Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ
ଆଜିର ସପ୍ତମସ୍ଥ ଚନ୍ଦ୍ର ପାରିବାରିକ ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, କାରଣ ତାହାଙ୍କ କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ
କୋଣଭାବସ୍ଥ ତିନୋଟିଗ୍ରହ ପ୍ରଭାବରେ ଆଜି ଭାଇ, ବନ୍ଧୁ ଓ ନିଜର ଲୋକମାନଙ୍କୁ ମନେଇବାରେ ସଫଳ ହେବେ ଯାହାକି ଆଗାମୀ ସମୟ ପାଇଁ କାମରେ ଆସିପାରେ। ଅଟକି ରହିଥିବା ଫାଇଲ୍‌ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ। କୌଣସି ନିଷ୍ପତିର ଶେଷ ସମୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ।
ମିଥୁନ
ମିଥୁନ
ଚନ୍ଦ୍ର ଓ ବୁଧଙ୍କ ସମ୍ବନ୍ଧରୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ ହାତକୁ ନେଇଥିବା କାମହାସଲରେ ସମର୍ଥ ହେବ। ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ପାରିବାରିକ ଅସ୍ଥିରତା ଲାଗିରହିବ। ଅଫିସ୍‌ରେ କିମ୍ବା ସଭାସମିତିରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ।
କର୍କଟ
କର୍କଟ
କେନ୍ଦ୍ରସ୍ଥ ଚନ୍ଦ୍ର ଲୋକସମ୍ପର୍କ ବୃଦ୍ଧି କରିବାରେ ସାହାଯ୍ୟ କରିବ। ଅର୍ଥର ଅଭାବ ଅନୁଭବ କରିବେ ଏହା ସଙ୍ଗକୁ ପରକଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିବେ। ପରିବାରରେ ଭାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଶେୟାର ବଜାର, ପ୍ଲଟିଙ୍ଗ୍‌ କାରବାର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବାର ଆଶା ରହିଛି।
ସି˚ହ
ସି˚ହ
ରବି ଓ ଶନିଙ୍କ ସ୍ଥିତି ଜନିତ କୌଣସି ବ୍ୟକ୍ତିି ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। କର୍ମକ୍ଷେତ୍ରରେ ପଛକଥା ନଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରିବା ଭଲ ହେବ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
କନ୍ୟା
ଆଜିର ଗ୍ରହସ୍ଥିତି ପ୍ରଭାବରେ ହସଖୁସୀର ସହ ଆଲୋଚନାରେ ସମୟ କଟାଇବେ ଓ ଯାହା ଆଶା କରଛନ୍ତି ତାହା ଅବଶ୍ୟ ପାଇବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ବଢି ବଢିଯାଉଥିବାରୁ ଦୁର୍ଭାବନା ବଢ଼ିପାରେ। ନିଜର ଫାଇଦା ହାସଲ ପାଇଁ ନିକଟସ୍ଥ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି।
ତୁଳା
ତୁଳା
କର୍ମାଧିପତି ରାଶିରେ ଥିବାରୁ ଆଜି ଯାହା କରନ୍ତୁନା କାହିଁକି ପ୍ରତ୍ୟେକ କାମ ଅଳ୍ପ ପରିଶ୍ରମରେ ସହଜରେ ସାଧିତ ହୋଇପାରିବ। ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର କିମ୍ବା ନୂତନ ଚୁକ୍ତିପତ୍ର ସମ୍ବନ୍ଧୀୟ କାମଟି ହଠାତ୍‌ ହୋଇଯିବ। ପ୍ରକାଶନ କ୍ଷେତ୍ର, ରାଜନୈତିକ ସ୍ଥିତି, ବନ୍ଧୁଙ୍କ ସହ ଆଲୋଚନା ନିଷ୍ଫଳ ହେବନାହିଁ।
ବିଛା
ବିଛା
ଗ୍ରହସ୍ଥିତିର ସାମ୍ୟତା କାରଣରୁ ଦୃଢ ମନୋବଳ ନେଇ କାମ କରିବେ ଓ ଆର୍ଥିକ ପରିସ୍ଥିତିରେ ସୁଧାର ଆଣିବାରେ ସମର୍ଥ ହେବେ। ଆତ୍ମୀୟ ମାନେ କ୍ରମଶଃ ଦୁରେଇ ଯିବେ। ସାଧାରଣ ପରିଶ୍ରମରେ ବେଶୀ ସଫଳତା ପାଇବେ, କିନ୍ତୁ ନିର୍ଦ୍ଦିଷ୍ଟ ସମୟ ଅତିକ୍ରାନ୍ତ ପରେ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟି ଦେବାକୁ ପଡିପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରୁହନ୍ତୁ ନତୁବା ଅନର୍ଥ ଅବଶ୍ୟମ୍ଭାବୀ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହୋଇପାରନ୍ତି। କୈାଣସି ଯୁକ୍ତିିତର୍କ କାରଣରୁ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ଘରେ ସ୍ତ୍ରୀଙ୍କ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ।
ମକର
ମକର
ବ୍ୟୟଭାବସ୍ଥ ଶନି ଜନିତ ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। କର୍ମକ୍ଷେନ୍ତ୍ରରେ ବିଗତ ଦିନ ମାନଙ୍କର ଘଟଣା ଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ରାଶ୍ୟାଧିପତିଙ୍କ ଶୁଭଦୃଷ୍ଟିରୁ ବନ୍ଧୁ ମାନଙ୍କ ସହ କୈାଣସି ଗୁରୁତ୍ୱପୂର୍ଣ୍ଣ ବିଷୟୟକୁ ନେଇ ଆଳାପ ଆଲୋଚନାରେ ସମୟ କଟାଇବେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି ଅନୁଭବ କରିପାରନ୍ତି। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ମୀନମୀନ

ବୃହସ୍ପତିଙ୍କ ଶୁଭ ଦୃଷ୍ଟିରୁ ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ। ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। କଚେରି ମାମଲା, ପ୍ରଶାସନିକ ଆଲୋଚନା, ରାଜନୈତିକ ବିତର୍କ, ସାହିତ୍ୟ ସମାଲୋଚନା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?