Posted inRasifala

ରାଶିଫଳ: ଗୁରୁବାର , ଅକ୍ଟୋବର ୦୩ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମସ୍ଥ ଚନ୍ଦ୍ରଙ୍କ ସହ ବୃହସ୍ପତିଙ୍କ ସମ୍ପର୍କ ଆପଣଙ୍କୁ ଅର୍ଥ, ସମ୍ମାନ ଦାନରେ କୁଣ୍ଠା ପ୍ରକାଶ କରିବେ ନାହିଁ । ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଅବଶ୍ୟ ଟେନସନ୍‌ କିଛିମାତ୍ରାରେ କମିଯିବ । ନିଜ ଲୋକମାନଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସଭାସମିତି, ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ।
ବୃଷ
ବୃଷ
ବୁଧ ଷଷ୍ଠଭାବସ୍ଥ ଯୋଗୁ ଯେକୌଣସି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ଭଲ । ବନ୍ଧୁବର୍ଗଙ୍କ ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅପଚେଷ୍ଟା କରି ଧରାପଡ଼ିଯାଇପାରନ୍ତି।
ମିଥୁନ
ମିଥୁନ
ରାହୁ ରାଶିରେ ଅବସ୍ଥାନ କରିଥିବାରୁ ପରିସ୍ଥିତିକୁ ଆଖିଆଗରେ ରଖି ଯେସାକୁ ତେସା ନୀତିରେ କାମ କରିବାକୁ ମନସ୍ଥ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ କିନ୍ତୁ ଋଣ ପରିଶୋଧର ମାର୍ଗ ଉନ୍ମୁକ୍ତ ହୋଇପାରିବ ନାହିଁ । କଳା, ସାହିତ୍ୟ, ପ୍ରଶାସନିକ ସ୍ତରରେ ଏପରି କି ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ।
କର୍କଟ
କର୍କଟ
ଆଜିର ଚନ୍ଦ୍ର ଷଷ୍ଠାଧିପତିଙ୍କ ସହ ସଂଯୁକ୍ତ କାରଣରୁ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ନ ଘଟିଲେ ମଧ୍ୟ ଭାଗ୍ୟାଧିପତି ହେତୁ ଅସୁବିଧା ହେବନି। ଆନୁଷ୍ଠାନିକ କାମ, ବନ୍ଧୁ ସମ୍ପର୍କ, କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଭୁଲ୍‌ ବୁଝାମଣା ଓ ସନ୍ଦେହ ଜନିତ ପାରିବାରିକ ସମସ୍ୟା ଗୁରୁତର ହୋଇପାରେ।
ସି˚ହ
ସି˚ହ
ରବିଙ୍କ ଦୁର୍ବଳତା ଆପଣଙ୍କ ଦୁର୍ବଳ ସ୍ବାସ୍ଥ୍ୟକୁ ନିର୍ଦ୍ଦେଶିତ କରୁଥିଲେ ମଧ୍ୟ ଅନ୍ୟମାନଙ୍କ ସହାୟତାରେ ଆଶା ପୂରଣ ହୋଇପାରିବ। ଦୀର୍ଘଦିନ ହେଲା ଯେତେ ଚେଷ୍ଟା କଲେ ମଧ୍ୟ ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ନୀଚସ୍ଥ ଶୁକ୍ର ପ୍ରଭାବରେ ଯାହା କଲେ ମଧ୍ୟ ସୁଫଳ ମିଳିବ ନାହିଁ।
କନ୍ୟା
ମୁଖଭାବସ୍ଥ ବୁଧ ଆପଣଙ୍କୁ ପ୍ରଭାବଶାଳୀ କଥା ମାଧ୍ୟମରେ ସମସ୍ୟା ସମାଧାନ ଦିଗରେ ଅନୁଧାବିତ କରିପାରନ୍ତି। ପାରିବାରିକ ଜୀବନରେ ଉଚିତ ବୁଝାମଣା ହୋଇପାରେ। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ ନିର୍ଦ୍ଦିଷ୍ଟ ସମୟରେ ଦୂରେଇ ରହିଯିବାର ସୂଚନା ରହିଛି । ଆତ୍ମୀୟସ୍ବଜନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ବଢ଼ିପାରେ।
ତୁଳା
ତୁଳା
ଆଜିର ଅନୁକୂଳ ଗ୍ରହସ୍ଥିତି ଆପଣଙ୍କୁ ଆର୍ଥିକ ଅଭିବୃଦ୍ଧି, ସାମାଜିକ ସମ୍ମାନ ସହ କାର୍ଯ୍ୟସିଦ୍ଧିର ସୂଚନା ପ୍ରଦାନ କରେ। ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ପାରିବାରିକ ପରିସ୍ଥିତି ପୂର୍ବପରି ରହିବ କିନ୍ତୁ ସଭାସମିତିରେ ଯୋଗଦେଇ ଲାଭବାନ ହେବେ । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ ।
ବିଛା
ବିଛା
ରାଶିରେ ଗୁରୁଚାନ୍ଦ୍ରୀ ଯୋଗ ଆପଣଙ୍କ ସମସ୍ତ ସୁଖ, ସୁବିଧା ସହ ଅଭିଳାଷ ପୂରଣ କରିବାରେ ସାହାଯ୍ୟ କରିବ। ଶନିଙ୍କ କୁପ୍ରଭାବରୁ ନିଜ ଅବହେଳାରୁ ହାତମୁଠାରୁ କେତେକ ସୁ୍‌ଯୋଗ ଖସିଯାଇପାରେ। କେତେକ କ୍ଷେତ୍ରରେ ମନକଥା ମନରେ ମାରି ରହିବେ, ମୁହଁ ଖୋଲିବାର ରାସ୍ତା ପାଇବେ ନାହିଁ । ଅବଶ୍ୟ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କାର୍ଯ୍ୟ ବିଳମ୍ବରେ ସମ୍ପନ୍ନ ହେବ । କିନ୍ତୁ ଆଜି ପୂର୍ବାଷାଢ଼ା ନକ୍ଷତ୍ର ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ ଏବଂ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରି ସଫଳତା ପାଇବେ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ । ମାତ୍ର ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ସମସ୍ତ ଗ୍ରହ ଏକପାଖିଆ ରହିଥିବାରୁ କୌଣସି କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇ ନ ପାରେ। ଭାରସାମ୍ୟ ଅଭାବରୁ ଆଜି ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଶନିଙ୍କ ଶୁଭଦୃଷ୍ଟିରୁ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଚାରଧାରା ଠିକ୍‌ ରହି ନ ପାରେ । ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ ତଥାପି ନିକଟସ୍ଥ ବନ୍ଧୁମାନେ ଖୁସି ହେବନାହିଁ। ଭ୍ରମଣହେତୁକ କ୍ଳାନ୍ତି ଦେଖାଦେଇପାରେ ଫଳତଃ ସ୍ବାସ୍ଥ୍ୟହାନିର ଆଶଙ୍କା ରହିବ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି।
ମୀନମୀନ
ଦେବଗୁରୁଙ୍କ କୃପାରୁ କୌଣସି କାମ ଅଟକି ରହିବ ନାହିଁ ଏବଂ ପ୍ରତ୍ୟେକ ସ୍ତରରେ ସମ୍ମାନିତ ହେବେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ କିନ୍ତୁ ଅର୍ଥାଭାବ ଓ ପାରିବାରିକ ସମସ୍ୟା ହେତୁ ଉଦାସୀନ ରହିବେ । ଜମିଜମା କାରବାର, ଆଲୋଚନା, ସଭାସମିତି, କଳା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri