Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ
ଶନି ପ୍ରଭାବରେ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପରେ ଉନ୍ନତି ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ। ପରିବାରରେ ଅଶାନ୍ତ ଦୂର ହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି।
ବୃଷ
ବୃଷ
ଦ୍ୱାଦଶସ୍ଥ ଶନି ଯୋଗୁଁ ବିଶେଷ ଅସୁବିଧା ନହେଲେ ମଧ୍ୟ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ସୃଷ୍ଟି ହୋଇପାରେ। ଅଧିକାଂଶ ସମୟ ଅନ୍ୟମନସ୍କ ରହିବା ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହୋଇ ପାରନ୍ତି। ଆଜି ରୋହିଣୀ ନକ୍ଷତ୍ର ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମିଥୁନ
ମିଥୁନ
ଯୋଗକାରକ ବୁଧ ଯୋଗୁଁ ଚେଷ୍ଟା କରୁଥିବା କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ପ୍ରତିଦ୍ୱନ୍ଦିତା କିମ୍ବା ପ୍ରତିଯୋଗୀତାରେ ଦୁଃସାହାସିକ ପଦକ୍ଷେପ ନେବା କେତେକାଂଶରେ ଶୁଭଫଳଦେଇପାରେ। ଆର୍ଥିକ ଦୃଷ୍ଟି କୋଣରୁ ଦୀର୍ଘଦିନର ଆଶା ଫଳବତୀ ହେବ।
କର୍କଟ
କର୍କଟ
କର୍ମାଧିପ ଉଚ୍ଚସ୍ଥ ହେତୁ ମନକୁ ସୁହାଇଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁୁ ନିୟନ୍ତ୍ରଣ ମଧ୍ୟରେ ରଖିବାରେ ସଫଳ ହେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବା କଷ୍ଟକର ହୋଇପଡିବ। ଅଶ୍ଳେଷା ନକ୍ଷତ୍ରର ବିଶେଷ ଭ୍ରମଣ କାରଣରୁ ସ୍ବାସ୍ଥ୍ୟହାନୀ ଦେଖାଦେଇ ପାରେ।
ସି˚ହ
ସି˚ହ
ରବି ଉଚ୍ଚାଂଶରେ ଥିବାରୁ ବିଭିନ୍ନ ପ୍ରକାରର କାମ ଚାପରେ ମାନସିକ ସ୍ଥିରତା ରହିବ ନାହିଁ। ସଭାସମିତିରେ ପ୍ରିୟଜନ ମାନଙ୍କୁ ଯୁକ୍ତିଯୁକ୍ତକଥା କହି ସମସ୍ୟାକୁ ସୁଧାରି ନେବେ। ନିଜ ପସନ୍ଦର ଜିନିଷ ଆଣିବା ପାଇଁ ମନ ବଳାଇ ପାରନ୍ତି। ପ୍ରକାଶନ,ପ୍ରଶାସନିକ କ୍ଷେତ୍ରରେ ସାମାନ୍ୟ ସୁଧାର ଆସିପାରେ।
କନ୍ୟା
ଶୁକ୍ରଙ୍କ ଶୁଭତ୍ୱ କାରଣରୁ ଆଜି ବିଭିନ୍ନ ଦିଗରୁ ସାହାଯ୍ୟ,ସହଯୋଗର ଅବାରିତ ଧାରା ବହି ଆସିବ। ଜମିଜମା, ମାଲିମକଦ୍ଦମା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବାଫାଲଗୁନୀ ନକ୍ଷତ୍ର ସ୍ବାସ୍ଥ୍ୟପ୍ରତି ସଚେତନ ରହିବା ଭଲ ହେବ।
ତୁଳା
ତୁଳା
ଆଜି କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରେ ପାରିବାରିକ,ସାମାଜିକ,ରାଜନୈତିକ, ସାଂଗଠନିକ ଓ ଲୋକ ସମ୍ପର୍କ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାହାଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ କ୍ଷେତ୍ରରେ ମନକଥା ମନରେ ରଖି ଗୁରୁଜନ ମାନଙ୍କୁ ପ୍ରତାରିତ କରି ଅନୁଶୋଚନା କରିବେ।
ବିଛା
ବିଛା
ମେଷରାଶିସ୍ଥ ଯୋଗୁଁ ଦୀର୍ଘ ଦିନରୁ ଚିନ୍ତା କରୁଥିବା କାମରେ ଅଗ୍ରଗତିର ସୂଚନା ପାଇ ସାମୟିକ ଖୁସୀ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। କର୍ମ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚବର୍ଗଙ୍କ ସହାୟତା ମିଳିବା ସଙ୍ଗକୁ ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ମୁଳା ନକ୍ଷତ୍ରର ଅତୀତ ଘଟଣାକୁ ଚିନ୍ତା କରି ଆଜି ସକାଳୁ ସକାଳୁ ବିଭିନ୍ନ ପ୍ରକାରର ଦୁଃଶ୍ଚିନ୍ତା ମନକୁ ଆକ୍ରାନ୍ତ କରିବ। ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ। ପ୍ରକାଶନ, ପ୍ରଶାସନ, ରଚନାତ୍ମକ କାମ,ଗବେଷଣା, ଅନୁସନ୍ଧାନ, କଳା,ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ସ୍ବଗୃହୀ ଶୁକ୍ର ହେତୁ ନିଜ ସଂସ୍ପର୍ଶରେ ଆସୁଥିବା ଲୋକ ମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ। ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ। ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିବ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। ଜନକଲ୍ୟାଣ ମୂଳକ କାମରେ ନିଜକୁ ନିୟୋଜିତ କରି ଖୁସୀ ରହିବେ।
କୁମ୍ଭ
କୁମ୍ଭ
ବ୍ୟୟଭାବସ୍ଥ ଗ୍ରହ ପ୍ରଭାବରେ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବା ସହ ନିଜ ଲୋକ ମାନଙ୍କ ଶତ୍ରୁତା ମଧ୍ୟ ଦୁଃଶ୍ଚିନ୍ତାକୁ ବୃଦ୍ଧି କରିବ। ଗତକାଲିଠାରୁ ସ୍ଥଗିତ କାମକୁ ଆଜି ପୂରା ଦମରେ କରିବାପାଇଁ ନିଷ୍ପତି ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ବିତ ହେବ।
ମୀନମୀନ

ମୁଖଭାବରେ ରବି ଓ ବୁଧ ଯୋଗୁଁ ଆପଣଙ୍କର ଯାହା କିଛି ସାଧାରଣ ସମସ୍ୟା ରହିଛି ,ସେଥିରେ ବିଶେଷ କିଛି ଅସୁବିଧା ହେବ ନାହିଁ ବ୍ୟବସାୟ ଓ ପରିବହନ,ଲୋକ ସମ୍ପର୍କ,ଆଲୋଚନା ,ସଭାସମିତି ପ୍ରଭୃତି ବିଭିନ୍ନ ଦିଗରୁ ଲାଭବାନ ହେବେ ରପ୍ତାନୀ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri