Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍‍ ୪ ତାରିଖ – Daily Horoscope

ମେଷ
ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ଫାଇବା କଷ୍ଟକର ହୋଇପାରେ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାଯର୍‌ୟ କଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛବିି କହି ପାରିବେ ନାହିଁ । ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡାର ସମ୍ଭାବନା ରହିଛି। ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରା ଲକ୍ଷ୍ୟ ହାସଲ ଦିଗରେ ଅନୁକୂଳତା ପ୍ରଦାନ କରିବ। କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ଉଚିତ ମନେ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଜଣେ ବିଶ୍ୱସ୍ତ ଲୋକ ଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ। ଦୀର୍ଘଦିନରୁ ଅଟଳି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନସ୍ଥ କରିବେ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭଙ୍କରୀ ନୁହେଁ ।
ସି˚ହ
ସି˚ହ
ପରିବାରର ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ,ଗୃହ ଜମି.ପରିବହନ ପ୍ରଭୃତିରୁ ଖୁସୀ ରହିବେ। ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ ଅନ୍ୟମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ଆଶ୍ୱାସନା ଲାଭ କରି ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଃଚିନ୍ତା ଦୂର ହେବ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ନିଷ୍ଫଳ ହେବନି।
ତୁଳା
ତୁଳା
ଆଜି ମନର ଭାବନାକୁ ମନରେ ରଖି ଅନ୍ୟମାନଙ୍କର ନିକଟତର ହେବାକୁ ଚେଷ୍ଟା କରିବେ। କୈାଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇ ପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହୋଇପାରନ୍ତି। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରଷାକରି ନୀରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳତା ହାସଲ କରିବେ।
ଧନୁ
ଧନୁ
ସମସ୍ୟା ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟତିବ୍ୟସ୍ତ କରାଇପାରେ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ଆଜି ଯାତ୍ରା, ଆଲୋଚନା, ଚୁକ୍ତିପତ୍ର ପ୍ରଭୃତି ତରବରିଆ ଭାବେ କରିବା ଠିକ୍‌ ହେବନାହିଁ।
ମକର
ମକର
ଦୀର୍ଘଦିନରୁ ଅଟକି ରହିଥିବା ଅମୀମାଂସୀତ ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ। ବନ୍ଧୁମାନଙ୍କ ପରାମର୍ଶରେ କର୍ମ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୈାଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ହଠାତ୍‌ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା ତେଣେଥାଉ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅଧିକାଂଶ ସମୟ ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହ ଯାନବାହାନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍‌ ହେବ ନାହିଁ।
ମୀନମୀନ
ସକାଳୁ ସକାଳୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ କୌଣସି ବିଶେଷ ଅସୁବିଧା ହେବନାହିଁ। ଧାତୁ, ଅଳଙ୍କାର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?