Posted inRasifala

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା କଳହ ଲାଗିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମ ଶେଷ କରିପାରିବେ। ପରିବାର ଭିତରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଢ଼ି ବଡ଼ ଆକାର ଧାରଣ କରିବା ସମ୍ଭାବନା ରହିଛି। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବିନୟ ବଚନ ପ୍ରଭାବରୁ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।
ସି˚ହ
ସି˚ହ
କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷାକରି ବ୍ୟସ୍ତତା ଅନୁଭବ କରିବେ। କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଆମତ୍ୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଆଜି ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାରକରିବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି ଆଜିର ସନ୍ଧ୍ୟା ସମୟଟି ପ୍ରାୟତଃ ଭଲ ରହିବ। ଅଫିସରୁ ଆସିବା ବେଳକୁ ନିଜ ମନପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ବିଫଳ ହେବନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ରଚନାମତ୍କ କାମରେ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
କଥାରେ ରୁକ୍ଷତା ହେତୁ ଅନ୍ୟମାନଙ୍କ ସହ ସୁସମ୍ପର୍କ ହ୍ରାସ ପାଇବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାରୁ ପ୍ରଶଂସିତ ହେବେ। ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ଆପଣ ଯେତେ ଚେଷ୍ଟାକଲେ ମଧ୍ୟ ସବୁ କାମ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିରକରି ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡ଼ୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହେବେ।
ମୀନମୀନ

ବିଭିନ୍ନ ସମସ୍ୟା ସାମ୍ନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବନାହିଁ। ପାରସ୍ପରିକ ଭୁଲ୍‌ ବୁଝାମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରସ୍ଥ ରବି ଆପଣଙ୍କ ସୁସ୍ଥ ଚିନ୍ତାଧାରା ଓ କାର୍ଯ୍ୟକଳାପକୁ ପ୍ରଭାବିତ କରି ବ୍ୟଥିତ କରାଇପାରନ୍ତି। ଆକସ୍ମିକ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri