Posted inଜାତୀୟ

ରାଣା କପୁର କ୍ରୟ କରିଥିବା ରାଜୀବ ଗାନ୍ଧୀଙ୍କ ପେଣ୍ଟିଂକୁ ଜବତ କଲା ଇଡି

ମୁମ୍ବାଇ,୧୦।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କ ଉପରେ ଗୋଟିଏ ପରେ ଗୋଟିଏ ଅସୁବିଧା ଯେମିତି ମାଡି ଆସୁଛି। ୟସ୍‌ ବ୍ୟାଙ୍କ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏହାର କାରବାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)କେତେ ଗୁଡିଏ କଟକଣା ଲଗାଇଥିବାରୁ ଏବେ ଅଡୁଆରେ ପଡିଛନ୍ତି ରାଣା। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କର ଏକ ପେଣ୍ଟିଂକୁ ରାଣା ୨ କୋଟି ଟଙ୍କାରେ କୟ କରିଥିବା ଜଣାପଡିବା ପରେ ପ୍ରବର୍ତ୍ତନ ନିର୍ଦ୍ଦଶାଳୟ(ଇଡି) ପକ୍ଷରୁ ଉକ୍ତ ପେଣ୍ଟିଂକୁ ଜବତ କରାଯାଇ ଇଡି କାର୍ଯ୍ୟାଳୟରେ ରଖାଯାଇଥିବା ଜଣାପଡିଛି। ତେବେ ୨୦୧୦ରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରାଣାଙ୍କୁ ଧନ୍ୟବାଦ ଦେଇ ଏକ ପତ୍ର ଲେଖିଥିବା ବେଳେ ଏଥିରେ ପେଣ୍ଟିଂର ମୂଲ୍ୟ ୨ କୋଟି ଟଙ୍କା ଉଲ୍ଲେଖ କରାଯାଇଥିବା ଜଣାପଡିଛି। ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଅମିତ ମାଲବିୟ କହିଛନ୍ତି, ଭାରତରେ ଯେତେ ପ୍ରକାର ଆର୍ଥିକ ସମସ୍ୟା ଦେଖାଦେଇଛି ସବୁ ଗାନ୍ଧୀ ପରିବାର ସହ ଜଡିତ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri