Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ
ଆଜି ଦଶମ ଚନ୍ଦ୍ର ଯୋଗୁ ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ପ୍ରାପ୍ତି ପ୍ରଦାନ କରିବ । ଫଳପ୍ରଦ ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିବେ । କୃତିକା ନକ୍ଷତ୍ରର ମନରେ ଅସ୍ଥିରତା ଲାଗି ରହିବ । ସଭାସମିତିରେ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ଆପଣ ଘର ସକାଶେ, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା, ପ୍ରତିଯୋଗୀତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପ୍ରଦାନ କରିବ । ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ ଫଳରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
ମିଥୁନ
ମିଥୁନ
ଆଜି ବନ୍ଧୁମିଳନ, ଜନ ସମର୍ଥନ, ଯାନବାହନ ଦିଗରୁ ସୁଫଳ ପାଇବା ସହ ପାରିବାରିକ ଜୀବନ ମଧ୍ୟ ସୁଖପ୍ରଦ ରହିବ। ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଶିଳ୍ପ,ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆପଣ କଦାପି ଫେରିବେ ନାହିଁ । ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସୀ ହେବେ । ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।
ସି˚ହ
ସି˚ହ
ସାମୟିକ ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦୃଢ ମନୋବଳ ଓ ବନ୍ଧୁ ମାନଙ୍କ ସାହାଯ୍ୟ/ସହଯୋଗ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। କର୍ମକ୍ଷେତ୍ରରେ ଅପରାହ୍ନ ସମୟରେ କାରଣ ନ ଥାଇ ମଧ୍ୟ ସମାଲୋଚିତ ହୋଇପାରନ୍ତି। ଆଜିିର ଯାତ୍ରା, ରାଜନୀତି, ଆଇନ ଅଦାଲତ, ସଙ୍ଗଠନ ଭଲ ରହିବ।
କନ୍ୟା
ଆଜି ଛୋଟ କଥାକୁ ନେଇ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ । କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ।
ତୁଳା
ତୁଳା
ଅଯଥା ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆପଣ କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟାର ହେତୁ ସ୍ବରୂପ ହୋଇପାରେ। ଖଳ ଲୋକ ମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ ।
ବିଛା
ବିଛା
ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ । କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରଛନ୍ତି, ସେଥିରେ କିଛି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ହାତକୁ ଚାହିଁ ବସିବେ । ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ ।
ଧନୁ
ଧନୁ
ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁ ମାନେ ସାହାଯ୍ୟ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରିବାରରେ କାହାକୁ ସନ୍ଦେହ କରି ଅଯଥା ଅଶାନ୍ତିର ବାତାବରଣ ସୃଷ୍ଟି ହେହାଇପାରେ।
ମକର
ମକର
ଆଜି କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ସହ ଟେନ୍ସନ ଲାଗି ରହିବ। ସାମାଜିକ ସ୍ତରରେ ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କ ଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ଯୋଡ଼ି ହୋଇପାରେ। ଅଜଣା ଆଗନ୍ତୁକଙ୍କ ଉପସ୍ଥିତକୁ କେନ୍ଦ୍ର କରି ନିଜ ଲୋକ ମାନଙ୍କ ସହ ଝଗଡା ଲାଗିପାରେ ।
କୁମ୍ଭ
କୁମ୍ଭ
ପରିବାରରେ ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ନିଜର ହିଁ କ୍ଷତି ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ଚିନ୍ତା କରିଥିବା ଯୋଜନା ବିଗିଡିଯିବା କାରଣରୁ ମନ ଭଲ ରହି ନ ପାରେ।
ମୀନମୀନ
ବନ୍ଧୁ ମାନଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି। ସଭାସମିତିରେ, ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସୂଚନା ରହିଛି। ଭୁଲ୍‌ ବୁଝାମଣାରୁ ମାନସିକ ଶାନ୍ତି ପାଇବା କଷ୍ଟକର ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri