Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ
ରାହୁ ସହ ଚନ୍ଦ୍ରଙ୍କ ସଂଯୋଗ କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା କଠିନ ହୋଇପାରେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ୍‌ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବାର ଆଶଙ୍କା ରହିଛି।
ବୃଷ
ବୃଷ
ରାଶିସ୍ଥ ଶୁକ୍ର ଯୋଗୁଁ ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ କର୍ମ କ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ,କିନ୍ତୁ ଲାଭ ପାଇବାରେ ସନ୍ତୁଷ୍ଟ ହୋଇପାରିବେନାହିଁ। ବନ୍ଧୁ ମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାର ଆଶା ରହିଛି। ସାଧାରଣ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରି ପାରନ୍ତି। ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା,କଳା,ସାହିତ୍ୟ,ଚଳଚ୍ଚିତ ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
ଦ୍ୱାଦଶସ୍ଥ ରାହୁ ଓ ଚନ୍ଦ୍ର ହେତୁ ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ପ୍ରତୀକ୍ଷା କରିବାକୁ ପଡିପାରେ। ସହକର୍ମୀଙ୍କ ସୈାହର୍ଦ୍ଦ୍ୟରୁ ପରିବାର ମଧ୍ୟରେ ପୂର୍ବ ସମସ୍ୟା ସମାଧାନ ହେବ। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ,ଫଳରେ ବିବାଦ ବଢିବ ସିନା କିଛି ଲାଭ ହେବନି।
ସି˚ହ
ସି˚ହ
ଉଚ୍ଚସ୍ଥ ମଙ୍ଗଳ ଜନିତ ସାମାଜିକ କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ, କଳା, କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା,ଅଶାନ୍ତି, ଓ ଋଣଭାର କ୍ରମଶଃ ହ୍ରାସ ପାଇବ। ବିବାଦୀୟ ଘଟଣାରେ ବିଜୟଲାବ କରିବାର ଆଶା ରହିଛି।
କନ୍ୟା
ସାମୁହିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ପାଖ,ପଡୋଶୀଙ୍କ ସହ ପଇସା ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି।
ତୁଳା
ତୁଳା
ତୃତୀୟ ଷଷ୍ଠାଧିପ ବୃହସ୍ପତି ଯୋଗୁଁ ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବାର ଆଶା ରହିଛି। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଶିଳ୍ପ,ବାଣିଜ୍ୟ,ପରିବହନ,ସଭାସମିତି,ରାଜନୀତି, ସଂଗଠନ, ଗବେଷଣା, ଓ ପ୍ରତିଯୋଗୀତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ଭାଗ୍ୟଧିପ ଅଷ୍ଟମସ୍ଥ ପାପଗ୍ରହ ଯୁକ୍ତ କାରଣରୁ ଆପଣ ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିବାକୁ ଚେଷ୍ଟା କରିବା ଭଲ ହେବ। ବିଗତ ଦିନର କୈାଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢିପାରେ। ମାତ୍ରାଧିକ ଭ୍ରମଣ କିମ୍ବା କାମର ଚାପ ହେତୁକ କ୍ଳାନ୍ତି ଅନୁଭବ କରିବେ।
ଧନୁ
ଧନୁ
ପାରିପାଶ୍ୱିକ ପରିସ୍ଥିତି ଭଲ ନଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଦୁଃସାହାସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁ ମାନଙ୍କ ସହ ନୁତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ପୂର୍ବାଷାଢା ନକ୍ଷତ୍ର ଅର୍ଥ ଓ ସମ୍ମାନ ମିଳିବ,ବ୍ୟବସାୟିକ ଉନ୍ନତି କରିବେ।
ମକର
ମକର
ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ। କାଳେ ଦେବାକୁ ପଡିପାରେ,ଏହି କଥା ଚିନ୍ତା କରି ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ବନ୍ଧୁମାନଙ୍କ ସହ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ।
କୁମ୍ଭ
କୁମ୍ଭ
ରବି ଉଚ୍ଚସ୍ଥ ହେତୁ ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହ, ଯାହାକି ଅନର୍ଥର କାରଣ ହୋଇପାରେ। ଶନିଙ୍କ ପ୍ରଭାବରେ ଆଇନ ସହାୟତା ଲାଭକରି ଦୂରଯାତ୍ରା ଆଶା ପୂରଣ ହେବାର ସମ୍ଭାବନା ରହିଛି।
ମୀନମୀନ
ଶୁକ୍ର ପ୍ରଭାବରେ ପାଖ,ପଡୋଶୀଙ୍କ ସହାୟତାରେ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡି ହେବ ନାହିଁ। ବାଣିଜ୍ୟ,ବ୍ୟବସାୟରେ ଲାଭ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri