Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଆଜି ଉଚ୍ଚ ରାଶିରେ ଚନ୍ଦ୍ର ରହିଥିବାରୁ ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସଭାସମିତି, ମାଲିମକଦ୍ଦମା କଥାରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି।
ବୃଷ
ବୃଷ
ଦ୍ୱିତୀୟ ରାହୁ ଓ ଅଷ୍ଟମ ଶନି ପ୍ରଭାବରୁ ପରିସ୍ଥିତିର ତାଡନାରେ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆଜି ଆକସ୍ମିକ ଭାବରେ ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ କିଛି ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ।
ମିଥୁନ
ମିଥୁନ
ରବି ଚତୁର୍ଥଭାବରେ ଥିବାରୁ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ। ଜମା ଭଲ ପଡୁ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ସାମାନ୍ୟ ଟିକିଏ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ, ତାହା ବ୍ୟତୀତ ଅନ୍ୟ କୌଣସି ଅସୁବିଧା ହେବନାହିଁ । ଅତୀତରେ ଘଟିଯାଇଥିବା ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍‌ ହୋଇଯିବାର ପୂର୍ଣ୍ଣ ସମ୍ଭାବନା ରହିଛି।
ସି˚ହ
ସି˚ହ
ମୁଖ ଭାବରେ ମଙ୍ଗଳ ଆପଣଙ୍କ ମାନସିକ ସ୍ତରରେ ବିରକ୍ତି ଭାବକୁ ରୁକ୍ଷ ବ୍ୟବହାରରେ ପରିଣତ କରିବ। ଅବଶ୍ୟ ବନ୍ଧୁଙ୍କ ପ୍ରରୋଚନାରେ ବାରମ୍ବାର ସ୍ଥଗିତ ରହିଯାଉଥିବା କାର୍ଯ୍ୟ କୌଶଳ ଖଟାଇ ହାସଲ ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି।
କନ୍ୟା
ମଙ୍ଗଳଙ୍କ ପ୍ରଭାବରେ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ। ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ।
ତୁଳା
ତୁଳା
ରାଶିରେ ବୁଧ ଓ ଶୁକ୍ର ରହିଥିବାରୁ ଆଜିର କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ପାଇଁ ଲବି କରିପାରନ୍ତି।
ବିଛା
ବିଛା
ଦେବଗୁରୁଙ୍କ ସୁପ୍ରଭାବରେ ନିଜେ ଚାହୁଁଥବା କାମ ସକାଶେ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ। ପରିବାରରେ ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। କ୍ରୀଡ଼ା,ଚଳଚ୍ଚିତ୍ର ଓ କଳା, ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବାରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ।
ଧନୁ
ଧନୁ
ପାପଗ୍ରହମାନେ ରାଶିରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। କଠୋର ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳ ହେବେ।
ମକର
ମକର
ଚନ୍ଦ୍ରଙ୍କ ଶୁଭ ସମ୍ପର୍କରୁ ବନ୍ଧୁମାନଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପରିବାରରେ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।
କୁମ୍ଭ
କୁମ୍ଭ
ନିଜରାଶିକୁ ରାଶ୍ୟାଧିପତିଙ୍କ ଦୃଷ୍ଟିଜନିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରି ନିଅନ୍ତୁ ନତୁବା ପରେ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଭାବୁଥିବା କାମଟି ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କୁ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଗୃହ, ଭୂମି, ଗାଡ଼ିମୋଟର,ପ୍ରେସ୍‌, ପବ୍ଲିିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ଆସିବ।
ମୀନମୀନ
ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡ଼ିପାରନ୍ତି। ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ଆଜି ଅଧିକାଂଶ ସମୟ କଟାଇବେ। ପାରିବାରିକ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ୱନାବାଣୀ ମନରେ ଆଶ୍ୱସ୍ତି ଭରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୩୧ ତାରିଖ – Daily Horoscope

ମେଷ ଆଜିର ଶୁକ୍ର ଓ ଚନ୍ଦ୍ରଙ୍କ ସମ୍ବନ୍ଧରୁ ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିପାରିବେ। ଖର୍ଚ୍ଚଭାରର ଆଧିକ୍ୟ, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି।...

ରାଶିଫଳ: ଶୁକ୍ରବାର, ଏପ୍ରିଲ୍‌ ୩୦ ତାରିଖ – Daily Horoscope

ମେଷ ଆଜି ପାପଗ୍ରହ ଯୁକ୍ତ ନୀଚସ୍ଥ ଚନ୍ଦ୍ର କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ମାନସିକ ଅଶାନ୍ତିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ...

ରାଶିଫଳ: ଗୁରୁବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ବିଭିନ୍ନ ବିବାଦୀୟ କଥାକୁ କେନ୍ଦ୍ରକରି ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଦ୍ୱିଜା ନକ୍ଷତ୍ର ଆଜିର ଯାତ୍ରାରେ...

ରାଶିଫଳ: ସୋମବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ...

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସଦ୍‌ଭାବ ଓ ସମ୍ପର୍କୀୟଙ୍କ ସ୍ନେହ, ଶ୍ରଦ୍ଧା ଓ ଆଦର ପାଇ ଖୁସି ହେବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ପାପଯୁକ୍ତ ଚନ୍ଦ୍ର ପ୍ରଭାବରେ ଆଜି ମାନସିକ ସ୍ଥିରତା ରହି ନ ପାରେ। କିନ୍ତୁ ଦ୍ୱିଜା ନକ୍ଷତ୍ରର ଶିକ୍ଷାକ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ଆଲୋଚନା,...

ରାଶିଫଳ: ଗୁରୁବାର, ଫେବୃୟାରୀ ୧୬ ତାରିଖ – Daily Horoscope

ମେଷ ରାହୁଙ୍କ ଯୋଗୁ ସାଧାରଣ କଥାରେ ବେଶି ବିବ୍ରତ ହେବା ନିଜ ପାଇଁ କ୍ଷତିର କାରଣ ପାଲଟିଯିବ। ସାମାଜିକସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ଶନିବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ ଅର୍ଥଲାଭ ସାଙ୍ଗକୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ...

Advertisement
Archives

Model This Week