Posted inଖେଳ

ରାଜ୍ୟ ୯ବର୍ଷରୁ କମ୍‌ ଚେସ ଆରମ୍ଭ: ଆୟୁଷ୍ମାନ, ପ୍ରତ୍ୟୁଷା ଟପସିଡ

କଟକ ଅଫିସ,୧୩ା୭- ପୂର୍ବତଟ ରେଲଓ୍ବେ ପ୍ରତିଷ୍ଠାନ ପରିସରରେ ରାଜ୍ୟ ୯ବର୍ଷରୁ କମ୍‌ ଚେସ ଚାମ୍ପିୟନଶିପ ଶୁକ୍ରବାର ଆରମ୍ଭ ହୋଇଛି । ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଓପନ ବର୍ଗରେ ୮୩ ଓ ବାଳିକା ବର୍ଗରେ ୩୭ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଛନ୍ତି । ୧୦ଟି ଜିଲାରୁ ମୋଟ ୧୨୦ଜଣ ପ୍ରତିଯୋଗୀ ଭାଗ ନେଇଥିବା ବେଳେ ଏମାନଙ୍କ ମଧ୍ୟରେ ୧୫ଜଣ ଅନ୍ତର୍ଜାତୀୟ ମାନ୍ୟତାପ୍ରାପ୍ତ ଖେଳାଳି ଅଛନ୍ତି । ଓପନ ବର୍ଗରେ ପୁରୀର ଆୟୁଷ୍ମାନ ମହାନ୍ତି ଓ ବାଳିକା ବର୍ଗରେ କଟକର ପ୍ରତ୍ୟୁଷା ଜେନା ଟୁର୍ନାମେଣ୍ଟର ଟପସିଡ ଖେଳାଳି ଅଛନ୍ତି। କଟକ ଜିଲା ଚେସ୍‌ ସଂଘ ଓ ନିଖିଳ ଓଡ଼ିଶା ଚେସ୍‌ ସଂଘର ମିଳିତ ଆନୁକୂଲ୍ୟରେ ହେଉଥିବା ଏହି ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହେବ ।
ଶୁକ୍ରବାର ଖେଳାଯାଇଥିବା ୨ ରାଉଣ୍ଡ ଶେଷ ସୁଦ୍ଧା ଓପନ ବର୍ଗରେ ଆୟୁଷ୍ମାନ ମହାନ୍ତି, ପ୍ରତ୍ୟୁଷ ନାୟକ, ଶ୍ରୀୟାଂଶ ଦେ, ଆୟୁଷ ଆର୍ୟନ ମହାପାତ୍ର, ସ୍ବସ୍ତିକ ଶୁଭମ ପଟ୍ଟନାୟକ, ତନ୍ମୟ ତଲିନ ବେହେରା, ଆଦିତ୍ୟ ବିକ୍ରମ ମିଶ୍ର, ସାଇ ଅମ୍ରିତ ପରିଜା, ବାଳିକା ବର୍ଗରେ ସାଇ ସମ୍ପ୍ରଦା ମହାନ୍ତି, ସାନିଧ୍ୟା ସ୍ବାଇଁ, ଶ୍ରୁତି ସ୍ନେହି, ଶୁଭଶ୍ରୀ ରାଉତ, ଆୟୁଷି ଦାସ, ଜ୍ୟୋତିକା ସାହୁ, ଶ୍ରଦ୍ଧା ସ୍ମରଣିକା ନନ୍ଦ, ଶ୍ରଦ୍ଧା ମିଶ୍ର ୨ ପଏଣ୍ଟ ଲେଖାଏ ପାଇ ଅଗ୍ରଣୀ ଅଛନ୍ତି । ରାଜେନ୍ଦ୍ର କୁମାର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନ୍ତର୍ଜାତୀୟ ଆର୍ବିଟର ତାପସ ମହାନ୍ତି, ନିହାର ରଞ୍ଜନ ସାସମଲ ଖେଳ ପରିଚାଳନା କରୁଛନ୍ତି । ସେକ ମନସୂର ଅଲ୍ଲୀ, ସାହେବ ଅଖତାର ସହାୟତା କରୁଛନ୍ତି । ଉଦ୍‌ଘାଟନୀ ଉତ୍ସବରେ ପୂର୍ବତଟ ରେଳବାଇ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି ଡା. ସେକ ରହେମତୁଲ୍ଲା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ କଟକ ଜିଲା ଚେସ ସଂଘ ସଭାପତି ବିବେକ ତିବେରୱାଲ, ସମ୍ପାଦକ ରଞ୍ଜନ ମହାନ୍ତି, ଉପସଭାପତି ସନ୍ତୋଷ କୁମାର ପୃଷ୍ଟି, ଫନୀନ୍ଦ୍ର ମହାନ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri