Posted inRasifala

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ
କୃତିକାସ୍ଥ ରବି ହେତୁ ପ୍ରତ୍ୟେକ କାମଗୁଡିକ ଅତି ସହଜରେ ସମ୍ପନ୍ନ ହୋଇପାରିବ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବ୍ୟବସାୟ, ଶିଳ୍ପ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।
ବୃଷ
ବୃଷ
ମଙ୍ଗଳ ନକ୍ଷତ୍ରରେ ଶୁକ୍ର ଯୋଗୁ ସ୍ବାସ୍ଥ୍ୟ ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ହଜିଯିବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ଦ୍ୱନ୍ଦ୍ୱରେ ପଡି ବନ୍ଧୁମାନଙ୍କର କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। କଳା, ସାହିତ୍ୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। କାହା ଉପରେ ରାଗି ଅନର୍ଥ ଓ ଶତ୍ରୁତା ସୃଷ୍ଟି କରିବାକୁ ପଡିପାରେ।
ସି˚ହ
ସି˚ହ
ଦେହ ଭଲ ରହିବ, ମାତ୍ର କର୍ମକ୍ଷେତ୍ରରେ କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିବେ। ପ୍ରତ୍ୟେକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିିତା,ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଫିସ୍‌ରେ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ।
କନ୍ୟା
କୌଣସି କାମ କରିବା ସକାଶେ ମନ ବଳାଇବେ। ଯାତ୍ରା କାଳରେ କୌଣସି ଖଳ ଲୋକମାନଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମାଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ପରିବାରରେ ବିରକ୍ତି ପ୍ରକାଶ କରି ବିଭିନ୍ନ ପ୍ରକାରର କଥା କହିବା କାରଣରୁ ବିବାଦ ବଢ଼ିପାରେ। ବନ୍ଧୁଙ୍କ ସହ ପୂର୍ବର ମତାନ୍ତରଜନିତ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ଓ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ମଙ୍ଗଳ ଉଚ୍ଚସ୍ଥ ଯୋଗୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ। ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭଲ ସମ୍ପର୍କଥିବା ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପାଖ ପଡୋଶୀମାନେ କିମ୍ବା ଈର୍ଷା ପରାୟଣ ବ୍ୟକ୍ତିମାନେ ପରୋକ୍ଷ ଶତ୍ରୁତା କରିପାରନ୍ତି।
ମକର
ମକର
ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ବନ୍ଧୁଙ୍କ ମାଧ୍ୟମରେ ତାହା ଅତି ସୁବିଧାରେ ପାଇଯିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ବନ୍ଧୁମାନଙ୍କ ସହ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବି ଚିନ୍ତି କାମ କରିବା ଭଲ ହେବ।
ମୀନମୀନ

ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପାରେ। ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିବାର ଆଶଙ୍କା ରହିଛି। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri