Posted inଜାତୀୟ

ରାତିଅଧରେ ଦିଅରଙ୍କୁ ସ୍ନେହରେ ଡାକିଲେ ଭାଉଜ, ଏମିତି କାଣ୍ଡ କଲେ ଚିଲ୍ଲାଇ ଦୌଡିଲେ ଦିଅର…ଆଉ ତା’ପରେ

ଭୋପାଳ,୩୧।୮: ମଧ୍ୟ ପ୍ରଦେଶରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସିଦ୍ଧି ଜିଲାରେ ଜଣେ ଭାଉଜ ତାଙ୍କ ଦିଅରଙ୍କ ପ୍ରାଇଭେଟ୍‌ ପାର୍ଟ କାଟି ଦେଇଛନ୍ତି। ଆହତ ଦିଅରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଦିଅରଙ୍କ ଅଭିଯୋଗ ଉପରେ ପୋଲିସ ଅଭିଯୁକ୍ତ ଭାଉଜଙ୍କ ବିରୋଧରେ ମାମଲା ରୁଜୁ କରିଛି। ମାମଲାର ତଦନ୍ତ ଚାଲିଛି।
ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ପରିବାରରେ ଉତ୍ତେଜନା ଦେଖାଦେଇଛି। ଏହି ଘଟଣା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ପୋଲିସ ଆହତ ଭାଉଜଙ୍କୁ ପଚରାଉଚରା କରିଛି। ଘଟଣାର କାରଣ ବୋଲି ସେ ଏକ ଜମି ବିବାଦକୁ ଦର୍ଶାଇଛନ୍ତି। ଏହି ସମ୍ବେଦନଶୀଳ ଘଟଣା ସିଦ୍ଧି ଜିଲାର ଏକ ଆଦିବାସୀ ଅଞ୍ଚଳ ଭାନାନଚାଲ କୁସମିରେ ଘଟିଛି।

ଏହି ଘଟଣା ସମ୍ପର୍କରେ ଗାଁର ଗ୍ରାମବାସୀଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଲୋଚନା ଚାଲିଛି। ଅଭିଯୁକ୍ତ ମହିଳାଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦିଅର କହିଛନ୍ତି ଯେ, ତାଙ୍କ ଭାଉଜଙ୍କ ସହିତ ଜମି ବିବାଦ ଚାଲିଛି। ଭାଉଜ ତାଙ୍କୁ ରାତିରେ ଘରକୁ ଡାକିଥିଲେ। ତାଙ୍କ କୋଠରୀରେ ପହଞ୍ଚିବା ପରେ ଏକ ତୀକ୍ଷ୍ଣ ଅସ୍ତ୍ରରେ ପ୍ରାଇଭେଟ୍‌ ପାର୍ଟ କାଟି ଦେଇଥିଲେ। ଆକ୍ରମଣ ପରେ ସେ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ତାଙ୍କ ପରିବାର ସଦସ୍ୟ ଏ ବିଷୟରେ ଜାଣିବାକୁ ପାଇଥିଲେ। ଆହତ ଅବସ୍ଥାରେ ତାଙ୍କୁ କୁସମି କମ୍ୟୁନିଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା।
ଅତ୍ୟଧିକ ରକ୍ତସ୍ରାବ ହେତୁ ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ଡାକ୍ତରଖାନାକୁ ପଠାଯାଇଥିଲା। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଜାରି ରହିଛି। ସିଦ୍ଧି ଏଏସପି କହିଛନ୍ତି ଯେ, ଯୁବକଙ୍କ ଅଭିଯୋଗ ଉପରେ ତାଙ୍କ ଭାଉଜଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri