ରାଜ୍ୟ ସ୍ବାର୍ଥ ଲାଗି ପଦଯାତ୍ରାରେ ସତ୍ୟବ୍ରତ, ଭଟଲି ବିଡିଓଙ୍କୁ ଭେଟି ପ୍ରଦାନ କଲେ ଦାବିପତ୍ର

ଭଟଲି,୧୯।୧୨(ଡି.ଏନ୍‌.ଏ.): ବରଗଡ଼-ଭଟଲି ମୁଖ୍ୟରାସ୍ତାରେ ପହଞ୍ଚିଛନ୍ତି ରାଜ୍ୟର ସ୍ବାର୍ଥ ଲାଗି ପଦଯାତ୍ରାରେ ବାହାରିଥିବା ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ୍‌ ଅନ୍ତର୍ଗତ ଭଗବାନସିନ୍ଧୋଳ ଗ୍ରାମର ସତ୍ୟବ୍ରତ ଦାସ(୨୮)। ସେ ଗତ ଜୁଲାଇ ୧୦ ତାରିଖରୁ ଯାଜପୁର ଜିଲା ବଡ଼ଚଣା ବ୍ଲକ୍‌ରୁ ନିଜର ପଦଯାତ୍ରା ଆରମ୍ଭ କରିଛନ୍ତି। ଅଦ୍ୟାବଧି ୧୬୨ ଦିନରେ ୧୧୫ଟି ବ୍ଲକ୍‌ର ବିଡିଓଙ୍କୁ ଭେଟି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ, ମହାନଦୀ ଜଳ ସମସ୍ୟାର ତ୍ୱରିତ ସମାଧାନ ଏବଂ ପୋଲାଭରମ ପ୍ରକଳ୍ପ ସମ୍ପୂର୍ଣ୍ଣ ଭାବେ ବନ୍ଦ ଦାବିରେ ଏକ ଦାବିପତ୍ର ପ୍ରଦାନ କରୁଛନ୍ତି। ତେବେ ଏହି କ୍ରମରେ ସତ୍ୟବ୍ରତ ଗୁରୁବାର ଭଟଲି ବିଡିଓ ଧୀରେନ୍ଦ୍ର କୁମାର ସେଠୀଙ୍କୁ ମଧ୍ୟ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ତାଙ୍କର ଏହି ପଦଯାତ୍ରାକୁ ସାଧାରଣରେ ସ୍ବାଗତ କରାଯିବା ସହିତ ଭଟଲି ମାରୱାଡ଼ି ୟୁବାମଞ୍ଚ, ଶ୍ୟାମ ବିହାରୀ ମନ୍ଦିର କର୍ମକର୍ତ୍ତା ଏବଂ ବିଭିିନ୍ନ ଅନୁଷ୍ଠାନ ପକ୍ଷରୁ ସତ୍ୟବ୍ରତଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ତେବେ ତାଙ୍କର ଏହି ପଦଯାତ୍ରା ନିଜ ବ୍ଲକ୍‌ ବାଲିକୁଦାରେ ସମାପ୍ତ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri