Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୨ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନକୁ ଛଅଟି ଗ୍ରହ ପ୍ରଭାବିତ କରୁଥିବାରୁ ଯେଉଁ କାମରେ ହାତ ଦେବେ ସେଥରେ ସଫଳତା ପାଇବା ନିଶ୍ଚିତ। ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବା ଦିଗରେ ସଫଳତା ପାଇପାରିବେ। ମଙ୍ଗଳଙ୍କ ବଳହୀନତା କାରଣରୁ ଶାରିରୀକ କ୍ଳାନ୍ତି ଓ ଅବସାଦ ସ୍ବାସ୍ଥ୍ୟ ପ୍ରତି ପ୍ରତିକୂଳ ପ୍ରଭାବ ସୃଷ୍ଟିକରିବାର ଆଶଙ୍କା ରହିଛି।
ବୃଷ
ବୃଷ
ମୁଖଭାବରେ ଚତୁଃଗ୍ରହଯୋଗ ଆପଣଙ୍କ ପ୍ରଭାବଶାଳୀ ପ୍ରକାଶଭଙ୍ଗୀ ପରିଚାଳନା ଦକ୍ଷତାକୁ ବୃଦ୍ଧି କରିବା ପରିବାରରେ, କର୍ମକ୍ଷେତ୍ରରେ, ସଭାସମିତିରେ ଆପଣ ବହୁ ଚର୍ଚ୍ଚିତ ହୋଇପାରନ୍ତି। ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ମିଥୁନ
ମିଥୁନ
ରାଶିରେ ଏକାଧିକ ଶାରୀରିକ ଓ ମାନସିକ ସ୍ଥିତିକୁ ବିକ୍ଷିପ୍ତ କରାଇପାରନ୍ତି। କିନ୍ତୁ ବିବାଦୀୟ ସ୍ଥିତି, ମାଲିମକଦ୍ଦମା, ସଙ୍ଗଠନ, ପରିଜନସହ ଯାତ୍ରା କ୍ଷେତ୍ରରେ ସଫଳତା ନିଶ୍ଚିତ। ଜମିଜମା କିମ୍ବା ଗୃହ ସମ୍ପର୍କୀୟ ସମସ୍ୟାର ସମାଧାନ ଦିଗରେ ସାହାଯ୍ୟ,ସହଯୋଗର ଅଭାବ ରହିବନାହିଁ। ଶିଳ୍ପ, ବ୍ୟବସାୟ ଓ ପରିବହନରୁ ସନ୍ତୋଷ ଲାଭ କରିପାରନ୍ତି।
କର୍କଟ
କର୍କଟ
ଦ୍ୱାଦଶସ୍ଥ ଗ୍ରହମାନେ ଆପଣଙ୍କୁ କର୍ମମୁଖର କରାଇ ଅବସର ଦେଇ ନ ପାରନ୍ତି। କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣଙ୍କ ବ୍ୟବହାରରେ ଋକ୍ଷତା ବନ୍ଧୁଙ୍କ ମନଦୁଃଖର କାରଣ ହୋଇପାରେ। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଦୁଃଶ୍ଚିନ୍ତା ସାୟାହ୍ନେ ଦୂର ହେବ। କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛ।
ସି˚ହ
ସି˚ହ
ଆଜିର ଅନୁକୂଳ ଗ୍ରହସ୍ଥିତିି ଆପଣଙ୍କ ସୁସ୍ଥ ବାତାବରଣ ସୃଷ୍ଟିକରି ବନ୍ଧୁପ୍ରିୟ କରାଇବ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରି ସଫଳତା ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ପ୍ରକାଶନ, ପ୍ରଶାସନ ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଦଶମସ୍ଥାନରେ ଏକାଧିକଗ୍ରହ ଆପଣଙ୍କ କର୍ମକ୍ଷେତ୍ରକୁ ଚଳଚଂଚଳ କରାଇବେ। ବୃହସ୍ପତିଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟିଫଳରେ ପରିବାର,ବନ୍ଧୁମିଳନ, ସଭାସମିତି, ଆନୁଷ୍ଠାନିକ କାମକୁ ସମ୍ପନ୍ନ କରିବାରେ ସମର୍ଥ ହୋଇପାରନ୍ତି। କିନ୍ତୁ ଚିତ୍ରା ନକ୍ଷତ୍ର କୌଣସି କଥାକୁ ଭଲ ରୂପେ ବିଚାର ନ କରି କାମକଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ।
ତୁଳା
ତୁଳା
ପକ୍ଷୀର ଡେଣାପରି ଦୁଇ, ତିନି ଓ ନଅ, ଦଶସ୍ଥାନରେ ଗ୍ରହମାନେ ଆପଣଙ୍କୁ ଧନ, ସମ୍ମାନ, ଉଚ୍ଚ ପଦବୀ ଓ ବିଶିଷ୍ଟ ବନ୍ଧୁମାନଙ୍କ ସଙ୍ଗଲାଭ କରାଇପାରନ୍ତି। କୌଣସି ଜିନିଷ କ୍ରୟ କରିବା ସକାଶେ ଅର୍ଥର ଆବଶ୍ୟକତା ପାଇଁ ଚିଡ଼ା କରିବାକୁ ପଡିବନାହିଁ । ଅବଶ୍ୟ ପରିବାରରେ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବାର ଆଶା ରହିଛି।
ବିଛା
ବିଛା
ଆଜିର ଗ୍ରହସ୍ଥିତି ଆପଣଙ୍କୁ ଭଲମନ୍ଦର ମିଶ୍ରିତଫଳ ପ୍ରଦାନ କରିବ। ଅଷ୍ଟମଭାବସ୍ଥ ଗ୍ରହ ପ୍ରଭାବରେ ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବା ଫଳରେ ମନଟା ଭଲ ଲାଗିବ ନାହିଁ। ପାରିବାରିିକ ପ୍ରତିରୋଧ ଆପଣଙ୍କୁ କାମକୁ ଦୀର୍ଘସମୟଧରି ବିଶେଷ ବିଶୃଙ୍ଖଳିତ କରି ରଖିବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
ଧନୁ
ଧନୁ
ସପ୍ତମ କେନ୍ଦ୍ରରେ ଏକାଧିକ ଗ୍ରହ ଯାତ୍ରାରେ ଦ୍ୱନ୍ଦ୍ୱ, ବିବାଦରେ ପରାଜୟ, ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନୀ ଜନିତ ଚିନ୍ତା ସୃଷ୍ଟିକରେ। କର୍ମାଧିପ ଅଷ୍ଟମସ୍ଥାନରେ ଥିବାରୁ ଅପମାନଜନକ ବ୍ୟବହାର ମନରେ ଆଘାତ ସୃଷ୍ଟି କରିବ। କଳା, କ୍ରୀଡା, ସାହିତ୍ୟ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ସମସ୍ୟା ସମାଧାନ କରିପାରିବେ।
ମକର
ମକର
ଷଷ୍ଠ ଓ ଦ୍ୱାଦଶସ୍ଥ ଗ୍ରହ ପ୍ରଭାବରୁ ପରୋକ୍ଷ ଶତ୍ରୁତା,ସ୍ବାସ୍ଥ୍ୟହାନୀ ଓ ଅର୍ଥସଂକଟ ମାନସିକ ସ୍ଥିତିକୁ ବିପନ୍ନ କରିବ। କିନ୍ତୁ ତୃତୀୟଧିପତିଙ୍କ ଶୁଭଦୃଷ୍ଟିରୁ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ଗ୍ରହପ୍ରଭାବରେ ଆପଣ ଯେକୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତି ନେବା କଷ୍ଟକର ହୋଇପାରେ। କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ଆପଣଙ୍କର କୌଣସି ଅସୁବିଧା ହେବ ନାହିଁ। ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।
ମୀନମୀନ
ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ଚନ୍ଦ୍ରଙ୍କ ଅଶୁଭତ୍ୱ ଯୋଗୁଁ ମାନସିକ ସୁସ୍ଥତା ରହିନପାରେ। ପରିବାରରେ ସନ୍ତାନ ମାନଙ୍କ ବିଶୃଙ୍ଖଳିତ ଆଚରଣ ସମସ୍ୟାର କାରଣ ହୋଇପାରେ। ବନ୍ଧୁ ମାନଙ୍କ ହସ୍ତକ୍ଷେପ ଫଳରେ ପ୍ରତ୍ୟେକ ଅସୁବିଧାଜନକ ପରିସ୍ଥିତିକୁ ସୁଧାରି ନେବାରେ ସମର୍ଥ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?