ରାଶନ କାର୍ଡରୁ ବଞ୍ଚିତ୍ତ ଗରିବଙ୍କୁ ଚାଉଳ, ଡାଲି ମିଳୁ

ଭୁବନେଶ୍ୱର, ୧୬ା୪(ବ୍ୟୁରୋ): ରାଜ୍ୟରେ ଖାଦ୍ୟ ସୁରକ୍ଷା ଯୋଜନାରେ ସବୁ ଗରିବ ପରିବାର ସାମିଲ ହୋଇପାରି ନାହାନ୍ତି। ସେହି ପରିବାର ସଦସ୍ୟଙ୍କୁ ମାଗଣାରେ ଚାଉଳ ଏବଂ ଡାଲି ଯୋଗାଇଦେବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଚିଠି ଲେଖି ଅନୁରୋଧ କରିଛନ୍ତି। ପ୍ରଦୀପ୍ତ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ମାଧ୍ୟମରେ ଲକ୍‌ଡାଉନ ସମୟରେ ଅସହାୟଙ୍କୁ ଖାଦ୍ୟ ସୁରକ୍ଷା ସହିତ ଆର୍ଥିକ ସହାୟତା ଯୋଗାଇ ଦେଉଛି। ମାତ୍ର ରାଜ୍ୟର କେତେଜଣ ଗରିବ ଅଛନ୍ତି ଯେଉଁମାନେ ଖାଦ୍ୟ ସୁରକ୍ଷା ବାହାରେ ଅନେକ ସମସ୍ୟା ଭୋଗୁଛନ୍ତି। ତେଣୁ ଏହି ସମୟରେ ରାଜ୍ୟରେ ରାଶନ କାର୍ଡ ପାଇ ନ ଥିବା ଗରିବ ପରିବାରକୁ ମାଗଣାରେ ଚାଉଳ ଏବଂ ଡାଲି ଯୋଗାଇଦେବା ପାଇଁ ବିରୋଧୀ ଦଳ ନେତା ଅନୁରୋଧ କରିଛନ୍ତି। କେନ୍ଦ୍ର ସରକାର ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏସ୍‌ଡିଆର୍‌ଏଫ୍‌), ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌) ଆଦି କରୋନା ମୁକାବିଲା କ୍ଷେତ୍ରରେ ବ୍ୟବହାର କରିବାକୁ ନିୟମ କୋହଳ କରିଛନ୍ତି। ଏହାର ବ୍ୟବହାର ଦ୍ୱାରା ରାଶନ କାର୍ଡ ପାଇପାରି ନ ଥିବା ଗରିବ ପରିବାରକୁ ଚାଉଳ, ଡାଲି ଯୋଗାଇଦେବାର ବ୍ୟବସ୍ଥା କରାଯାଉ। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ଗରିବଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ କରାଗଲେ ସେମାନେ ବିଶେଷ ଲାଭବାନ୍‌ ହେବେ। ଏହିସବୁ ତାଲିକା ପଞ୍ଚାୟତ କାର୍ଯ୍ୟାଳୟଗୁଡ଼ିକରେ ଜନ ସାଧାରଣଙ୍କ ଅବଗତି ନିମନ୍ତେ ରଖିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri