ ସ୍ବତନ୍ତ୍ର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ରାଜଧାନୀରେ ସବୁଠାରୁ ଅଧିକ ନମୁନା ପରୀକ୍ଷଣ ହେବାର ଲକ୍ଷ୍ୟ ରଖାଯାଇଛି। ଭାରତର ଅନ୍ୟ ସହରଠାରୁ ଏଠାରେ ଅଧିକ ଟେଷ୍ଟ ହେବ। ଆଗାମୀ ସାତ ଦିନ ମଧ୍ୟରେ ଭୁବନେଶ୍ୱର ୫୦୦୦ ନମୁନା ପରୀକ୍ଷଣ କରାଯିବ। ରାଜଧାନୀକୁ ନିରାପଦ କରିବା ଲାଗି ଏହା କରାଯିବାର ଆବଶ୍ୟକତା ରହିଛି। ଏଥିପାଇଁ ଆବଶ୍ୟକ ପରୀକ୍ଷଣ ଲ୍ୟାବ୍‌ର ସଂଖ୍ୟା ବୃଦ୍ଧି କରାଯିବ। ସ୍ଥାୟୀ କ୍ୟାମ୍ପ କରାଯିବା ସହ ଭ୍ରାମ୍ୟମାଣ ମୋବାଇଲ୍‌ ଭ୍ୟାନ୍‌ କ୍ୟାମ୍ପ ମଧ୍ୟ କରାଯିବ। ବର୍ତ୍ତମାନ ସୁଦ୍ଧା ରାଜଧାନୀରେ ୧୯୫୮ଟି ଟେଷ୍ଟ କରାଯାଇଛି। ଏହା ସମଗ୍ର ରାଜ୍ୟର ୩୮%। ଆଗାମୀ ଦିନରେ ଏହାକୁ ୫୦୦୦କୁ ବୃଦ୍ଧି କରାଯିବ। ଫଳରେ କରୋନା ଚିହ୍ନଟଙ୍କ ଚିତ୍ର ସ୍ପଷ୍ଟ ହେବ ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri