Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ
ବ୍ୟବସାୟ, ପରିବହନ, ବାଣିଜ୍ୟ ଓ ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବାରେ ସମର୍ଥ ହେବେ। ଏକାଧାରରେ ଅର୍ଥଲାଭ, କାର୍ଯ୍ୟସିଦ୍ଧି ସଙ୍ଗକୁ ମନୋରଞ୍ଜନର ମଉକା ପାଇପାରିବେ। ସାହିତ୍ୟ, କଳା, କାରିଗରୀ ପ୍ରତି ରୁଚି ବଳିବ।
ବୃଷ
ବୃଷ
କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପିଲାଙ୍କ କଳହକୁ କେନ୍ଦ୍ରକରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
ସହଜରେ ମୁଣ୍ଡ ନୁଆଁଇବାକୁ ପସନ୍ଦ ନ କଲେ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। କଠିନ ଶ୍ରମ ଜନିତ ମାନସିକ ଓ ଶାରୀରିକ ଅସୁସ୍ଥତାର ଆଶଙ୍କା ରହିଛି। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରାଇପାରନ୍ତି ଓ ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାଗାନ କରିପାରେ।
କର୍କଟ
କର୍କଟ
ସହକର୍ମୀ ତଥା ଆତ୍ମୀୟମାନଙ୍କ ସହଯୋଗରେ କାଯର୍‌ୟ ହାସଲ କରିପାରିବେ। ଅନ୍ୟମାନଙ୍କର ଚାପରେ ପଡି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କାର୍ଯ୍ୟଦକ୍ଷତା କାରଣରୁ ପ୍ରଶଂସିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍ସନ ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ପାରିବାରିକ ସମସ୍ୟା ସଙ୍ଗକୁ କର୍ମହାନୀ, ଆର୍ଥିକ ଅନଟନ, ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତ ରହିବେ। ତଥାପି କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ କିଛିମାତ୍ରାରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷ ସହଯୋଗ କରିବେ।
କନ୍ୟା
ପାରିବାରିିକ ଜୀବନରେ କିଛିଟା ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। କିନ୍ତୁ ବାହାର ଲୋକଙ୍କ ସହ ସମ୍ପର୍କ ବେଶ୍‌ ମଜ୍ୱୁତ ରହିବ। କର୍ମକ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜାରେ ମନୋନିବେଶ କରିବା ସଙ୍ଗକୁ କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ପଡୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି।
ତୁଳା
ତୁଳା
ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ। ଯାହା ଖୋଜୁଛନ୍ତି ତାହା ପାଇବେ ଏବଂ ସ୍ଥଗିତ କାମଗୁଡିକ ତ୍ୱରାନ୍ବିତ ହୋଇପାରିବ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ପରିବାରରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ଆଶଙ୍କା ରହିଛି।
ବିଛା
ବିଛା
ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ରୋଗପୀଡ଼ା ଜନିତ ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଭାବରେ ନିୟନ୍ତ୍ରଣାଧୀନ ରହିବ। କଳା, କ୍ରୀଡା, ଚଳଚ୍ଚିତ୍ର ତଥା ପ୍ରତିଯୋଗୀତା, କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରି ପାରିବେ।
ଧନୁ
ଧନୁ
ଅନ୍ୟମାନଙ୍କ ଅନୁରୋଧରେ ଦୂରଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ଭିତିରି ଶତ୍ରୁତାରୁ ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଅନ୍ୟମାନଙ୍କର କାନକୁହା କଥା ଶୁଣି ଉପର ଅଧିକାରୀମାନେ ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ।
ମକର
ମକର
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବା ଚେଷ୍ଟା କଲେ ମଧ୍ୟ ସୁଫଳ ପାଇ ନ ପାରନ୍ତି। ଆକସ୍ମିକଭାବରେ ବନ୍ଧୁଦ୍ୱାରକୁ ଗମନ କରିପାରନ୍ତି ଏବଂ ସୌଜନ୍ୟମୂଳକ ସାକ୍ଷାତରୁ ଉପକୃତ ହେବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଆକସ୍ମିକ ଦୂରଯାତ୍ରାର ସୁଯୋଗ ପାଇବେ। ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତି ବଢ଼ିବ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ଯୋଜନା କରିବାରେ ମନ ଦେବେ, କିନ୍ତୁ ସହଜରେ କରିବା କଷ୍ଟକର ହୋଇ ପଡ଼ିବ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା, ଆନୁଷ୍ଠାନିକ କାମରୁ ଖୁସି ରହିବେ। ଏକ ଭିନ୍ନ ପରିବେଶରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ମୀନମୀନ
ପୂର୍ବାବସ୍ଥା କେତେକାଂଶରେ ବଦଳିଯାଇଥିବା କାରଣରୁ ମନ ଏକ ପ୍ରକାର ଭଲ ରହିବ। କିନ୍ତୁ ଜମିଜମା କାରବାର, ବୈବାହିକ କିମ୍ବା ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ଥ ହୋଇପାରନ୍ତି। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ନିର୍ମାଣ, ଶେୟାର ବଜାର, ପରିବହନରେ ଲାଭବାନ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri