Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ
ରୋହିଣୀ ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପାରିବାରିକ ସମସ୍ୟା କିମ୍ବା ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ଏହା ସଙ୍ଗକୁ ଆକସ୍ମିକ କଳହ କିମ୍ବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ପ୍ରବୃତ୍ତ ହୁଅନ୍ତୁ ଓ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ, ଅବଶ୍ୟ କେତେକାଂଶରେ ଉପକୃତ ହେବେ।
ବୃଷ
ବୃଷ
ସ୍ଥଗିତ କାର୍ଯ୍ୟର ପୁନରାବୃତ୍ତି ସଙ୍ଗକୁ ଆନୁଷ୍ଠାନିକ କିମ୍ବା ଧାର୍ମିକ କାର୍ଯ୍ୟ ସକାଶେ ଅନୁପ୍ରେରିତ କରିପାରନ୍ତି। ଆକସ୍ମିକ ସମସ୍ୟାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମତାନ୍ତର ଉପୁଜିପାରେ, ମାତ୍ର ବନ୍ଧୁଙ୍କ ସହାନୁଭୂତି ଲାଭ କରି ସମାଧାନ କରିବେ। ଜମିଜମା ବିବାଦ, କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହିଛି।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଅବନ୍ନତି, ପରିବହନରେ ସମସ୍ୟା, ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ କ୍ଷେତ୍ରରେ ବିବାଦୀୟ ସ୍ଥିତି ସୃଷ୍ଟି କରିପାରନ୍ତି। କିନ୍ତୁ ମାଲି ମକଦ୍ଦମା, ଆଲୋଚନା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦୂରୀଭୂତ ହୋଇଯିବ। କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ଆଜି ନୂତନ କର୍ମାରମ୍ଭ,ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ,ସତ୍‌ସଙ୍ଗ,ବନ୍ଧୁଙ୍କ ନିମନ୍ତ୍ରଣ,ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସୀ ରହିବ। କିନ୍ତୁ ଅଶ୍ଳେଷାର ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ଅପରାହ୍ନଟି କଟାଇବେ। ବାଣିଜ୍ୟ, ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିବେ।
ସି˚ହ
ସି˚ହ
ଅର୍ଥ ସଂକଟ କିମ୍ବା ତତ୍‌ ସମ୍ପର୍କୀୟ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ ଏବଂ ସଦାବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ। ଅବଶ୍ୟ,ଆଜି ସଂଗୀତ, ଚଳଚ୍ଚିତ୍ର ତଥା ମନୋରନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ସାଧାରଣ କଥାକୁ ନେଇ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ମଧ୍ୟାହ୍ନପରେ ପାଇବେ। ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ।  ସ୍ତ୍ରୀଙ୍କ ରୋକ୍‌ଠୋକ୍‌ ବ୍ୟବହାର, ପ୍ରତିଦ୍ୱନ୍ଦ୍ୱିତା, ବାଣିଜ୍ୟ, ବ୍ୟବସାୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ।
ତୁଳା
ତୁଳା
ଆଜିର ଗ୍ରହସ୍ଥିତି ଏକାଧାରରେ ପରିବାର ଓ କର୍ମକ୍ଷେତ୍ରକୁ ସରସ ସୁନ୍ଦର କରି ଶାନ୍ତି ପ୍ରଦାନରେ ସହାୟକ ହେବେ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ ଏବଂ ସଫଳତା ମଧ୍ୟ ପାଇବାରେ ଦ୍ୱିଧା ରହିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ,ଭ୍ରମଣ ପାଇଁ ମନ ବଳାଇବେ ଓ ବନ୍ଧୁ ମିଳନ ଘଟିବ।
ବିଛା
ବିଛା
ଶାରୀରିକ ଅସୁସ୍ଥତା ନଥିଲେ ମଧ୍ୟ ମନରେ ଅସ୍ଥିରତା ଭରି ରହିବ ଫଳତଃ କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପାରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ସଭାସମିତି, ଯାତ୍ରା, ବାଣିଜ୍ୟ ବ୍ୟବସାୟ ପ୍ରଭୃତି ପାଇଁ ଦିନଟି ଭଲ।
ଧନୁ
ଧନୁ
ବିଭିନ୍ନ କ୍ଷେତ୍ରରେ ରହିଥିବା ଜଟିଳ ପରିସ୍ଥିତି କ୍ରମଶଃ ସରଳ,ସାବଲୀଳ ହୋଇଯିବ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବିଗାଡି ଦେଇପାରେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ। ସ୍ତ୍ରୀଙ୍କ ଆନ୍ତରିକତା,ବନ୍ଧୁଙ୍କ ସୌଜନ୍ୟ, ପଡୋଶୀଙ୍କ ସହଯୋଗ, ଏବଂ ଗୁରୁବର୍ଗଙ୍କ ସହାନୁଭୂତି ମାନସିକ ସ୍ଥିତିକୁ ଦୃଢ଼ତା ପ୍ରଦାନ କରିବ।
ମକର
ମକର
ଆଜି ଦିନଟିକୁ ହସଖୁସୀରେ କଟାଇବା ସହ ବନ୍ଧୁତ୍ୱର ଅଛିଣ୍ଡା ଡୋରିରେ ନିଜକୁ ବାନ୍ଧି ପାରିବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନ କରିପାରିବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ କର୍ମମୟ ଜୀବନରେ ସାମୟିକ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ ନିଜ ଲୋକମାନଙ୍କ ବିରୁଦ୍ଧାଚରଣ ଦୁଃଶ୍ଚିନ୍ତାର କାରଣ ହେବ। ଅବଶ୍ୟ ନୂତନ ଗୃହ,ଯାନ ବାହନ,ଯାନ୍ତ୍ରିକ ଜିନିଷ,ଧାତୁ ଅଳଙ୍କାର ପ୍ରଭୃତି ଲାଭର ଯୋଗ ରହିଛି। ଆର୍ଥିକ ସମସ୍ୟା, ଆରକ୍ଷୀକୃତ ମାମଲା, ଜମିଜମା ସୀମା ବିବାଦ କିମ୍ବା ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିପାରେ।
ମୀନମୀନ
ଆଜି ବନ୍ଧୁମିଳନ ସହ ଅର୍ଥଲାଭ, ସ୍ବାଦିଷ୍ଟ ଭୋଜନ,ବନ୍ଧୁଙ୍କ ଆଦରସୋହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ବିଳମ୍ବରେ ହେଲେ ମଧ୍ୟ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେତୁ ମାନସିକ ପରିତୃପ୍ତି ଅନୁଭବ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିିଭାବ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ...

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ...

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି...

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ।...

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri