ରାତି ଅଧରେ ମୃତଦେହ ବ୍ୟବଚ୍ଛେଦ ଦାବିରେ ସମ୍ପର୍କୀୟଙ୍କ ଡାକ୍ତରଙ୍କୁ ମାଡ଼ ଅଭିଯୋଗ ଘଟଣା : ଅଭିଯୁକ୍ତଙ୍କୁ ଗିରଫ ଦାବି

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କ ମୃତଦେହ ବ୍ୟବଚ୍ଛେଦ ଦାବିରେ ସେମାନଙ୍କ ସମ୍ପର୍କୀୟ ୨ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ମାଡ଼ ମାରିଥିବା ମୃତକଙ୍କ ୩ ସମ୍ପର୍କୀୟଙ୍କୁ ଗିରଫ ଦାବିରେ ସମସ୍ତ ଡାକ୍ତର ଅଡ଼ି ବସିଛନ୍ତି। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଚାପା ଉତ୍ତେଜନା ଲାଗିରହିଛି। ସେମାନେ ଗିରଫ ନ ହେବା ପର୍ଯ୍ୟନ୍ତ ମୃତଦେହ ବ୍ୟବଚ୍ଛେଦ କରାଯିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଓ ଏକ ପ୍ରତିନିଧି ମଣ୍ଡଳ ଆଇଆଇସିଙ୍କୁ ଦେଖା କରିଛନ୍ତି।
ସୂଚନା ଅନୁଯାୟୀ, ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଗୁଡିପୋଖରୀ ଗ୍ରାମର ନନ୍ଦ କିଶୋର ମହାନ୍ତ(୭୦) ସୋମବାର ସନ୍ଧ୍ୟାରେ କୂଅରେ ପଡ଼ିଥିଲେ। ପରେ ପରିବାର ଲୋକ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡ୍ୟୁଟିରେ ଥିବା ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ରାତିରେ ମୃତଦେହ ବ୍ୟବଚ୍ଛେଦ ଲାଗି ଦାବି କରିବା ସହ କାହିଁକି ବ୍ୟବଚ୍ଛେଦ ହେବନି ବୋଲି କହି ନନ୍ଦ କିଶୋରଙ୍କ ୩ ସମ୍ପର୍କୀୟ ଅସଭ୍ୟ ଭାଷାରେ ଡାକ୍ତରଙ୍କୁ ଗାଳି ଗୁଲଜ କରିଥିଲେ। ପରେ ଠେଲାପେଲା କରିବା ସହ ମାଡ଼ ମାରିଥିବା ନେଇ ଡାକ୍ତର ଶୁଭେନ୍ଦୁ ସାଗର ନାଏକ ଏବଂ ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ଚିତ୍ତରଞ୍ଜନ ନାଏକ ପାଟଣା ଥାନାରେ ମଙ୍ଗଳବାର ଅଭିଯୋଗ କରିଛନ୍ତିି। ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ୨୭/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri