Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୦୭ ତାରିଖ – Daily Horoscope

ମେଷ
ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଆପଣଙ୍କ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ନୂତନ କର୍ମାରମ୍ଭ ପାଇଁ ପ୍ରୀତିପ୍ରଦ ରହିବ। ବକ୍ରୀ କର୍ମାଧିପତି ପାପଯୁକ୍ତ କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କଲେ କେତେକାଂଶରେ ସଫଳତା ପାଇବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅନ୍ୟମାନଙ୍କର କଥାକୁ ସହଜରେ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ଶନିଙ୍କ ପ୍ରଭାବରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ମିଥୁନ
ମିଥୁନ
ଆପଣଙ୍କ କାମରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ଏକାଧିକ କାମରେ ହାତଦେଇ କୌଣସିଟିକୁ ପୂର୍ଣ୍ଣାଙ୍ଗ କରିପାରିବେ ନାହିଁ। କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧୁରେ, ଲେଖାପଢ଼ାରେ ସ୍ଥଗିତ କାମ ଦିଗରେ ପଦକ୍ଷେପ ନେଇ ପାରନ୍ତି। ଆଇନ ଅଦାଲତ, କ୍ରୀଡା, ପ୍ରତିଯୋଗିତାଦି କ୍ଷେତ୍ରରୁ ସଫଳତା ମିଳିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ମଙ୍ଗଳଙ୍କ ଦୁର୍ବଳତା ହେତୁ ସନ୍ତାନ ହେତୁକ ପୀଡା ଅନୁଭବ କରିବେ। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଆଜିର ଯାତ୍ରା, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଦୀର୍ଘଦିନର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ତଥାପି ପୂର୍ବାଫାଲ୍‌ଗୁନୀର ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ। କର୍ମକ୍ଷେତ୍ରରେ କୌଣସି ଜଣେ ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
କନ୍ୟା
ମନରଭାବକୁ ଗୋପନ ରଖି ବନ୍ଧୁଙ୍କ ସହ ଆଲୋଚନାରେ ଭାଗନେବେ। ପାରିବାରିକ କ୍ଷେତ୍ରରେ ଦୁର୍ଭାବନା ବଡ଼ିଚାଲିବ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ନିଜକୁ କେତେକ ତଖଲିପ ହେବାକୁ ପଡିପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ କଥାକୁ ବଡ଼ ଆକାରରେ ଚିନ୍ତା କରି ଅଶାନ୍ତି ରହିପାରନ୍ତି।
ତୁଳା
ତୁଳା
ଭୁଲ୍‌ ବୁଝାମଣାରୁ ବଢି ଚାଲିଥିବା ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ।
ବିଛା
ବିଛା
ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇପାରନ୍ତି। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‍ ଠିକ୍‍ ହୋ‍ଇଯିବ। ସ୍ଥଗିତ ରହିଯାଇଥିବା ନୂତନ ଯୋଜନା ପାଇଁ କର୍ମତତ୍ପର ହୋ‍ଇ ଉଠିପାରନ୍ତି। ପିଲାମାନଙ୍କ କୃତି ଓ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ।
ଧନୁ
ଧନୁ
ବନ୍ଧୁଙ୍କ ସହଯୋଗରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ପୂର୍ବ ପରିକଳ୍ପିତ ଯୋଜନାଗୁଡିକୁ ଠିକ୍‌ ଭାବରେ ବଦଳାଇବା କଷ୍ଟକର ହେବ। ଜମିଜମା ସମ୍ବନ୍ଧୀୟ ବାଦବିବାଦ କ୍ରମେ ଜଟିଳ ହେବାର ସୂଚନା ରହିଛି। ସତର୍କତା ଅଭାବରୁ ଯାନବାହନରେ ଭ୍ରମଣବେଳେ ଦ୍ରବ୍ୟ ହରଣ ହୋଇପାରେ।
ମକର
ମକର
ହାତରେ ବହୁତ କାମ ଥିଲେ ମଧ୍ୟ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଅଧସ୍ତନ କର୍ମଚାରୀଙ୍କ ସହଯୋଗରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସାମାଜିକ ସ୍ତରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଗୁରୁଜନଙ୍କ ସ୍ବାସ୍ଥ୍ୟହାନି ସକାଶେ ଚିନ୍ତିତ ରହିବେ।
କୁମ୍ଭ
କୁମ୍ଭ
କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ଦୁରବସ୍ଥା ବହୁଳାଂଶରେ ଦୂରୀଭୂତ ହୋଇଯିବ। ଘରେ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିପାରନ୍ତି। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ପରୋକ୍ଷ ଶତ୍ରୁତା କାର୍ଯ୍ୟହାନିର ପରୋକ୍ଷ କାରଣ ହୋଇପାରେ।
ମୀନମୀନ
ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କଲେ ସଫଳତା ପାଇପାରିବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବିବାଦୀୟ ପରିସ୍ଥିତିରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲ୍‌କା କରିବାରେ ସମର୍ଥ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣକାରକ ଯୋଗୁ ସର୍ବସିଦ୍ଧି ପ୍ରଦାନ କରିବେ। ମାନସିକ ଶାନ୍ତି, ଅର୍ଥପ୍ରାପ୍ତି, ବନ୍ଧୁସମ୍ପର୍କ, ସଭାସମିତି ଓ ଫଳପ୍ରଦ ଆଲୋଚନା ପାଇଁ ବହୁତ ଭଲ। ଉଚ୍ଚବର୍ଗର…

ରାଶିଫଳ: ବୁଧବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ସାମାଜିକ ସ୍ତରରେ ସମ୍ମାନ ସଙ୍ଗକୁ ବନ୍ଧୁମିଳନ, ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପାଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ୍‌ ରହିବ। ଶୁକ୍ରଙ୍କ ପ୍ରଭାବରେ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ରାଶିରେ ବିଳାସକାରକ ଗ୍ରହ ଶୁକ୍ର ଅବସ୍ଥାନକରି ଦିନଟିକୁ ସୁଖ ସ୍ବାଚ୍ଛନ୍ଦ୍ୟରେ ଅତିବାହିତ କରାଇବେ। ଆନୁଷ୍ଠାନିକ କାମ ମଧ୍ୟରେ ବନ୍ଧୁମାନଙ୍କ ସାନ୍ନିଧ୍ୟ ଓ ପରିବାର…

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri