Posted inRasifala

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ
ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ମିଳିବା କଷ୍ଟକର ହୋଇପାରେ। କଷ୍ଟ ସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସହାନୁଭୂତି ପ୍ରଦାନକରି ଆମତ୍ସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ।
ବୃଷ
ବୃଷ
ଶୁକ୍ରଙ୍କ ସୁପ୍ରଭାବଜନିତ ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବେ। ବନ୍ଧୁଙ୍କ କାର୍ଯ୍ୟକଳାପ ମନରେ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି। ପାରିବାରିକ ସ୍ତରର ଏମିତି କେତେକ କଥା ରହିଛି ।
ମିଥୁନ
ମିଥୁନ
ରାଶିରେ ବୁଧାଦିତ୍ୟ ଯୋଗ କାରଣରୁ କଠିନ ପରିଶ୍ରମଜନିତ ଆଜି ଅପରାହ୍ନରେ ଦେହଟା ଟିକିଏ ଭଲ ଲାଗି ନ ପାରେ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କେତୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଅତି ବିଶ୍ୱସ୍ତ ଲୋକ ଠାରୁ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସୀ ହେବେ। ଆବଶ୍ୟକୀୟ ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟା ବହୁଳ ରହିବ।
ସି˚ହ
ସି˚ହ
ପାପାକ୍ରାନ୍ତ ଧନ ଏକାଦଶାଧିପତିଙ୍କ କୁପ୍ରଭାବରୁ ଧନହାନି କିମ୍ବା ଅର୍ଥନୈତିକ ଅପରାଧରେ ଦୋଷୀ ହୋଇପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ।
କନ୍ୟା
ଦୁର୍ବଳତା କାରଣରୁ ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି କାର୍ଯ୍ୟକୁ ସ୍ଥଗିତ ରଖିପାରନ୍ତି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁମାନଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡିମୋଟର ସମ୍ପର୍କିତ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣ କଥାକୁ କେନ୍ଦ୍ର କରି ଝଗଡା ଲାଗିପାରେ।
ତୁଳା
ତୁଳା
ନିଜର ଲୋକମାନେ ପୂର୍ବରାଗ ସ୍ମରଣକରି ଦାଉ ସାଧିପାରନ୍ତି। ଆଜି କୌଣସି ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କ ଦ୍ୱାରା ସ୍ଥଗିତ କର୍ମ ସମ୍ପାଦନ କରିବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି।
ବିଛା
ବିଛା
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମ ଗୁଡିକ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅନ୍ୟ ମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ଅନୁରାଧା ନକ୍ଷତ୍ର ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ନିଜର ଲୋକମାନଙ୍କ ସହ ଯୁକ୍ତି ତର୍କବିତର୍କର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାବଧାନତା ଅବଲମ୍ବନ କରନ୍ତୁ, ନତୁବା ପରେ ବେଶି ହଇରାଣ ହୋଇପାରନ୍ତି।
ମକର
ମକର

ଅତୀତକଥାର ଆଲୋଡନ ଦ୍ୱାରା ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଯେଉଁ କାମରେ ଯାଉଛନ୍ତି ସେଠାରୁ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।

କୁମ୍ଭ
କୁମ୍ଭ
ପ୍ରଶଂସା ପାଇବା ତେଣେଥାଉ ଅନ୍ୟମାନେ ଦୋଷ ଖୋଜିବେ। ଆଜିର ପ୍ରତ୍ୟୁଷଯାତ୍ରା, ପ୍ରଶାସନିକ କାର୍ଯ୍ୟ, ଆଇନଅଦାଲତ ତଥା କଳାସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ।
ମୀନମୀନ

ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଉତ୍ତରଭାଦ୍ରପଦ ନକ୍ଷତ୍ରର ଭୁଲ୍‌ ବୁଝାମଣା ହେତୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବ୍ୟକ୍ତିଙ୍କ ଗହଣରେ କିଛି ସମୟ କଟାଇପାରନ୍ତି। ବ୍ୟବସାୟ, ପରିବହନ,ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri