Posted inଜାତୀୟ

ରାତିରେ ଗଢା ହୋଇଛି ସରକାର ରାତିରେ ହିଁ ଭାଙ୍ଗିବ: ଜୟନ୍ତ ପାଟିଲ

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କୁ ରବିବାର ବିଳମ୍ବିତ ରାତିରେ ସାକ୍ଷାତ୍‌ କରିଛନ୍ତି। ଏହି ସାକ୍ଷାତ୍‌କାର ସମୟରେ ରାଜ୍ୟରେ ବର୍ଷା ଯୋଗୁ କୃଷକଙ୍କ ହୋଇଥିବା କ୍ଷତି ସମ୍ପର୍କରେ ଆଲୋଚନା କରିବା ସହ ସେମାନଙ୍କୁ କପିରି ସହାୟତା ଯୋଗାଇ ଦିଆଯିବ ସେ କଥା ମଧ୍ୟ ଉଠାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଏହା ଟୁଇଟ୍‌ କରି ସୂଚନା ଦିଆଯାଇଥିଲା। ଆହୁରି ମଧ୍ୟ ଏ ସମ୍ପର୍କରେ ରାଜ୍ୟର ମୁଖ୍ୟ ସଚିବ ଓ ଅର୍ଥ ସଚିବଙ୍କ ସହ ସୋମବାର ଆଲୋଚନା ହେବ ବୋଲି ଦର୍ଶାଯାଇଥିଲା। ଏହାକୁ ଦେଖି ଏନ୍‌ସିପି ନେତା ଜୟନ୍ତ ପାଟିଲ ଭାଜପାକୁ ଟାର୍ଗେଟ କରି କହିଛନ୍ତି ଯେଉଁ ସରକାର ରାତିରେ ଗଢିଉଠିଛି ତାହା ରାତିରେ ହିଁ ଭାଙ୍ଗିଯିବ। ଆଉ ଏହି ସରକାରରେ କେବଳ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ ଥିବାରୁ ସେମାନେ ପରସ୍ପରକୁ ଭେଟୁଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି(ଭାଜପା) ରାତାରାତି ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ସହ ମେଣ୍ଟ କରି ମହାରାଷ୍ଟ୍ରରେ ସରକାର ଗଠନ କରିବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri