Posted inRasifala

ରାଶିଫଳ: ରବିବାର, ଜୁନ୍‍ ୩ ତାରିଖ – Daily Horoscope

ମେଷ
ରାଶିରେ ଶୁକ୍ର ଓ ଦ୍ୱିତୀୟରେ ଚନ୍ଦ୍ର ହେତୁ ମାନସିକ ସ୍ଥିତି ବହୁତ ଭଲ ରହିବ। ଆଜି ଆପଣ ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହୋଇପାରନ୍ତି। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲାଭବାନ୍‌ ହେବେ।
ବୃଷ
ବୃଷ
ଆପଣଙ୍କର ମନ ଯେମିତି ଉଚ୍ଚ କାମ ମଧ୍ୟ ତଦନୁରୂପ ହେବା କାରଣରୁ ଦିନଟି ହସଖୁସିରେ ଅତିବାହିତ ହେବ। ପ୍ରତ୍ୟେକ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ କରିପାରିବେ। ବ୍ୟବସାୟ, ପରିବହନ, ବାଣିଜ୍ୟ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଭାସମିତି, ସାମ୍ବାଦିକତା,ଏଜେନଶିପ୍‌ରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ପାପଗ୍ରହ ପ୍ରଭାବରେ ମନ ଓ କାମ ସମସ୍ୟା ବହୁଳ ରହିଲେ ମଧ୍ୟ କୌଣସି କ୍ଷେତ୍ରରେ ପଳାୟନପନ୍ଥୀ ହେବେ ନାହିଁ। ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ବିବଦମାନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ। ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କର୍କଟ
କର୍କଟ
ଏକାଦଶ ସ୍ଥାନରେ ରବି ଓ ଚନ୍ଦ୍ରଙ୍କ ସ୍ଥିତି କାରଣରୁ ଆଜି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ। ବ୍ୟବସାୟ, ଆଲୋଚନା କ୍ଷେତ୍ରରେ ସଫଳତାର ଶୀର୍ଷରେ ଉପନୀତ ହେବେ। ଚେଷ୍ଟା କରୁଥିବା କାମରୁ ସୁଫଳ ପାଇବେ ଓ ସାମାଜିକ ସ୍ତରରେ ସମ୍ମାନିତ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ଯାହା କଲେ ମଧ୍ୟ ଅଳ୍ପଖର୍ଚ୍ଚରେ ତାହା କରିପାରିବେ ନାହିଁ। ଆକସ୍ମିକ ଭାବରେ ବାହାରକୁ ଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି। ମନ ବିଚଳିତ ରହିବା କାରଣରୁ କେତେକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଅସମର୍ଥ ହେବେ । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି।
କନ୍ୟା
କର୍ମାଧିପ ପାପଗ୍ରହଯୁକ୍ତ ହେତୁ ସମସ୍ୟା ମଧ୍ୟରେ ଦୈହିକ ଅସୁସ୍ଥତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। ବହୁତ ଦିନରୁ ଲାଗି ରହିଥିବା ଘରୋଇ ସମାସ୍ୟାର ସମାଧାନ ସକାଶେ ଜଣେ ଆତ୍ମୀୟ ସାହାଯ୍ୟ କରିପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ।
ତୁଳା
ତୁଳା
ଶୁକ୍ରଙ୍କ ଶୁଭଦୃଷ୍ଟି ଆଜି ଆପଣଙ୍କ ସୁଖ, ସନ୍ତୋଷର ପୃଷ୍ଠଭୂମି ପାଲଟିଯିବ। କିନ୍ତୁ ବିଶାଖା ନକ୍ଷତ୍ରର କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କିଛି ନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ। ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଯୁକ୍ତିତର୍କ ଜନିତ ପାରିବାରିକ କ୍ଷେତ୍ରରେ ନିଜର ନିଷ୍ପତିକୁ ହଠାତ୍‌ ବଦଳାଇ ଦେଇ ପାରନ୍ତି।
ବିଛା
ବିଛା
ଅସଫଳତା କାରଣରୁ ମନରେ ଅଶାନ୍ତି ରହିଥିଲେ ମଧ୍ୟ ସାଧାରଣ କଥାରେ ରାଗି ପରିସ୍ଥିତିକୁ ସରଗରମ କରିପାରନ୍ତି। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ। ପ୍ରତ୍ୟେକ ସ୍ତରରେ ସହମତି ଭିତିରେ କାମ କଲେ ଉପକୃତ ହେବେ। ସଙ୍ଗଠନ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ।
ଧନୁ
ଧନୁ
ଦୈହିକ ଓ ମାନସିକ ସ୍ଥିତି ଭଲ ନ ଥିଲେ ମଧ୍ୟ ବନ୍ଧୁଙ୍କ ଆଶ୍ୱାସନାରୁ କିଛିଟା ସାନ୍ବନା ମିଳିପାରେ। ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା କାରଣରୁ ହାତକୁ ନେଇଥିବା କାମଟିକୁ ସମ୍ପନ୍ନ କରି ପାରିବେ ନାହିଁ।
ମକର
ମକର
ଆଜିର ଗ୍ରହସ୍ଥିତି କାରଣରୁ ଦିନଟି ସାମଗ୍ରୀକ ଦୃଷ୍ଟିକୋଣରୁ ଭଲ ରହିବ। ଯେଉଁ କାମଟିକୁ ଆରମ୍ଭ କରିବେ ତାହା ନିଶ୍ଚିତ ଭାବରେ ସଫଳତାର ଶୀର୍ଷକୁ ଛୁଇଁବାର ସମ୍ଭାବନା ରହିଛି। କାହା ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇପାରନ୍ତି।
କୁମ୍ଭ
କୁମ୍ଭ
ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ଫଳରେ ଆପଣଙ୍କର କୌଣସି କାମ ଅଟକି ରହିବ ନାହିଁ। ପ୍ରଶାସନିକ, ରାଜନୈତିକ ଓ ସାମାଜିକ ସ୍ତରରେ ନିଜର ପତିଆରା ବୃଦ୍ଧି ପାଇବାର ଆଶା ରହିଛି। ସାଧାରଣ ମନେ ନକରି ପିଲାମାନଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ।
ମୀନମୀନ
ଆଜିର ପୂଜାପାର୍ବଣ, ଆନୁଷ୍ଠାନିକ କାମ କିମ୍ବା ସଭାସମିତିରେ ବନ୍ଧୁମାନଙ୍କ ଦ୍ୱାରା ଆଦରଣୀୟ ରହିବେ। ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ଏକ ଭିନ୍ନ ପରିବେଶରେ ପୁଣି ଯୋଡି ହୋଇଯିବ। ଜମିଜମା କାରବାର, କଳ, କାରଖାନା, ହୋଟେଲ ପ୍ରଭୃତିରୁ ବିଶେଷ ଲାଭବାନ୍‌ ହେବେ। ଭ୍ରମଣ ହେତୁକ ଅବସାଦ ଦେଖାଦେଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri