Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ରାଶ୍ୟାଧିପତିଙ୍କ ପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। କିନ୍ତୁ ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁ ଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ।
ବୃଷ
ବୃଷ
ସ୍ବସ୍ଥାନସ୍ଥ ଶୁକ୍ର ଯୋଗୁ ସାମାଜିିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ବୃହସ୍ପତିଙ୍କ ସ୍ଥାନ ସ୍ଥିତି ଜନିତ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେବ। ତଥାପି କୌଣସି ଦୃଢ ପଦେକ୍ଷପ ନେଲେ ଝାମେଲା ଅଧିକ ବଢି ଯାଇପାରେ। ଜମିଜମା ବିବାଦ, ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ। କିଛି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି।
କର୍କଟ
କର୍କଟ
ଏକାଧିକଗ୍ରହ ଚତୁର୍ଥସ୍ଥ ଯୋଗୁ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। କୌଣସି କାରଣ ନେଇ ଆପଣଙ୍କ ମନରେ ଥିବା ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯିବ। ପରିବହନ, ବ୍ୟବସାୟ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକ ପ୍ରକାର ମନ ହାଲୁକା ହୋଇଯିବ। କିନ୍ତୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ, ଯାହାକି ସମସ୍ୟାକୁ ବୃଦ୍ଧି କରିପାରେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ। ସକାଳୁ ସକାଳୁ କୈାଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସୀ ହୋଇଯିବ।
କନ୍ୟା
ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝି ବିଚାରୀ କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ଆଜି ସୁଦ୍ଧା ପାଇା ପାରିନଥିବା ଜିନିଷଟି ପାଇ ପାଇ ଖୁସୀ ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉକତ୍ଟ ହେବ ନାହିଁ।
ତୁଳା
ତୁଳା
ଆଜି ପିଲା ମାନଙ୍କର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ଦିନରୁ ରହିଥିବା ସମସ୍ୟାର ସମଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ ଫଳରେ ଦୂରଯାତ୍ରା କରିବାକୁ ପଡିପାରେ।
ବିଛା
ବିଛା
ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବିଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ ପାଇଁ ଚେଷ୍ଟା କରିପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତା‘ର ଘଟିବ। କଳା,ସାହିତ୍ୟ, ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ। ସାଙ୍ଗଠନିକ କାର୍ଯି୍ୟ, ସଭା ସମିତି, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଧନୁ
ଧନୁ
ବିଭିନ୍ନ ପ୍ରକାରରର ସମସ୍ୟାକୁ କେନ୍ଦ୍ରକରି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା,କଳାଧନ,କଚେରୀ ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରି ପାରନ୍ତି। ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବହନ,ବ୍ୟବସାୟ, ଶିଳ୍ପ,ବାଣିଜ୍ୟରେ ଉନ୍ନତି କରିବେ।
ମକର
ମକର
ଆଜିର କାମ ହାସଲ ସକାଶେ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ । ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ।
କୁମ୍ଭ
କୁମ୍ଭ
ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ଲାଭବାନ୍‌ ନିଶ୍ଚିତ ହେବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡା, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବା ହେତୁ ସାମୟିକ ଶାନ୍ତି ଲାଭ କରିବେ।
ମୀନମୀନ
ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚେଷ୍ଟା କରୁଥିବା କାମରେ ଅବଶ୍ୟ ସଫଳତା ପାଇବେ। ପାରିପାର୍ଶ୍ୱିକ ସ୍ଥିତି କେତେକାଂଶରେ ବଦଳିଯିବା କାରଣରୁ ସାମାନ୍ୟ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri