Posted inଭଦ୍ରକ

ରାଣୀତାଲରେ ଦୁର୍ଘଟଣା, ଭିଡ଼ରେ ଫସିଲେ ମନ୍ତ୍ରୀ: ଗଳାପୋଲ ଦାବି ଜଣାଇଲେ ଆନ୍ଦୋଳନକାରୀ

ଭଦ୍ରକ ଅଫିସ, ୫।୧- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବିରେ ଆନ୍ଦୋଳନ ଜାରି ରହିଛି। ଶନିବାର ଏହି ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି। ଏପରି ସ୍ଥିତିରେ ଶନିବାର ଅପରାହ୍ନରେ ୧୬ ନମ୍ବର ଜାତୀୟ ରାଜପଥରେ କାମ କରୁଥିବା କନଷ୍ଟ୍ରକ୍‌ସନର ଦୁଇଜଣ କର୍ମଚାରୀ ଏକ ବାଇକ୍‌ରେ ଯାଉଥିବାବେଳେ ରାଜେନ୍ଦ୍ର ସାହୁ ନାମକ ସ୍ଥାନୀୟ ଜଣେ ବ୍ୟବସାୟୀ
ରାସ୍ତା ପାର ହେଉଥିବା ବେଳେ ଧକ୍କା ଦେଇଥିଲେ। ଦୁର୍ଘଟଣାରେ ଗୁରୁତର ରାଜେନ୍ଦ୍ରଙ୍କୁ ସ୍ଥାନୀୟ ଲୋକେ ଡାକ୍ତରଖାନାକୁ ପଠାଇବା ସହ ଜାତୀୟ ରାଜପଥକୁ ଏକ ଘଣ୍ଟାରୁ ଅଧିକ ସମୟ ବନ୍ଦ ରଖିଥିଲେ। ଏହି ସମୟରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ବାଲେଶ୍ୱରରୁ ଭୁବନେଶ୍ୱର ଫେରୁଥିବାବେଳେ ରାସ୍ତା ଭିଡ଼ରେ ଫସିଯାଇଥିଲେ। ଏହି ସୁଯୋଗରେ ଆନ୍ଦୋଳନକାରୀମାନେ ମନ୍ତ୍ରୀଙ୍କୁ ପାଖରେ ପାଇ ଦାବି ଜଣାଇଥିଲେ। ଆନ୍ଦୋଳନ ୧୨ଦିନରେ ପହଞ୍ଚିଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କେହି ଆନ୍ଦୋଳନ ସ୍ଥଳକୁ ଆସୁ ନ ଥିବା ସେମାନେ ଅଭିଯୋଗ କରିଥିଲେ। ମନ୍ତ୍ରୀ ଏ ସମ୍ପର୍କରେ ସ୍ଥାନୀୟ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ସହ ଆଲୋଚନା କରି ଆଗାମୀ ୯ ତାରିଖରେ ଭୁବନେଶ୍ୱରରେ ଆନ୍ଦୋଳନକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରାଯିବାକୁ ପରାମର୍ଶ ଦେଇଛନ୍ତି। ସେଠାରେ ଗଳାପୋଲ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ଦିଆଯାଇଛି। ମନ୍ତ୍ରୀ ଜାତୀୟ ରାଜପଥ ପ୍ରକଳ୍ପ ନିର୍ଦ୍ଦେଶକ ନାଗେଶ୍ୱର ରାଓଙ୍କ ସହ ମଧ୍ୟ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଥିବା ଜାଣିବାକୁ ମିଳିଛି। ଏହାମଧ୍ୟରେ ୧ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ପରେ ରାସ୍ତା ଅବରୋଧ ହଟିଥିଲା ଏବଂ ମନ୍ତ୍ରୀ ଭୁବନେଶ୍ୱର ଅଭିମୁଖେ ଯାଇଥିଲେ। ଆଲୋଚନା ସମୟରେ ରାଣୀତାଲ ବିକାଶ ମଞ୍ଚର ଆବାହକ ଗଣେଶ ପ୍ରସାଦ ଦାଶ, ସଭାପତି ଭାଗୀରଥି ନାୟକ, ବଜାର କମିଟି ସଭାପତି ସୁକାନ୍ତ ସାହୁ ଓ ସମ୍ପାଦକ ଜ୍ୟୋତିପ୍ରକାଶଙ୍କ ସମେତ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri