Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁଆରି ୧୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ସମ୍ପୂର୍ଣ୍ଣ କରି ଖୁସୀ ମନେଇବେ। କ୍ରମଶଃ ଖର୍ଚ୍ଚପରିମାଣ ବୃଦ୍ଧି ପାଉଥିବାରୁ ଅର୍ଥସଂକଟ ସଙ୍ଗକୁ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତି ମାନସିକ ସୁସ୍ଥତା ରହିବ ନାହିଁ। ପୂର୍ବପରିକଳ୍ପିତ ଯୋଜନା ଅନୂଯାୟୀ କର୍ମ କରିଚାଲିଲେ କେତେକାଂଶରେ ଉପକୃତ ହୋଇପାରିବେ।
ବୃଷ
ବୃଷ
ବନ୍ଧୁ ଓ ପଡୋଶୀ ମାନଙ୍କ ସାହାଯ୍ୟ,ସହାନୁଭୂତି ନିଶ୍ଚୟ ଲାଭ କରିବେ ଓ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ଅଭାବ ପୂରଣ ଦିଗରେ ସହକର୍ମୀଙ୍କ ସହଯୋଗ କାମକୁ ଆସିବା ଫଳରେ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ପାରିବାରିକ ଜୀବନରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିମାନଙ୍କ ସାହାଯ୍ୟ ପାଇଁ ପ୍ରତିଶ୍ରୁତି ପାଇବେ। ପରିବାର ସହ ଆଲୋଚନା କ୍ରମେ ଯାନାବାହନ କ୍ରୟ, ଗୃହ ନିର୍ମାଣ, ନୂତନ ବନ୍ଧୁ ସମ୍ପର୍କ, ବିଶେଷତଃ ଜମିଜମା କାରବାର ଦିଗରେ ତପତ୍ର ରହିବେ। ଶିଳ୍ପ, ବ୍ୟବସାୟ, ପରିବହନ, ସଭାସମିତି, ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ।
କର୍କଟ
କର୍କଟ
କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ଶିଳ୍ପ, ଗୃହ ନିର୍ମାଣ, ପରିବହନ, ବାଣିଜ୍ୟ,ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିବେ। ବିବାଦୀୟ ଘଟଣା, କଚେରି ମମଲା, ଜମିଜମା କାରବାର ଓ ଚୁକ୍ତିପତ୍ର ସମ୍ପର୍କୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡିପାରେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ବିଜଡିତ ରହିବା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। କଳା, କ୍ରୀଡା, ସଂଗୀତ, ଚଳଚ୍ଚିତ୍ର କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ସକାଳ ସମୟଟି ପ୍ରାୟତଃ ଭଲ ରହିବ କିନ୍ତୁ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ପରିବାରରେ ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ରକରି ମନୋମାଳିନ୍ୟ ଘଟିବାର ଆଶଙ୍କା ରହିଛି।
କନ୍ୟା
କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି। ସାମାନ୍ୟ ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ପାଇବେ। ହଠାତ୍‌ ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ ପାରେ। ପ୍ରତିଦ୍ୱନ୍ଦ୍ୱିତା, ବାଣିଜ୍ୟ, ବ୍ୟବସାୟ, ପରିବହନ, କ୍ରୟବିକ୍ରୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପାରିବାରିକ ଜୀବନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିବାର ଆଶଙ୍କା ରହିଛି। ସଭାସମିତିରେ ନିଷ୍ପତି ବଦଳାଇବା ଫଳରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ।
ବିଛା
ବିଛା
ପରିସ୍ଥିତିବଶତଃ ବାରମ୍ବାର ଭ୍ରମଣ ଜନିତ କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘସମୟ ସ୍ଥିର ଭାବରେ ରହିପାରିବେ ନାହିଁ। ସଭାସମିତି, ମନୋରଞ୍ଜନ କାର୍ଯ୍ୟକ୍ରମ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ସକାଳୁ ସକାଳୁ କୌଣସି କର୍ମାରମ୍ଭରେ ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ କାମକଲେ ହଇରାଣରେ ପଡିବାର ସମ୍ଭାବନା ରହିଛି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ହଠାତ୍‌ ବିଶେଷ ଶ୍ରମ ଓ ଭ୍ରମଣ କରିବା ଠିକ୍‌ ହେବନାହିଁ। ପ୍ରକାଶନ, ପ୍ରଶାସନ,ରାଜନୀତି କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ଅର୍ଥ ସମ୍ବନ୍ଧୀୟ ସମସ୍ୟା ନ ଥିଲେ ମଧ୍ୟ ସ୍ଥାନାନ୍ତର ଜନିତ ମାନସିକ ଅସ୍ଥିରତା ଲାଗିରହିବ। ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା ନିର୍ମାଣ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଆକସ୍ମିକ ଆପଣଙ୍କୁ ଦୂରଯାତ୍ରା, ନୂତନ କର୍ମନିଯୁକ୍ତି ସମ୍ପର୍କରେ ବନ୍ଧୁଙ୍କ ସହ ଫଳପ୍ରଦ ଆଲୋଚନାର ସୁଯୋଗ ଜୁଟିପାରେ। ବିଭିନ୍ନ ପ୍ରକାରର ବିଳାସବ୍ୟସନର ସୁଯୋଗ ପାଇଲେ ମଧ୍ୟ ତାହା ଉପଭୋଗ୍ୟ ନ ହୋଇପାରେ। ନୂତନ ଗୃହ, ଯାନବାହାନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ।
ମୀନମୀନ
ଚିନ୍ତା କରନ୍ତୁ ନାହିଁ ଆଜି ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଦିନଟିରେ ଅର୍ଥଲାଭ, ସ୍ବାଦିଷ୍ଟ ଭୋଜନ, ମନକୁ ପ୍ରଫୁଲ୍ଲିତ କରି ରଖିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri