Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ
ଆଜିର ବଜ୍ର ଯୋଗ ପ୍ରତିବନ୍ଧକ ହଟାଇ କାର୍ଯ୍ୟସିଦ୍ଧି କରାଇବ। ସକାଳ ସମୟଟି ଆନନ୍ଦମୁଖର ରହିବା ସହ ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁତ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ।
ବୃଷ
ବୃଷ
ମାନସିକ ସ୍ଥିତି ଭଲ ରହିବ ଏବଂ ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ। ଅଭିଳଷିତ ଦ୍ରବ୍ୟପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରେ। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ।
ମିଥୁନ
ମିଥୁନ
ପୁନର୍ବସୁ ଅବିଳମ୍ବେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ ଏବଂ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ଉପକୃତ ହେବେ। ଜଣେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ଦୀର୍ଘଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ଆଜି ଆକସ୍ମିକ ଭାବେ ପୁନଃ ପ୍ରତିଷ୍ଠିତ ହେବ। ଭାବପ୍ରବଣବଶତଃ ବିରକ୍ତିକର କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ରରେ ପରକଥାରେ ପ୍ରଭାବିତ ହେଲେ ଭୁଲ୍‌ ମାର୍ଗ ଅନୁସରଣ କରିବେ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ବ୍ୟୟ ବୃଦ୍ଧିଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ମିତ୍ର କେହି ଛଳନା କରି ଦୂରେଇଯିବେ, ଏଣୁ ସବୁ ଭଲ ଥିଲେ ସୁଦ୍ଧା ମାନସିକସ୍ତରରେ କଷ୍ଟ ପାଇବେ।
କନ୍ୟା
ଉପରିସ୍ଥଙ୍କ ଅନୁକମ୍ପାରେ ହାତକୁ ନେଇଥିବା କାମଗୁଡିକ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ। ସରକାରୀ କାମରେ ହଠାତ୍‌ ବିଶ୍ୱସ୍ତ ସୂତ୍ରରୁ ଶୁଭ ସମ୍ବାଦ ଶୁଣି ଖୁସି ହେବେ । ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଶତ୍ରୁତା ଅର୍ଜନ କରିବେ। ଉପରିସ୍ଥ ଆଦେଶାନୁସାରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସାଙ୍ଗକୁ ବିଳାସ ବ୍ୟସନରେ ସମୟ ଅତିବାହିତ କରିପାରନ୍ତି। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି କିମ୍ବା ବିଭ୍ରାନ୍ତି କର ଖବର ପରିବେଷଣ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି।
ବିଛା
ବିଛା
ଅନୁରାଧା ସକାଶେ ସମୟ ସେତେଟା ଭଲ ନୁହେଁ, କିନ୍ତୁ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲି ଯାଇପାରନ୍ତି। ପରିସ୍ଥିତିରେ ପଡ଼ି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ଓ ମନସ୍ତାପ ମଧ୍ୟ କରିବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ ।
ଧନୁ
ଧନୁ
ମନ ଭଲଥିବା କାରଣରୁ ହାତରୁ ପଇସା ଖର୍ଚ୍ଚ କରି ବନ୍ଧୁଙ୍କୁ ସାହାଯ୍ୟ କରି ଆମତ୍ତୃପ୍ତି ଲାଭ କରିବେ । ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ ଫଳରେ ସମସ୍ୟା ସମାଧାନର ସମ୍ଭାବନା ରହିଛି । ଆନୁଷ୍ଠାନିକ କ୍ଷେତ୍ରରେ ସଙ୍କଟରେ ପଡ଼ିବେ ମାତ୍ର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ଥିବାରୁ ସାହାଯ୍ୟ ପାଇବେ । ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇପାରନ୍ତି।
ମକର
ମକର
ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନାକୁ ଅଣଦେଖା କରିବା ଠିକ୍‌ ହେବନାହିଁ। ତରବରିଆ ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ । ପାରିବାରିକ ସମସ୍ୟା କେତେକାଂଶରେ ନିୟନ୍ତ୍ରିତ ରହିବ।
କୁମ୍ଭ
କୁମ୍ଭ
ଶତ୍ରୁତା ଯୋଗୁ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖାଦେବ। ସ୍ବାସ୍ଥ୍ୟହାନିଜନିତ ଡାକ୍ତରଙ୍କ ପରାମର୍ଶ ପାଇଁ ବାରମ୍ବାର ଦୌଡ଼ିବାକୁ ପଡ଼ିପାରେ । ଶିଳ୍ପ, ବାଣିଜ୍ୟ, ଶେୟାର ବଜାରରେ କ୍ଷତିର ଆଶଙ୍କା ରହିଛି। ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ।
ମୀନମୀନ
ନିଜ ଲୋକମାନେ ଶତ୍ରୁତା ଆଚରଣ କରୁଥିବାରୁ ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ। ମାଲିମକଦ୍ଦମାରୁ ଚିନ୍ତା ବଢ଼ିଯିବ କିନ୍ତୁ ତୁଳନାମତ୍କ ବିଚାର କରି କିଛିଟା ଆଶ୍ୱସ୍ତି ଲାଭ କରିବେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ପ୍ରତ୍ୟେକ କାମ ସହମତିରେ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri