Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ
ଆଜି ଏକାଧାରରେ କାର୍ଯ୍ୟସିଦ୍ଧି ସାଙ୍ଗକୁ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବା ସହ ଆର୍ଥିକ ସମସ୍ୟାର ବିକଳ୍ପ ବ୍ୟବସ୍ଥା କରିପାରନ୍ତି।
ବୃଷ
ବୃଷ
କଥା ଚାତୁରି ମାଧ୍ୟମରେ ଭାଇ,ବନ୍ଧୁ ତଥା ଅଜଣା ଅଶୁଣା ଲୋକମାନଙ୍କୁ ମନେଇବାରେ ସଫଳ ହେବେ ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ଅଫିସରେ କେତେକ ଅଟକି ରହିଥିବା ଫାଇଲ୍‌ କାମ ତାହାର କାରଣ ହୋଇପାରେ। ଶିଳ୍ପ ଓ ବାଣିଜ୍ୟ, ଗୃହାରମ୍ଭ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ଅଫିସ୍‌ରେ କିମ୍ବା ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେଇପାରନ୍ତି।
କର୍କଟ
କର୍କଟ
ପରିବାରରେ ସାମୟିକ ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ନୂତନ ପ୍ରକଳ୍ପାରମ୍ଭ ସକାଶେ ବ୍ୟୟ ଅଟକଳ କରିବେ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁମାନଙ୍କ ସାହାଯ୍ୟ ଲାଭକରି ପୁଷ୍ୟା ନକ୍ଷତ୍ର କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ।
ସି˚ହ
ସି˚ହ
ଆଜି ଯେଉଁ କାମ କରନ୍ତୁନା କାହିଁକି ବହୁ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିବ । କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ପରିବାରରେ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହମତିରେ କାମକଲେ ଉପକୃତ ହେବେ।
କନ୍ୟା
ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ିଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ। ପରୋକ୍ଷ ଶତ୍ରୁତାରୁ ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ । ଫାଇଦା ହାସଲ ପାଇଁ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି।
ତୁଳା
ତୁଳା
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ନିକଟବର୍ତ୍ତୀ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନଙ୍କ ସାହାଯ୍ୟରେ ହଠାତ୍‌ ହୋଇଯିବ। ସତର୍କତା ରକ୍ଷା ନ କଲେ ନିଜ ଲୋକମାନେ ବିଶ୍ୱାସଘାତକତାରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବା ସାଙ୍ଗକୁ ବିଭିନ୍ନ ପ୍ରକାର ସମସ୍ୟା ରହିଥିଲେ କାମ କରିବାକୁ ପଛାଇବେ ନାହିଁ।
ବିଛା
ବିଛା
ଦିନସାରା ଦୃଢ଼ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ। ଆତ୍ମୀୟମାନେ କ୍ରମଶଃ ଦୂରେଇ ଯାଇପାରନ୍ତି, ଯାହାକି କେତେକ ଆକସ୍ମିକ ସମସ୍ୟା ସୃଷ୍ଟି କରିବ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ଧନୁ
ଧନୁ
ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ। ବାହାରେ ଥିବା ସମୟରେ କୌଣସି ଅପ୍ରୀତିକର ଖବର ପାଇ ସକାଳୁ ମନଟା ବିଗିଡ଼ିଯାଇପାରେ । ଏହା ସାଙ୍ଗକୁ ଘରେ ସ୍ତ୍ରୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବେ ।
ମକର
ମକର
ଯାତ୍ରା ସମୟରେ ଅନ୍ୟମନସ୍କଜନିତ ଚୋରି, ପକେଟମାର ଅଥବା ଅସାବଧାନତା କାରଣରୁ ଧନହାନି ଅବଶ୍ୟମ୍ଭାବୀ । ମାନସିକ ଅସ୍ଥିରତା କାରଣରୁ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅବଶ୍ୟ ଶ୍ରବଣା ନକ୍ଷତ୍ର ଜାତ ବ୍ୟକ୍ତିମାନଙ୍କର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ବ୍ୟତିକ୍ରମ ମଧ୍ୟରେ ଗତି କରୁଥିବାରୁ ଚିନ୍ତିତ ରହିବେ, ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡ଼ିପାରେ। ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ଦୀର୍ଘପଥ ଭ୍ରମଣ ହେତୁ କ୍ଳାନ୍ତି ଦେଖାଦେଇପାରେ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହୋଇପାରନ୍ତି।
ମୀନମୀନ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ ଏବଂ ଆଜି ଆପଣ ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ । ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିରୁ ମନ ଖୁସି ରହିବା ସହ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଋଣ ପରିଶୋଧ,ବକେୟା ପ୍ରାପ୍ତି, ସ୍ଥଗିତ କାମ, ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri