Posted inRasifala

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ
ଆଜି କିଛିଟା ଭଲ ସହ ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗପୀଡା,ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ନିକଟ ସଂପର୍କୀୟମାନେ ନିଆଁରେ ଘିଅ ଢାଳିଲାପରି କଟୁ କଥା କହି ମାନସିକ ଆଘାତ ଦେଇପାରନ୍ତି। ଅବଶ୍ୟ ଆପଣ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ପ୍ରଯତ୍ନ କରିବେ।
ବୃଷ
ବୃଷ
ଆପଣଙ୍କ କଥା, କରୁଥିବା କାମକୁ ସରସ, ସୁନ୍ଦର କରିପାରିବ। ଆପଣ ଯେମିତି, ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ପାଇବେ, ମାତ୍ର ଭଲ ପାଇବାକୁ କେନ୍ଦ୍ରକରି କୌଣସି ସମସ୍ୟାରେ ଜଡିତ ହୋଇପାରନ୍ତି। ଯେ କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା ଓ ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢ଼ିପାରେ।
ମିଥୁନ
ମିଥୁନ
ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଗାଇ ବୁଲିବେ। ଏହା ସଙ୍ଗକୁ ଘରକୁ ଆସି ଫେରି ଯାଇଥିବା ବନ୍ଧୁ ପୁଣି ଲେଉଟି ଆସିବାରୁ ବ୍ୟସ୍ତତା ବଢିଯିବ। ବାକି ରଖିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ।
କର୍କଟ
କର୍କଟ
ଅନ୍ୟମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିବେ। ଅବଶ୍ୟ ଆପଣ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ। ଜମା ପଟୁ ନ ଥିବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ। ସମସ୍ୟାଗୁଡିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ।
ସି˚ହ
ସି˚ହ
ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ। ହଜି ଯାଇଥିବା ଟଙ୍କା କିମ୍ବା ଦରକାରୀ କାଗଜପତ୍ର କୌଣସି ଅଲଗା ସ୍ଥାନରେ ରଖି ଚିନ୍ତିତ ଓ ବିରକ୍ତ ହୋଇପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଦେଶ ଯାତ୍ରାକୁ ମନବଳାଇବେ। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ପ୍ରତି ସଜାଗ ରହି କାମ କରିବା ଭଲ ହେବ।
କନ୍ୟା
ଭୁଲବୁଝାମଣାଜନିତ ବିଶୃଙ୍ଖଳିତ କାର୍ଯ୍ୟ ସମସ୍ୟା ସୃଷ୍ଟିର ମୂଳ କାରଣ ହେବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଶତ୍ରୁତା ଆଚରଣ କରିପାରନ୍ତି। ପାଟିତୁଣ୍ଡ ହୋଇ କଚେରି ପର୍ଯ୍ୟନ୍ତ ଯାଇପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ସୁନା, ଅଳଙ୍କାର ହଜି ଯାଇପାରେ।
ତୁଳା
ତୁଳା
ପାରିବାରିକ ସମସ୍ୟା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ଅସନ୍ତୁଳିତ ରହିବ। ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ଯାତ୍ରା ସମୟରେ ସତର୍କତା ଅଭାବରୁ ଟଙ୍କା, ସୁନା ଚୋରି ହୋଇଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାଜନିତ ମନସ୍ତାପ ବୃଦ୍ଧି ପାଇବ।
ବିଛା
ବିଛା
ଲକ୍ଷ୍ୟଭ୍ରଷ୍ଟ ହୋଇ ଅସଲ କାମ ଛାଡ଼ି ମରୀଚିକା ପଛରେ ଦୌଡ଼ି ପାରନ୍ତି। ଛୋଟ ଛୋଟ କଥାକୁ କେନ୍ଦ୍ରକରି ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ପ୍ରତିକୂଳ ପ୍ରଭାବ ପଡିବ। ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ବ୍ୟବସାୟ, ପରିବହନ ଓ ଆନୁଷ୍ଠାନିକ କାମ କ୍ଷେତ୍ରରେ ଉପକୃତ ହୋଇପାରନ୍ତି।
ଧନୁ
ଧନୁ
ସମାଧାନ ସକାଶେ ସାହାଯ୍ୟ ସହଯୋଗ ପାଇଁ ବନ୍ଧୁ ଦ୍ୱାରସ୍ଥ ହେବେ। ଜମିଜମା କାରବାର, ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ମନର ଭାବକୁ ପ୍ରକାଶ କରିବା କ୍ଷେତ୍ରରେ ପଛେଇ ଯାଇପାରନ୍ତି।
ମକର
ମକର
ମଉଜ ମଜଲିସ୍‌ରେ ସମୟ ଅତିବାହିତ କରିପାରନ୍ତି। କର୍ମକ୍ଷେତ୍ରରେ ଖଳ ଲୋକମାନଙ୍କ କୃତ ଅପମାନଜନକ ସ୍ଥିତିରୁ ସହକର୍ମୀଙ୍କ ସହାୟତାରେ ରକ୍ଷାପାଇବେ। କିନ୍ତୁ ଉତ୍ତରାଷାଢା ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ମନୋରଞ୍ଜନ କାର୍ଯ୍ୟକ୍ରମ ଓ ଆଲୋଚନାରେ ସଫଳତା ଯୋଗୁ ମନ ଖୁସି ରହିବ।
କୁମ୍ଭ
କୁମ୍ଭ
ପାରିବାରିକ ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। କୌଣସି କ୍ଷେତ୍ରରେ ଅଧୈର୍ଯ୍ୟ ହୁଅନ୍ତୁ ନାହିଁ ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ମନକୁ ଦୁଃଖ ଦେବା ଭଳି ମନ୍ତବ୍ୟ ଦେବେ।
ମୀନମୀନ

କାର୍ଯ୍ୟସିଦ୍ଧି କାରଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ଅତୀତ ଘଟଣାକୁ ନେଇ ଯେତିକି ଯେତିକି ଅଧିକ ଭାବୁଥିବେ ସେତିକି ସେତିକି ମନଟା ଅଧିକ ଖରାପ ଲାଗିବ। ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜାନୁଆରୀ ୩ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗରୁ ମନ ପ୍ରଫୁଲ୍ଲ ରହିବ। ନୂଆ ଯୋଜନାର ଶୁଭାରମ୍ଭ କରିପାରନ୍ତି। ବ୍ୟବସାୟିକ ସଫଳତା ମିଳିବ। ଆତ୍ମୀୟଙ୍କ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି।...

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨ ତାରିଖ – Daily Horoscope

ମେଷ ମୁଖଭାବରେ ଚନ୍ଦ୍ର ଯୋଗୁ ହସିଲେ କଥା କହିବେ। ବନ୍ଧୁ ଅର୍ଥସାହାଯ୍ୟ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, ସ୍ଥଗିତ କାମରେ ଅଗ୍ରଗତିର ସମ୍ଭାବନା, ପାରିବାରିକ ସମସ୍ୟାର...

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri