ରାତ୍ରି କର୍ଫ୍ୟୁ, ସଟ୍‌ଡାଉନ ସମୟରେ ଖୋଲା ରହିବ ରାସ୍ତା କଡ ଢାବା

ଭୁବନେଶ୍ୱର,୧୨।୬(ବ୍ୟୁରୋ):ସଟଡାଉନ ଏବଂ ଲକ୍‌ଡାଉନର କର୍ଫ୍ୟୁ ସମୟରେ ଢାବାସବୁ ଖୋଲା ରହିବ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଲକ୍‌ଡାଉନ କଟକଣା କିନ୍ତୁ ଧିରେଧିରେ କୋହଳ ହୋଇଚାଲିଛି। ମାତ୍ର ଏହି ଜୁନ୍‌ ମାସ ସମସ୍ତଙ୍କ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସରକାର କହିଛନ୍ତି। ସେହିପରି ମୌସୁମୀ ଦୁଇ ସପ୍ତାହ ରହିଥିବା ବେଳେ ଏହା ମଧ୍ୟ ବହୁତ ମାତ୍ରାରେ ପ୍ରଭାବ ପକାଇବ ବୋଲି ସରକାରଙ୍କ ତରଫରୁ କୁହାଯାଇଛି। ସେହି ଅନୁଯାୟୀ ସରକାର ଦିନକୁ ୧୦ଘଣ୍ଟା ଅର୍ଥାତ୍‌ ସା ୭ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ରାତ୍ରୀ କର୍ଫ୍ୟୁକୁ ଜୋରଦାର କରିବା ଲାଗି କହିଛନ୍ତି। ଏହାସହ ସପ୍ତାହକୁ ଦୁଇଦିନ ଶନି ଏବଂ ରବିବାର ରାଜ୍ୟର ୧୧ଟି ଜିଲାକୁ ସମ୍ପୂର୍ଣ୍ଣ ସଟ୍‌ଡାଉନ ରଖିବା ଲାଗି ଘୋଷଣା କରିଛନ୍ତି। ଏହି ସମୟଗୁଡିକରେ ଅର୍ଥାତ୍‌ ରାତ୍ରି କର୍ଫ୍ୟୁ ଏବଂ ସଟ୍‌ଡାଉନ ସମୟରେ ଏଥର ଉଭୟ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥ କଡରେ ଥିବା ଢାବା ଖୋଲାଯାଇପାରିବ ବୋଲି ସ୍ବତନ୍ତ୍ର ରିଲିଫ କମିଶନ ଘୋଷଣା କରିଛନ୍ତି। ଏନେଇ ଶୁକ୍ରବାର ଏକ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ହେଲେ ଏହି ସମୟରେ ଢାବାଗୁଡିକ କେବଳ ପାର୍ସଲ ଦେବେ। ଢାବାରେ ବସି କେହି ଖାଇପାରିବେ ନାହିଁ। ମୁଖ୍ୟତଃ ରାତି ସମୟରେ ଜରୁରୀକାଳୀନ ସାମଗ୍ରୀ ନବା ଆଣିବା କରୁଥିବା ଗାଡିର ଡ୍ରାଇଭରମାନେ ଅସୁବିଧା ସମ୍ମଖୀନ ହେଉଥିବାରୁ ଏହି ପଦକ୍ଷେପ ନେଇଛନ୍ତି। ଧାନ କିଣିବା, ଚାଉଳ ଯୋଗାଣ ଚିନାବାଦମ ଓ ଡାଲି କିଣିବା ଚାଲି ପାରିବ। ସହିତ ଚାରା ଓ ମଞ୍ଜି ପ୍ରକ୍ରିୟାକରଣ କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri