Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ
ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କ ଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇବେ। କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ମନେ ମନେ ଭାବୁଥିବା କାମ ହାସଲ କରିବେ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ବୃଷ
ବୃଷ
ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ଜୋରଦାର ଉଦ୍ୟମ କରି ସଫଳ ମଧ୍ୟ ହେବେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥକୈନ୍ଦ୍ରିକ ହୋଇପଡିବ। ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରି ପାରନ୍ତି।
ମିଥୁନ
ମିଥୁନ
ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ସହଜରେ ଆକର୍ଷିତ କରି ପାରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ। ପାରିବାରିକ ଅଶାନ୍ତି କ୍ରମଶଃ ବଢୁଥିବାରୁ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଯେତେ ଭଲ କାମ କରିଲେ ମଧ୍ୟ ସମାଲୋଚିତ ହେବାକୁ ପଡିପାରେ।
କର୍କଟ
କର୍କଟ
ଚନ୍ଦ୍ରଙ୍କ ଶୁଭ ଦୃଷ୍ଟିରୁ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ନୀଚ୍ଚ ବିବାଦରୁ ରହିବା ଭଲ ହେବ। ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ। ପାଖ ପଡୋଶୀଙ୍କ ପରୋକ୍ଷ ଶତ୍ରୁତା ହେତୁ କାମଗୁଡିକ ସକାଶେ ସାମୟିକ ବାଧା ସୃଷ୍ଟି କରିପାରେ।
ସି˚ହ
ସି˚ହ
ଆଜି କୌଣସି ଦୁଃଖଦ ଖବର ମନକୁ ସାମୟିକ ବିଚଳିତ କରିପାରେ। ସଭାସମିତି କିମ୍ବା ବନ୍ଧୁଙ୍କ ସହ ଆଲୋଚନା କ୍ଷେତ୍ରରେ ବିତର୍କ ସୃଷ୍ଟି ହୋଇପାରେ। ଥଣ୍ଡା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରି ନିଜକୁ ସଂକୁଚିତ ମନେ କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି କର୍ମଚାରୀଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ।
କନ୍ୟା
କୌଣସି ନୂତନ କର୍ମାରମ୍ଭ ସକାଶେ ଅର୍ଥ ଆବଶ୍ୟକ ହୋଇପାରେ। ଆନୁଷ୍ଠାନିକ କମରେ ଅନ୍ୟ ମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ଘଟିବା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ମଧ୍ୟାହ୍ନରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଲୋଚନା ପରିସରରେ ଅପ୍ରିୟସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି।
ତୁଳା
ତୁଳା
ଆଜି ପାରିବାରିକ ଓ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ମତଭେଦ ଘଟିପାରେ। ଦୀର୍ଘ ଦିନରୁ ଆଶା କରିଥିବା କୌଣସି ଖବର ଆଜି ଅପରାହ୍ନେ ପାଇ ଖୁସି ହେବେ। ଦୈନିକ ଚର୍ଯ୍ୟାରେ ଆର୍ଥିକ ସଂକଟ କେତେକ ବ୍ୟତିକ୍ରମ ସୃଷ୍ଟି କରିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ।
ବିଛା
ବିଛା
ଅନ୍ୟମାନଙ୍କ ସମର୍ଥନ ନପାଇବା ହେତୁ କେତେକ କାମରୁ ଦୂରେଇ ରହିବାକୁ ବାଧ୍ୟ ହେବେ। ଗାଡି, ମୋଟର, ପୁରୁଣା ଘର ମରାମତି ସକାଶେ ନୂତନ ଯୋଜନା ପ୍ରଣୟନ କରି ପାରନ୍ତି। ଅନୁରାଧା ନକ୍ଷତ୍ରର ଟେନସନ୍‌ ଦୂର ହେବ ଓ ଅଟକି ରହିଥିବା କାମ ଗୁଡିକ ଯଥାବିଧି ସମ୍ପନ୍ନ ହେବ। କଳା,ସାହିତ୍ୟ ଓ କ୍ରୀଡା,ଚଳଚ୍ଚିତ୍ର ,ସଙ୍ଗୀତ କ୍ଷେତ୍ରରେ ଉନ୍ନତି କରିବେ ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିବା ଭଲ ହେବ। କର୍ମକ୍ଷେତ୍ରରେ ନିଜର ଅନିଛା ଜନିତ ପ୍ରତିକ୍ରିୟାକୁ ହଠାତ୍‌ ପ୍ରକାଶ କରନ୍ତୁ, ନାହିଁ। ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି। ମନର ଗୋପନ ବ୍ୟଥାକୁ ସହି ପାରିବେ ନାହିଁ କିମ୍ବା କହି ପାରିବେ ନାହିଁ ଫଳରେ ମନ କଥା ଅପ୍ରକାଶ୍ୟ ରହିଯିବ।
ମକର
ମକର
ଆକସ୍ମିକ ପରିବର୍ତ୍ତନରେ ନିଜ ଲୋକମାନଙ୍କୁ ଛାଡି ପାରିବେ ନାହିଁ କିମ୍ବା ସେମାନଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ। ସଭାସମିତି, ପରିବହନ, କଳା, ସାହିତ୍ୟ, କ୍ଷେତ୍ରରୁ ସୁଫଳ ମିଳିବ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯାଇପାରିବ। ଧନିଷ୍ଠା ନକ୍ଷତ୍ରର ସମସ୍ୟା ସମାଧାନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ଜନିତ ମାନସିକ ଚାପଗ୍ରସ୍ଥହୋଇ ପାରିବାରକ ସମସ୍ୟା ପ୍ରତି ବୀତସ୍ପୃହ ରହି ପାରନ୍ତି। କେତେକ କ୍ଷେତ୍ରରେ ନିଜର ସ୍ବକୀୟ ମତ ପୋଷଣ କରି ସମାଲୋଚିତ ହେବାକୁ ପଡିପାରେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀମାନଙ୍କୁ ଅପ୍ରିୟ ସତକଥା କହି ବିରୋଧର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ
ନିର୍ମାଣାଧୀନ କାର୍ଯ୍ୟ ଓ ଜମିଜମା କ୍ରୟବିକ୍ରୟ ସମ୍ପର୍କୀୟ କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିପାରିବେ ନାହିଁ। ପର କଥାରେ ମୁଣ୍ଡ ନ ପୂରାଇବା ଭଲ କାରଣ ଅଯଥା ଟେନ୍ସନ ବଢିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ରାଶିରେ ବିଳାସକାରକ ଗ୍ରହ ଶୁକ୍ର ଅବସ୍ଥାନକରି ଦିନଟିକୁ ସୁଖ ସ୍ବାଚ୍ଛନ୍ଦ୍ୟରେ ଅତିବାହିତ କରାଇବେ। ଆନୁଷ୍ଠାନିକ କାମ ମଧ୍ୟରେ ବନ୍ଧୁମାନଙ୍କ ସାନ୍ନିଧ୍ୟ ଓ ପରିବାର…

ରାଶିଫଳ: ସୋମବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ଯୁକ୍ତ ଏକାଦଶସ୍ଥ ଚନ୍ଦ୍ର ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାଙ୍ଗକୁ ସୁସମ୍ପର୍କ କ୍ଷେତ୍ରରେ ବାଧା ସୃଷ୍ଟି କରିବ। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି। ପ୍ରଶାସନିକ ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସ୍ବନକ୍ଷତ୍ରସ୍ଥ ଯୋଗୁ କର୍ମମୁଖର ରହିବେ ଏବଂ ପାରିବାରିକ କ୍ଷେତ୍ର ସରସ ସୁନ୍ଦର ରହିବ। ଆନୁଷ୍ଠାନିକ କାମରେ, ସଭାସମିତିରେ, ସତ୍‌ସଙ୍ଗର ସାନ୍ନିଧ୍ୟ ଲାଭରେ, ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri