ରାଶନକାର୍ଡ ଅନିୟମିତତାର ତଦନ୍ତ ପାଇଁ ଓଏଚ୍‌ଆର୍‌ସିଙ୍କୁ ଅଭିଯୋଗ

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଯାଜପୁର ଜିଲାର ଧର୍ମଶାଳା, ବିଞ୍ଝାରପୁର ଓ ଓରେଇ ଆଦି ଅଞ୍ଚଳରେ ଭୂତ କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ସାମଗ୍ରୀ ଓ ଟଙ୍କା ହରିଲୁଟ ହେଉଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଘଟଣାର ତଦନ୍ତ ଦାବି କରି ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆରସି)ଙ୍କ ନିକଟରେ ପିଟିଶନ ହୋଇଛି। ମାନାବାଧିକାର କର୍ମୀ ପ୍ରଦୀପ୍ତ ନାୟକ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ଯୋଗାଣ ବିଭାଗର ଦୁର୍ନୀତିଗ୍ରସ୍ତ ଅଧିକାରୀ, ପିଆର୍‌ଆଇ ପ୍ରତିନିଧି ଏବଂ ବିକ୍ରେତାମାନେ ଗରିବଙ୍କ ଖାଦ୍ୟ ଶସ୍ୟ ଲୁଟ କରିଛନ୍ତି। ମୃତକଙ୍କ ନାମରେ ଚାଉଳ, ରିଲିଫ ଟଙ୍କା ହଡ଼ପ ହୋଇଛି। ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଦ୍ୱାରା ଅନେକ ଭୂତ କାର୍ଡ ଯୋଡାଯିବା ହେତୁ ପ୍ରକୃତ ହିତାଧିକାରୀ ବଞ୍ଚତ୍ତ ହୋଇଛନ୍ତି। ଘଟଣାର ତଦନ୍ତ କରିବାସହ ସମ୍ପୃକ୍ତ ସରକାରୀ କର୍ମଚାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବାକୁ ଯାଜପୁର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେବାକୁ ପ୍ରଦୀପ୍ତ କମିଶନଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ ପାଣ୍ଠିକୁ ହଜାରେ ଟଙ୍କା ଦେଲେ ୫ମ ଶ୍ରେଣୀ ଛାତ୍ର

ସୋର, ୭ା୪(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢୁଛି। କରୋନା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନ ପକ୍ଷରୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି।...

ବିମାନ, ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌: ସବିଶେଷ ଜାଣନ୍ତୁ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିମାନ ଏବଂ ରେଳ ଯାତ୍ରୀଙ୍କ ପାଇଁ ଗାଇଡ୍‌ଲାଇନ୍‌ କରାଯାଇଛି। ଏ ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ବୁଧବାର ସୂଚନା ଦେଇଛନ୍ତି।...

ଘୋଷଣା ହେଲା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର: ଜାଣନ୍ତୁ ଏଥର କେଉଁମାନେ ପୁରସ୍କୃତ ହେବେ….

ଭୁବନେଶ୍ୱର, ୧୦।୭(ବ୍ୟୁରୋ)- ଶେଷରେ ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ୨୦୧୫ ଓ ୨୦୧୬ ବର୍ଷ ପାଇଁ ଶୁକ୍ରବାର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି।...

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ...

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି...

ଜଷ୍ଟିସ ଡ. ଅରିଜିତ ପଶାୟତଙ୍କୁ ଭୂମିଗୌରବ ସମ୍ମାନ

କଟକ ଅଫିସ,୧୮।୮: କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ସାରସ୍ବତ ପୀଠ ସାରଳା ଭବନଠାରେ ଶନିବାର ସାରଳା ସାହିତ୍ୟ ସଂସଦ ଓ ଚେଳିତୋଳ କଲଚରାଲ ଏକାଡେମୀର ମିଳିତ...

ପ୍ରଥମ ଦିନରେ ୮୦ ହଜାର ନେଲେ ଟିକା

ଭୁବନେଶ୍ୱର, ୪।୧(ବ୍ୟୁରୋ): ସାରା ଦେଶରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ପିଲାଙ୍କର ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଦେଶରେ ପ୍ରାୟ ୧୬ଲକ୍ଷରୁ ଊର୍ଦ୍ଧ୍ୱ ପିଲା...

ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦,...

Advertisement
Archives

Model This Week