Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। ବନ୍ଧୁ ଆପଣଙ୍କୁ ଦେଖା କରିବାକୁ ଆସି କୌଣସି ନୂତନ ସନ୍ଦେଶ ଦେଇପାରନ୍ତି। ଅବଶ୍ୟ ଆଜିର ଯାତ୍ରାରେ ସତର୍କତା ଅଭାବରୁ ଧନହାନି କିମ୍ବା କଳହର ସୂଚନା ରହିଛି।
ବୃଷ
ବୃଷ
ଆର୍ଥିକ ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ। ପଡ଼ୋଶୀ,ବନ୍ଧୁ ପରିଜନଙ୍କ ଆଶ୍ୱାସନା ଓ ପ୍ରତିଶ୍ରୁତି ମନରେ ଆଶା ସଂଚାର କରିବ। କର୍ମକ୍ଷେତ୍ରରେ କୌଣସି ନିଷ୍ପତ୍ତିକୁ କେନ୍ଦ୍ରକରି ସହକର୍ମୀଙ୍କ ମଧ୍ୟରେ ଟଣାଓଟରା ଦେଖା ଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବାର ଆଶା କ୍ଷୀଣ ହୋଇପାରେ।
ମିଥୁନ
ମିଥୁନ
କୌଣସି ହିତକାଂକ୍ଷୀ ପଦାଧିକାରୀଙ୍କ ଆଶ୍ୱାସନାମୂଳକ ପ୍ରତିଶ୍ରୁତିରୁ ଖୁସି ହେବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ବ୍ୟବସାୟ, ପରିବହନ, ରପ୍ତାନି, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। କୌଣସି ଜିନିଷଟି ପାଇଁ ପାଖ ପଡ଼ୋଶୀଙ୍କ ମଧ୍ୟରେ ତର୍କ ଓ ବିବାଦ ବୃଦ୍ଧି ପାଇବାର ସୂଚନା ରହିଛି ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆମତ୍ତୃପ୍ତି ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବାରୁ ମନ ପ୍ରଫୁଲ୍ଲ ହୋଇଯିବ। ବନ୍ଧୁଙ୍କ ନିକଟରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଶାରୀରିକ ପରିଶ୍ରମଜନିତ ସାମୟିକ କ୍ଲାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଉପରିସ୍ଥ କର୍ମଚାରୀଙ୍କ ସହ ଯୁକ୍ତିତର୍କ କାରଣରୁ କୌଣସି ସମସ୍ୟା ଆଶଙ୍କାରେ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଅର୍ଥନୈତିକ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିପାରେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହମତି ନେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣା ଓ ମାଲିମକଦ୍ଦମା ସମାଧାନ ହୋଇଯିବାର ଅନେକାଂଶରେ ଆମତ୍ତୃପ୍ତି ମିଳିପାରେ। କୌଣସି ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
କର୍ମାଧିପତି ଭାଗ୍ୟସ୍ଥାନରେ ରହି ଆପଣଙ୍କୁ ଅର୍ଥ,ସମ୍ମାନ ମାଧ୍ୟମରେ ସାମାଜିକ ପ୍ରତିଷ୍ଠା ପ୍ରଦାନ କରିବ। ଅନ୍ୟର ପ୍ରରୋଚନାରେ ପଡ଼ି ଭୁଲ୍‌ ମାର୍ଗର ଅନୁସରଣ କଲେ ବିପରୀତ ପରିସ୍ଥିତି ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା କିମ୍ବା ଯାନବାହନ ଅଥବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
ବିଛା
ବିଛା
ନିଜ ଲୋକଙ୍କ ଅନାଦର ଭାବ ଆପଣଙ୍କୁ ସାମୟିକ ଭାବପ୍ରବଣତାରେ ହଜାଇ ଦେଇପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସାମାଜିକ ସ୍ତରରେ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଅଭୀଷ୍ଟ ସିଦ୍ଧି ଘଟିବ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କୌଣସି ଅତୀତ ଘଟଣାକୁ ନେଇ ମାନସିକ ଅବସାଦ ଯୋଗୁ କାମ ଉସତ୍ାହପ୍ରଦ ନ ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ହେତୁ ମାନସିକ ସୁସ୍ଥତା ହରାଇପାରନ୍ତି। ପାରିବାରିକ, ଅର୍ଥନୈତିକ ତଥା ପ୍ରଶାସନିକ ସ୍ତରରେ ସମସ୍ୟାର ସମଧାନ ହୋଇଯିବ। ସାମାଜିକ କ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ।
ମକର
ମକର
କୌଣସି ବନ୍ଧୁଙ୍କ ସହ ନିବିଡ଼ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ ପ୍ରତିରୋଧର ସମ୍ମୁଖୀନ ହେବେ। ଏଣେ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି ା ଆକସ୍ମିକ ଭାବରେ ପଡ଼ୋଶୀଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।
କୁମ୍ଭ
କୁମ୍ଭ
ଆନୁଷ୍ଠାନିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପରିବାରର ଆବଶ୍ୟକତା ପୂରଣ କରିବା ପରିପ୍ରେକ୍ଷୀରେ ଧାରକରଜ କରିବାକୁ ପଡ଼ିପାରେ। ଇଲେକ୍‌ଟ୍ରୋନିକ୍ସ ଓ ଶିକ୍ଷାରେ ସଫଳତା ଲାଭ କରିବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବା ପୂର୍ବରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ
କୌଣସି ନୂତନ କର୍ମାରମ୍ଭ ସହଯୋଗ ମାଧ୍ୟମରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ମନ କଥା ମନରେ ରଖି କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ରାଜନୈତିକ ସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। କୌଣସି ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri