Posted inRasifala

ରାଶିଫଳ: ଶୁକ୍ରବାର, ମେ ୨୪ ତାରିଖ – Daily Horoscope

ମେଷ
ଆଜି କର୍ମ ସ୍ଥାନରେ ଚନ୍ଦ୍ର ଚତୁର୍ଥଭାବକୁ ଦେଖୁଥିବାରୁ ଗୃହ, ଭୂମି, ଗାଡ଼ି, ମୋଟର ଦିଗରୁ ଲାଭବାନ୍‌ ହେବେ। କିନ୍ତୁ ବନ୍ଧୁବାନ୍ଧବ, ସହକର୍ମୀ, ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ଅବଶ୍ୟ, ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ।
ବୃଷ
ବୃଷ

ଗ୍ରହ ପ୍ରାଧାନ୍ୟତାରୁ ବନ୍ଧୁମାନଙ୍କ ସାହାଯ୍ୟରେ ଅସ୍ବସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଫିସ୍‌କୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।

ମିଥୁନ
ମିଥୁନ
ଅଷ୍ଟମ ଚନ୍ଦ୍ର ପ୍ରଭାବରୁ ବିଭିନ୍ନ ପ୍ରକାରର ପ୍ରତିବନ୍ଧକକୁ ସାମ୍‌ନା କରିବାକୁ ପଡ଼ିପାରେ। ଅବଶ୍ୟ ଆଜି ସାୟାହ୍ନେ ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ।
କର୍କଟ
କର୍କଟ

ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ମଧ୍ୟ ସମ୍ମାନିତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।

ସି˚ହ
ସି˚ହ
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ। ସନ୍ତାନ ହେତୁକ ଚିନ୍ତା ନାହିଁ। ସକାଳୁ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସୀ ହୋଇ ଯାଇପାରେ। ନିକଟସ୍ଥ ଈର୍ଷାପରାୟଣ ବ୍ୟକ୍ତି ବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
ଭାଗ୍ୟସ୍ଥାନକୁ ପ୍ରଭାବଶାଳୀ ଗ୍ରହମାନେ ପ୍ରଭାବିତ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟମ୍ଭାବୀ। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ କିନ୍ତୁ ଝଗଡ଼ା ପରେ। ଅଫିସ୍‌ କାମରେ ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି।
ତୁଳା
ତୁଳା
ବିଶେଷ କିଛି ଅସୁବିଧା ନ ଥାଇ ଆଜିର ଜୀବନଯାତ୍ରା ସ୍ବାଭାବିକ ରହିବ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିପାରନ୍ତି। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବା ସହ ଅନ୍ୟମାନଙ୍କ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ବ୍ୟବସାୟ ଓ ବାଣିଜ୍ୟ, ରାଜନୈତିକ ଓ ସାମାଜିକ ସ୍ଥିତି ପ୍ରାୟତଃ ନିରୁପଦ୍ରବ ରହିବ। ପାଖ, ପଡ଼ୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। ଅନୁରାଧା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ସମୟର ବୈଚିତ୍ରତାକୁ ନେଇ ବିଭିନ୍ନ ସମସ୍ୟାରେ ଜଡ଼ିତ ହୋଇଥିବାରୁ ମନ ବିଚଳିତ ରହିବ। ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅବଶ୍ୟ ପୂର୍ବାଷାଢ଼ା ନକ୍ଷତ୍ରର କୁଟୀର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ କ୍ଷେତ୍ର ଭଲ ରହିବ।
ମକର
ମକର
ଅସଜଡ଼ା ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡ଼ି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ସୃଷ୍ଟି ହୋଇପାରେ। ବେଳକାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେଲେ କୃତକାର୍ଯ୍ୟ ହୋଇ ପାରିବେ।
କୁମ୍ଭ
କୁମ୍ଭ
ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। ଜମିଜମା କାରବାର, ଯାନ୍ତ୍ରିକ ଶିଳ୍ପ ସମସ୍ୟା ମୁକ୍ତ ରହିବାର ସମ୍ଭାବନା ରହିଛି । ଅର୍ଥନୈତିକ, ପାରିବାରିକ ଦିଗ ବହୁତ ଭଲ ରହିବ।
ମୀନମୀନ
କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦି ପାରନ୍ତି। ବ୍ୟବସାୟ ଓ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ପାରିବାରିକ କ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri