ରାମଚଣ୍ଡୀଙ୍କ କୋଶଳା ଯାତ୍ରା ଆରମ୍ଭ

ଛେଣ୍ଡିପଦା,୧୮।୮ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ ରାମଚଣ୍ଡୀଙ୍କ ଐତିହାସିକ କୋଶଳା ଯାତ୍ରା ଶନିବାର ଆରମ୍ଭ ହୋଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ବ୍ରଜବନ୍ଧୁ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅପରାହ୍ନ ୧ଟା ବେଳେ ମା’ଙ୍କ ପୀଠରେ ପୂଜାର୍ଚ୍ଚନା କରାଯାଇଥିଲା। ଯାତ୍ରା ଦେଖିବାକୁ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ପୂଜାବେଳେ ପୀଠ ପରିସରରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ମନ୍ଦିର ପରିଚାଳନା କମିଟି, ଟ୍ରଷ୍ଟ ସଭ୍ୟ ଓ ଗ୍ରାମବାସୀଙ୍କ ଉପସ୍ଥିତିରେ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ଲୋକନାଥ ପ୍ରଧାନଙ୍କ ସ୍ତ୍ରୀ ଗୌରୀ ପ୍ରଧାନ ପତାକା ଉତ୍ତୋଳନ କରିଥିଲେ। ମାନସିକଧାରୀମାନେ ସୂର୍ଯ୍ୟୋଦୟ ପୂର୍ବରୁ ମନ୍ଦିର ବେଢାରେ ଅଧିଆ ପଡିଥିଲେ। ଚଳିତ ବର୍ଷ ୮୦ରୁ ଊର୍ଦ୍ଧ୍ୱ ମହିଳା ବେଢ଼ାରେ ଥିବା ୧୬ଶିରା ବିଶିଷ୍ଟ ଡମ୍ବରୁ ଆକୃତିର ଛାଟ ଖୁମ୍ବ ନିକଟରେ ଅଧିଆ ପଡିଥିବା ଦେଖିବାକୁ ମିଳିଥିଲା। ଗ୍ରାମବାସୀ ଓ ଟ୍ରଷ୍ଟବୋର୍ଡ ସଭ୍ୟଙ୍କ ଦ୍ୱାରା ଯାତ୍ରା ପରିଚାଳିତ ହୋଇଥିଲା। ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଫୁଡ ଇନ୍ସପେକ୍ଟର ଯାତ୍ରା ସ୍ଥଳ ବୁଲି ବିଭିନ୍ନ ଖାଦ୍ୟ ପଦାର୍ଥ ଯାଞ୍ଚ କରିଥିଲେ। ଗ୍ରାମର ରାଜୀବ ମେମୋରିଆଲ କ୍ଲବ୍‌ ପକ୍ଷରୁ ଅନ୍ନପ୍ରସାଦ ବଣ୍ଟନ କରାଯାଇଥିଲା। ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ବ୍ୟବସାୟୀମାନେ ଅସ୍ଥାୟୀ ଦୋକାନ ବଜାର ଖୋଲିଛନ୍ତି। ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ପ୍ରଶାସନ ଓ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ବେଚ୍ଛାସେବୀମାନଙ୍କୁ ମୁତୟନ କରାଯାଇଛି। ଏହି ଯାତ୍ରା ମଙ୍ଗଳବାର ପର୍ଯ୍ୟନ୍ତ ଚାଲିବ।
ଛେଣ୍ଡିପଦା ଥାନା ଅଧିକାରୀ ସତ୍ୟବ୍ରତ ରାଉତ କୁହନ୍ତି, ଅନୁଗୋଳ ଏସଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ୩ ଜଣ ଇନ୍ସପେକ୍ଟର, ୧୪ ସବ୍‌ଇନ୍ସପେକ୍ଟର ଓ ଏଏସଆଇ, ୩ ପ୍ଲାଟୁନ ଫୋର୍ସ ନିୟୋଜିତ କରାଯାଇଛି। ଯାନବାହନ ଭିଡକୁ ଦୃଷ୍ଟିରେ ରଖି ଅନୁଗୋଳ-ଛେଣ୍ଡିପଦା ରାଜ୍ୟ ରାଜପଥ କୋଶଳା ଉଚ୍ଚ ବିଦ୍ୟାଳୟ ଠାରୁ ଶିମିଳିସାହି ପର୍ଯ୍ୟନ୍ତ ବାଇପାସ୍‌ ରାସ୍ତାର ବ୍ୟବସ୍ଥା କରାଯାଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ବ୍ରଜବନ୍ଧୁ ସାହୁ କୁହନ୍ତି, ୧୯୪୨ରେ ଭାରତଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଥିବାବେଳେ କୋଶଳାର ସ୍ବାଧୀନତା ସଂଗ୍ରାମୀମାନେ ଯାତ୍ରା ମଞ୍ଚରେ ତ୍ରିରଙ୍ଗା ପତାକା ଉଡାଇ ଆନ୍ଦୋଳନରେ ସାମିଲ ହୋଇଥିଲେ। ସେବେଠାରୁ ପ୍ରତ୍ୟେକ ବର୍ଷ ଯାତ୍ରା ସ୍ଥଳରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରାଯାଉଛି। ସମ୍ପାଦକ ସନ୍ତୋଷ କୁମାର ସାହୁ କୁହନ୍ତି, ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ସମେତ ବହୁ ବ୍ୟବସାୟୀ ସେମାନଙ୍କ ପସରା ମେଲାଇଛନ୍ତି। ଚୋରି, ଡକାୟତି ରୋକିବାକୁ ମନ୍ଦିର ଚତୁଃପାର୍ଶ୍ୱରେ ସିସିଟିଭି କ୍ୟାମେରା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri